‏ Psalms 94

ସଦାପ୍ରଭୁ ସମଗ୍ର ମାନବ ଜାତିର ବିଚାରକର୍ତ୍ତା

1ହେ ସଦାପ୍ରଭୁ, ପ୍ରତିଫଳଦାତା ପରମେଶ୍ୱର,
ହେ ପ୍ରତିଫଳଦାତା ପରମେଶ୍ୱର, ଆପଣା କ୍ରୋଧ ଦେଖାଅ। ▼
▼94:1 କ୍ରୋଧ ଦେଖାଅ। ଅର୍ଥାତ୍ ପ୍ରକାଶମାନ ହୁଅ

2ହେ ପୃଥିବୀର ବିଚାରକର୍ତ୍ତା, ଉଠ;
ଅହଙ୍କାରୀମାନଙ୍କୁ ସେମାନଙ୍କ କର୍ମାନୁସାରେ ପ୍ରତିଫଳ ଦିଅ।

3ହେ ସଦାପ୍ରଭୁ, ଦୁଷ୍ଟମାନେ କେତେ କାଳ,

ଦୁଷ୍ଟମାନେ କେତେ କାଳ ଜୟଧ୍ୱନି କରିବେ ?
4ସେମାନେ କେତେ କାଳ ଅହଙ୍କାରରେ କଥା ଉଚ୍ଚାରଣ କରି କହିବେ ?
ଅଧର୍ମାଚାରୀ ସମସ୍ତେ ଦର୍ପ କରନ୍ତି।

5ହେ ସଦାପ୍ରଭୁ, ସେମାନେ ତୁମ୍ଭ ଲୋକମାନଙ୍କୁ ଚୂର୍ଣ୍ଣ କରନ୍ତି

ଓ ତୁମ୍ଭ ଅଧିକାରକୁ କ୍ଳେଶ ଦିଅନ୍ତି।
6ସେମାନେ ବିଧବା, ବିଦେଶୀକୁ ବଧ କରନ୍ତି ଓ
ପିତୃହୀନମାନଙ୍କୁ ହତ୍ୟା କରନ୍ତି।
7ପୁଣି, ସଦାପ୍ରଭୁ ଦେଖିବେ ନାହିଁ,
କିଅବା ଯାକୁବର ପରମେଶ୍ୱର ବିବେଚନା କରିବେ ନାହିଁ, ଏହା ସେମାନେ କହନ୍ତି।

8ହେ ଲୋକଙ୍କ ମଧ୍ୟରେ ପଶୁବତ୍‍ ଲୋକେ, ତୁମ୍ଭେମାନେ ବିବେଚନା କର;

ହେ ମୂଢ଼ଗଣ, ତୁମ୍ଭେମାନେ କେବେ ଜ୍ଞାନବାନ ହେବ ?
9ଯେ କର୍ଣ୍ଣ ରୋପଣ କଲେ, ସେ କି ଶୁଣିବେ ନାହିଁ ?
ଯେ ଚକ୍ଷୁ ଗଢ଼ିଲେ, ସେ କି ଦେଖିବେ ନାହିଁ ?

10ଯେ ଗୋଷ୍ଠୀବର୍ଗକୁ ଶାସନ କରନ୍ତି,

ଯେ ମନୁଷ୍ୟକୁ ଜ୍ଞାନ ଶିକ୍ଷା ଦିଅନ୍ତି, ସେ କି ଶାସ୍ତି ଦେବେ ନାହିଁ ?
11ମନୁଷ୍ୟର କଳ୍ପନାସବୁ ଅସାର ବୋଲି ସଦାପ୍ରଭୁ ଜାଣନ୍ତି।

12ହେ ସଦାପ୍ରଭୁ, ଦୁଷ୍ଟ ନିମନ୍ତେ ଗର୍ତ୍ତ ଖୋଳା ହେବା

ପର୍ଯ୍ୟନ୍ତ ବିପଦ କାଳରୁ ବିଶ୍ରାମ ଦେବା ନିମନ୍ତେ,
13ତୁମ୍ଭେ ଯାହାକୁ ଶାସନ କର ଓ ଆପଣା ବ୍ୟବସ୍ଥାରୁ ଶିକ୍ଷା ଦିଅ, ସେ ଲୋକ ଧନ୍ୟ।

14କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ଦୂର କରିବେ ନାହିଁ,

କିଅବା ଆପଣା ଅଧିକାର ପରିତ୍ୟାଗ କରିବେ ନାହିଁ।
15ଯେହେତୁ ଶାସନ ଧର୍ମ ପକ୍ଷରେ ବାହୁଡ଼ିବ;
ପୁଣି, ସରଳାନ୍ତଃକରଣ ଲୋକସମସ୍ତେ ତହିଁର ଅନୁଗାମୀ ହେବେ।
16କିଏ ମୋହର ସପକ୍ଷ ହୋଇ କୁକର୍ମକାରୀମାନଙ୍କ ବିରୁଦ୍ଧରେ ଉଠିବ ?
କିଏ ମୋହର ସପକ୍ଷ ହୋଇ ଅଧର୍ମାଚାରୀମାନଙ୍କ ବିରୁଦ୍ଧରେ ଠିଆ ହେବ ?

17ସଦାପ୍ରଭୁ ମୋହର ସହାୟ ହୋଇ ନ ଥିଲେ ମୋହର

ପ୍ରାଣ ଶୀଘ୍ର ନୀରବ ସ୍ଥାନରେ ବାସ କରିଥା’ନ୍ତା ▼
▼94:17 ନୀରବ ସ୍ଥାନରେ ବାସ କରିଥା’ନ୍ତା ମରି କବରରେ ରହିଥାନ୍ତି
।
18“ମୋହର ପାଦ ଖସି ଯାଉଛି” ବୋଲି କହିଲା ବେଳେ,
ହେ ସଦାପ୍ରଭୁ, ତୁମ୍ଭର ଦୟା ମୋତେ ଧରି ରଖିଲା।
19ମୋ’ ଆନ୍ତରିକ ଭାବନାର ବାହୁଲ୍ୟ ସମୟରେ ତୁମ୍ଭର
ସାନ୍ତ୍ୱନାସବୁ ମୋ’ ପ୍ରାଣକୁ ଆହ୍ଲାଦିତ କରେ।

20ବିଧାନ ଦ୍ୱାରା ଉପଦ୍ରବ-ରଚନାକାରୀ ଦୁଷ୍ଟତାରୂପ

ସିଂହାସନର କି ତୁମ୍ଭ ସଙ୍ଗେ ସମ୍ବନ୍ଧତା ହେବ ?
21ସେମାନେ ଧାର୍ମିକର ପ୍ରାଣ ପ୍ରତିକୂଳରେ ଦଳବଦ୍ଧ ହୁଅନ୍ତି
ଓ ନିର୍ଦ୍ଦୋଷ ରକ୍ତକୁ ଦୋଷୀ କରନ୍ତି।

22ମାତ୍ର ସଦାପ୍ରଭୁ ମୋହର ଉଚ୍ଚ ଦୁର୍ଗ

ଓ ମୋ’ ପରମେଶ୍ୱର ମୋହର ଆଶ୍ରୟ ଶୈଳ ହୋଇଅଛନ୍ତି।
ପୁଣି, ସେ ଦୁଷ୍ଟତା ଲୋକମାନଙ୍କ ଅଧର୍ମ ସେମାନଙ୍କ ଉପରେ ବର୍ତ୍ତାଇ ଅଛନ୍ତି,
ଆଉ ସେମାନଙ୍କ ନିଜ ଦୁଷ୍ଟତାରେ ସେମାନଙ୍କୁ ଉଚ୍ଛିନ୍ନ କରିବେ;
ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ଉଚ୍ଛିନ୍ନ କରିବେ।
23

Copyright information for OriULB