1 Chronicles 24

ଯାଜକଙ୍କ ନିମନ୍ତେ ନିର୍ଦ୍ଦିଷ୍ଟ କାର୍ଯ୍ୟ

1ହାରୋଣ-ସନ୍ତାନଗଣର ପାଳିର ବୃତ୍ତାନ୍ତ। ହାରୋଣଙ୍କର ପୁତ୍ର ନାଦବ୍‍, ଅବୀହୂ, ଇଲୀୟାସର ଓ ଈଥାମର। 2ମାତ୍ର ନାଦବ୍‍, ଅବୀହୂ ଆପଣାମାନଙ୍କ ପିତାଙ୍କ ଆଗେ ମଲେ ଓ ସେମାନଙ୍କର ସନ୍ତାନ ନ ଥିଲା; ଏହେତୁ ଇଲୀୟାସର ଓ ଈଥାମର ଯାଜକର କାର୍ଯ୍ୟ କଲେ। 3ଆଉ ଦାଉଦ ଓ ଇଲୀୟାସରର ସନ୍ତାନ ସାଦୋକ ଓ ଈଥାମରର ସନ୍ତାନ ଅହୀମେଲକ୍‍, ଯାଜକମାନଙ୍କୁ ସେମାନଙ୍କ ଶ୍ରେଣୀ ଅନୁସାରେ ସେବାକର୍ମରେ ବିଭକ୍ତ କଲେ।

4ପୁଣି, ଈଥାମରର ସନ୍ତାନଗଣ ଅପେକ୍ଷା ଇଲୀୟାସରର ସନ୍ତାନଗଣ ମଧ୍ୟରେ ଅନେକ ପ୍ରଧାନ ପୁରୁଷ ଥିଲେ; ସେମାନେ ଏହିରୂପେ ବିଭକ୍ତ ହେଲେ, ଯଥା, ଇଲୀୟାସରର ସନ୍ତାନଗଣ ମଧ୍ୟରେ ଷୋଳ ଜଣ ପିତୃବଂଶର ପ୍ରଧାନ ଥିଲେ; ଆଉ ଈଥାମରର ସନ୍ତାନଗଣ ମଧ୍ୟରେ ଆପଣା ଆପଣା ପିତୃବଂଶାନୁସାରେ ଆଠ ଜଣ ଥିଲେ। 5ଏହିରୂପେ ସେମାନେ ଅବଶେଷରେ ଗୁଲିବାଣ୍ଟ ଦ୍ୱାରା ବିଭକ୍ତ କରାଗଲେ; କାରଣ, ଇଲୀୟାସର ଓ ଈଥାମର, ଉଭୟର ସନ୍ତାନଗଣ ମଧ୍ୟରୁ ପବିତ୍ର ସ୍ଥାନର ଅଧିପତି ଓ ପରମେଶ୍ୱରଙ୍କ ଗୃହର ଅଧିପତି ହେଲେ।

6ପୁଣି, ରାଜାଙ୍କର, ଅଧିପତିମାନଙ୍କର, ସାଦୋକ ଯାଜକର, ଅବୀୟାଥରର ପୁତ୍ର ଅହୀମେଲକ୍‍ର, ଯାଜକୀୟ ଓ ଲେବୀୟ ପିତୃବଂଶର ପ୍ରଧାନମାନଙ୍କ ସାକ୍ଷାତରେ ଲେବୀ-ବଂଶଜାତ ନଥନେଲର ପୁତ୍ର ଶମୟୀୟ ଲେଖକ ସେମାନଙ୍କ ନାମ ଲେଖିଲା; ଇଲୀୟାସର ନିମନ୍ତେ ଏକ ପିତୃବଂଶ ଓ ଈଥାମର ନିମନ୍ତେ ଏକ ପିତୃବଂଶ ଗ୍ରହଣ କରାଗଲା।

7ପ୍ରଥମ ଗୁଲିବାଣ୍ଟ ଯିହୋୟାରୀବ୍‍ ପାଇଁ ଉଠିଲା, ଦ୍ୱିତୀୟ ଯିଦୟୀୟ ପାଇଁ; 8ତୃତୀୟ ହାରୀମ୍‍ ପାଇଁ, ଚତୁର୍ଥ ସୀୟୋରୀମ୍‍ ପାଇଁ; 9ପଞ୍ଚମ ମଲ୍‍କୀୟ ପାଇଁ; ଷଷ୍ଠ ମିୟାମୀନ୍‍ ପାଇଁ; 10ସପ୍ତମ ହକ୍କୋସ୍‍ ପାଇଁ, ଅଷ୍ଟମ ଅବୀୟ ପାଇଁ;

11ନବମ ଯେଶୂୟ ପାଇଁ; ଦଶମ ଶଖନୀୟ ପାଇଁ; 12ଏକାଦଶ ଇଲୀୟାଶୀବ ପାଇଁ, ଦ୍ୱାଦଶ ଯାକୀମ୍‍ ପାଇଁ; 13ତ୍ରୟୋଦଶ ହୁପ୍ପା ପାଇଁ, ଚତୁର୍ଦ୍ଦଶ ଯେଶବା ପାଇଁ; 14ପଞ୍ଚଦଶ ବିଲ୍‍ଗା ପାଇଁ, ଷୋଡ଼ଶ ଇମ୍ମେର ପାଇଁ;

15ସପ୍ତଦଶ ହେଷୀର ପାଇଁ, ଅଷ୍ଟାଦଶ ହିପ୍‍ପି ପାଇଁ; 16ଊନବିଂଶ ପଥାହୀୟ ପାଇଁ, ବିଂଶ ଯିହିଷ୍କେଲ ପାଇଁ; 17ଏକବିଂଶ ଯାଖୀନ୍‍ ପାଇଁ, ଦ୍ୱାବିଂଶ ଗାମୂଲ୍‍ ପାଇଁ; 18ତ୍ରୟୋବିଂଶ ଦଲୟିୟ ପାଇଁ, ଚତୁର୍ବିଂଶ ମାସୀୟ ପାଇଁ ଉଠିଲା।

19ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞାନୁସାରେ ସେମାନଙ୍କ ପିତା ହାରୋଣଙ୍କ ଦ୍ୱାରା ସେମାନଙ୍କ ପାଇଁ ନିରୂପିତ ବିଧି ଅନୁଯାୟୀ ସଦାପ୍ରଭୁଙ୍କ ଗୃହରେ ଉପସ୍ଥିତ ହେବା ବିଷୟରେ ସେମାନଙ୍କ ସେବାକର୍ମ ନିମନ୍ତେ ଏହି ଶ୍ରେଣୀ ହେଲା।

20ଲେବୀର ଅବଶିଷ୍ଟ ସନ୍ତାନମାନଙ୍କ କଥା। ଅମ୍ରାମ୍‍ର ସନ୍ତାନମାନଙ୍କ ମଧ୍ୟରେ ଶୂୟେଲ; ଶବୂୟେଲର ସନ୍ତାନମାନଙ୍କ ମଧ୍ୟରେ ଯେହଦୀୟ। 21ରହବୀୟର କଥା; ରହବୀୟ-ସନ୍ତାନଗଣ ମଧ୍ୟରେ ଯିଶୀୟ ପ୍ରଧାନ। 22ଯିଷ୍‍ହରୀୟମାନଙ୍କ ମଧ୍ୟରେ ଶଲୋମୀତ୍‍; ଶଲୋମୀତ୍‍ର ପୁତ୍ରମାନଙ୍କ ମଧ୍ୟରେ ଯହତ୍‍।

23ହିବ୍ରୋଣର ପୁତ୍ର ଯିରୀୟ ପ୍ରଥମ, ଦ୍ୱିତୀୟ ଅମରୀୟ, ତୃତୀୟ ଯହସୀୟେଲ, ଚତୁର୍ଥ ଯିକ୍‍ମୀୟାମ୍‍। 24ଉଷୀୟେଲର ପୁତ୍ର ମୀଖା; ମୀଖାର ପୁତ୍ରମାନଙ୍କ ମଧ୍ୟରେ ଶାମୀର୍‍। 25ମୀଖାର ଭ୍ରାତା ଯିଶୀୟ; ଯିଶୀୟର ପୁତ୍ରମାନଙ୍କ ମଧ୍ୟରେ ଜିଖରୀୟ।

26ମରାରିର ପୁତ୍ର ମହଲି ଓ ମୂଶି; ଯାସୀୟର ପୁତ୍ର ବିନୋ। 27ମରାରିର ସନ୍ତାନଗଣ ଯାସୀୟର ପୁତ୍ର ବିନୋ, ଶୋହମ୍‍, ସକ୍କୁର ଓ ଇବ୍ରି। 28ମହଲିର ପୁତ୍ର ଇଲୀୟାସର, ଏହାର ପୁତ୍ର ନ ଥିଲେ।

29କୀଶ୍‍ର କଥା; କୀଶ୍‍ର ପୁତ୍ର ଯିରହମେଲ। 30ପୁଣି, ମୂଶିର ପୁତ୍ର ମହଲି, ଏଦର ଓ ଯିରେମୋତ୍‍। ଏମାନେ ଆପଣା ଆପଣା ପିତୃବଂଶାନୁସାରେ ଲେବୀର ସନ୍ତାନ। ଏମାନେ ହିଁ ଆପଣାମାନଙ୍କ ଭ୍ରାତା ହାରୋଣ-ସନ୍ତାନଗଣ ତୁଲ୍ୟ ଦାଉଦ ରାଜା, ସାଦୋକ ଓ ଅହୀମେଲକ୍‍, ପୁଣି, ଯାଜକୀୟ ଓ ଲେବୀୟ ପିତୃବଂଶର ପ୍ରଧାନମାନଙ୍କ ସାକ୍ଷାତରେ ଗୁଲିବାଣ୍ଟ କଲେ; ପୁଣି, ବଂଶର ପ୍ରଧାନ ଲୋକ ଯେପରି କଲା, ତାହାର କନିଷ୍ଠ ଭ୍ରାତା ହିଁ ସେହିପରି କଲା।

31

Copyright information for OriULB