Ecclesiastes 6

1ସୂର୍ଯ୍ୟ ତଳେ ମୁଁ ଏକ ଦୁଃଖର ବିଷୟ ଦେଖିଅଛି, ଆଉ ତାହା ମନୁଷ୍ୟମାନଙ୍କ ପକ୍ଷରେ ଭାରୀ; 2ପରମେଶ୍ୱର କାହାକୁ କାହାକୁ ଏତେ ଧନ, ସମ୍ପତ୍ତି ଓ ସମ୍ଭ୍ରମ ଦିଅନ୍ତି ଯେ, ତାହାର ମନୋବାଞ୍ଛା ପୂର୍ଣ୍ଣ କରିବାକୁ କୌଣସି ବିଷୟର ଅଭାବ ନ ଥାଏ, ତଥାପି ତାହା ଭୋଗ କରିବା ପାଇଁ ପରମେଶ୍ୱର ତାହାକୁ କ୍ଷମତା ଦିଅନ୍ତି ନାହିଁ, ମାତ୍ର ଅନ୍ୟ ଲୋକ ତାହା ଭୋଗ କରେ; ଏହା ଅସାର ଓ ମନ୍ଦ ବ୍ୟାଧି ସ୍ୱରୂପ।

3ଯଦି କୌଣସି ମନୁଷ୍ୟ ଶହେ ସନ୍ତାନ ଜାତ କରି ଅନେକ ବର୍ଷ ବଞ୍ଚି ଦୀର୍ଘଜୀବୀ ହୁଏ, ମାତ୍ର ତାହାର ପ୍ରାଣ ଯଦି ସୁଖରେ ତୃପ୍ତ ନ ହୁଏ, ଆହୁରି ଯଦି ତାହାକୁ କବର ଦିଆ ନ ଯାଏ, ତେବେ ମୁଁ କହେ, ସେହି ଲୋକ ଅପେକ୍ଷା ଜନ୍ମ ହେବା ସମୟରେ ମୃତ୍ୟୁୁବରଣ କରିଥିବା ଶିଶୁଟି ଉତ୍ତମ ଅଟେ; 4କାରଣ ଏହି ମୃତ ଜାତ ଶିଶୁ ବାଷ୍ପ ତୁଲ୍ୟ ଆସେ ଓ ଅନ୍ଧକାରରେ ଯାଏ, ଆଉ ତାହାର ନାମ ଅନ୍ଧକାରରେ ଆଚ୍ଛନ୍ନ ହୁଏ;

5ଆହୁରି, ଏହି ଶିଶୁ ସୂର୍ଯ୍ୟ ଦେଖି ନାହିଁ କି ଜାଣି ନାହିଁ; ତଥାପି ଏହି ମୃତ ଜାତ ଶିଶୁ ସେ ଲୋକ ଅପେକ୍ଷା ଅଧିକ ବିଶ୍ରାମ ପାଏ; 6ପୁଣି, ସେ ମନୁଷ୍ୟ କୌଣସି ମଙ୍ଗଳ ଭୋଗ ନ କରି ଦୁଇଗୁଣ ସହସ୍ର ବର୍ଷ ବଞ୍ଚିଲେ ହେଁ ସମସ୍ତେ କି ଏକ ସ୍ଥାନକୁ ନ ଯା’ନ୍ତି ?


7ମନୁଷ୍ୟର ସମସ୍ତ ପରିଶ୍ରମ ତାହାର ମୁଖ ନିମନ୍ତେ,

ତଥାପି ଭୋଜନର ଆକାଂକ୍ଷା ପୂର୍ଣ୍ଣ ହୁଏ ନାହିଁ।
8ଏଣୁ ମୂର୍ଖ ଅପେକ୍ଷା ଜ୍ଞାନୀର କି ଲାଭ ?
ଆଉ, ଜୀବିତମାନଙ୍କ ସାକ୍ଷାତରେ ଚଳିବାକୁ ଜାଣେ ଯେଉଁ ଦରିଦ୍ର ଲୋକ,
ତାହାର ଅବା କି ଲାଭ ?

9ମନର ଲାଳସା ଅପେକ୍ଷା ସାକ୍ଷାତ ଭୋଗ ଭଲ;

ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର।
10ଯାହା ହୋଇଅଛି, ଅନେକ କାଳ ହେଲା ତହିଁର ନାମ ଦିଆ ଯାଇଥିଲା, ଆଉ ସେ ମର୍ତ୍ତ୍ୟ ବୋଲି ଜଣା;
ପୁଣି, ସେ ଆପଣା ଅପେକ୍ଷା ପରାକ୍ରାନ୍ତ ସଙ୍ଗେ ବିରୋଧ କରି ନ ପାରେ।
11ଅସାରତାବର୍ଦ୍ଧକ ଅନେକ କଥା ଅଛି,
ତହିଁରେ ମନୁଷ୍ୟର କି ଲାଭ ?
କାରଣ ମନୁଷ୍ୟ ଛାୟା ତୁଲ୍ୟ ଆପଣାର ଯେଉଁ ଅସାର ଜୀବନର ଦିନସବୁ କ୍ଷେପଣ କରେ,
ସେହି ଜୀବନ କାଳରେ ତାହାର ମଙ୍ଗଳ କଅଣ, ଏହା କିଏ ଜାଣେ ?
ଆଉ, ମନୁଷ୍ୟର ମରଣାନ୍ତେ ସୂର୍ଯ୍ୟ ତଳେ ଯାହା ଘଟିବ,
ଏହା କିଏ ତାହାକୁ ଜଣାଇ ପାରେ ?
12

Copyright information for OriULB