Genesis 5

ଆଦମଙ୍କର ବଂଶଧର

1ଆଦମଙ୍କର ବଂଶାବଳୀର ବୃତ୍ତାନ୍ତ ଏହି। ଯେଉଁ ଦିନ ପରମେଶ୍ୱର ମନୁଷ୍ୟକୁ ସୃଷ୍ଟି କଲେ, ସେହି ଦିନ ପରମେଶ୍ୱରଙ୍କ ସାଦୃଶ୍ୟରେ ସେ ତାଙ୍କୁ ନିର୍ମାଣ କଲେ; 2ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ; ଆଉ ସେମାନେ ସୃଷ୍ଟ ହେବା ଦିନ ସେମାନଙ୍କୁ ଆଶୀର୍ବାଦ କରି ଆଦମ (ମନୁଷ୍ୟ) ନାମ ଦେଲେ।

3ଆଦମ ଶହେ ତିରିଶ ବର୍ଷ ବୟସରେ ଆପଣା ସାଦୃଶ୍ୟ ଓ ପ୍ରତିମୂର୍ତ୍ତିରେ ଏକ ପୁତ୍ର ଜାତ କରି ତାହାର ନାମ ଶେଥ ଦେଲେ। 4ଶେଥର ଜନ୍ମ ଉତ୍ତାରେ ଆଦମ ଆଠଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ। 5ଆଦମଙ୍କର ବୟସ ସର୍ବସୁଦ୍ଧା ନଅଶହ ତିରିଶ ବର୍ଷ ଥିଲା; ତହୁଁ ସେ ମଲେ।

6ଶେଥ ଶହେ ପାଞ୍ଚ ବର୍ଷ ବୟସରେ ଈନୋଶକୁ ଜାତ କଲା; 7ଈନୋଶର ଜନ୍ମ ଉତ୍ତାରେ ଶେଥ ଆଠଶହ ସାତ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା। 8ଶେଥର ବୟସ ସର୍ବସୁଦ୍ଧା ନଅଶହ ବାର ବର୍ଷ ଥିଲା; ତହୁଁ ସେ ମଲା।

9ଈନୋଶ ନବେ ବର୍ଷ ବୟସରେ କୟିନାନକୁ ଜାତ କଲା; 10ପୁଣି, କୟିନାନର ଜନ୍ମ ଉତ୍ତାରେ ସେ ଆଠଶହ ପନ୍ଦର ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା; 11ଈନୋଶର ବୟସ ସର୍ବସୁଦ୍ଧା ନଅଶହ ପାଞ୍ଚ ବର୍ଷ ଥିଲା; ତହୁଁ ସେ ମଲା।

12କୟିନାନ ସତୁରି ବର୍ଷ ବୟସରେ ମହଲଲେଲକୁ ଜାତ କଲା; 13ମହଲଲେଲ ଜନ୍ମିଲା ଉତ୍ତାରେ ସେ ଆଠଶହ ଚାଳିଶ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟାମାନଙ୍କୁ ଜାତ କଲା; 14ଆଉ କୟିନାନର ବୟସ ସର୍ବସୁଦ୍ଧା ନଅଶହ ଦଶ ବର୍ଷ ଥିଲା; ତହୁଁ ସେ ମଲା।

15ମହଲଲେଲ ପଞ୍ଚଷଠି ବର୍ଷ ବୟସରେ ଯେରଦକୁ ଜାତ କଲା; 16ଯେରଦ ଜନ୍ମିଲା ଉତ୍ତାରେ ସେ ଆଠଶହ ତିରିଶ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା; 17ମହଲଲେଲର ବୟସ ସର୍ବସୁଦ୍ଧା ଆଠଶହ ପଞ୍ଚାନବେ ବର୍ଷ ଥିଲା; ତହୁଁ ସେ ମଲା।

18ଯେରଦ ଶହେ ବାଷଠି ବର୍ଷ ବୟସରେ ହନୋକଙ୍କୁ ଜାତ କଲା; 19ହନୋକଙ୍କର ଜନ୍ମ ଉତ୍ତାରେ ସେ ଆଠଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା; 20ଯେରଦର ବୟସ ସର୍ବସୁଦ୍ଧା ନଅଶହ ବାଷଠି ବର୍ଷ ଥିଲା; ତହୁଁ ସେ ମଲା।

21ହନୋକ ପଞ୍ଚଷଠି ବର୍ଷ ବୟସରେ ମଥୂଶେଲହକୁ ଜାତ କଲେ; 22ମଥୂଶେଲହର ଜନ୍ମ ଉତ୍ତାରେ ହନୋକ ତିନିଶହ ବର୍ଷ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ, ପୁଣି, ସେ ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ; 23ହନୋକଙ୍କର ବୟସ ସର୍ବସୁଦ୍ଧା ତିନିଶହ ପଞ୍ଚଷଠି ବର୍ଷ ଥିଲା; 24ହନୋକ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ; ଆଉ ସେ ଅନ୍ତର୍ହିତ ହେଲେ; ଯେହେତୁ ପରମେଶ୍ୱର ତାଙ୍କୁ ଗ୍ରହଣ କଲେ।

25ମଥୂଶେଲହ ଶହେ ଶତାଅଶୀ ବର୍ଷ ବୟସରେ ଲେମକକୁ ଜାତ କଲା; 26ଲେମକର ଜନ୍ମ ଉତ୍ତାରେ ମଥୂଶେଲହ ସାତଶହ ବୟାଅଶୀ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା; 27ମଥୂଶେଲହର ବୟସ ସର୍ବସୁଦ୍ଧା ନଅଶହ ଊଣସ୍ତରି ବର୍ଷ ଥିଲା; ତହୁଁ ସେ ମଲା।

28ଲେମକ ଶହେ ବୟାଅଶୀ ବର୍ଷ ବୟସରେ ଏକ ପୁତ୍ର ଜାତ କରି ତାହାର ନାମ ନୋହ (ସାନ୍ତ୍ୱନା) ଦେଲେ, 29ଯେହେତୁ ସେ କହିଲେ, ସଦାପ୍ରଭୁଙ୍କ ଦ୍ୱାରା ଅଭିଶପ୍ତ ଭୂମିରେ ଆମ୍ଭମାନଙ୍କର ଶ୍ରମ ଓ ହସ୍ତର କ୍ଳେଶ ବିଷୟରେ ଏ ଆମ୍ଭମାନଙ୍କର ସାନ୍ତ୍ୱନା ଜନ୍ମାଇବ।

30ନୋହଙ୍କର ଜନ୍ମ ଉତ୍ତାରେ ଲେମକ ପାଞ୍ଚଶହ ପଞ୍ଚାନବେ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ; 31ତାଙ୍କର ବୟସ ସର୍ବସୁଦ୍ଧା ସାତଶହ ସତସ୍ତରି ବର୍ଷ ଥିଲା; ତହୁଁ ସେ ମଲେ।

ଆଉ ନୋହଙ୍କୁ ପାଞ୍ଚଶହ ବର୍ଷ ବୟସ ହେଲା; ଆଉ ନୋହ, ଶେମ ଓ ହାମ ଓ ଯେଫତ୍‍କୁ ଜାତ କଲେ।

32

Copyright information for OriULB