Job 18

ବିଲ୍‍ଦଦ୍‍ - ଦୁଷ୍ଟ ପ୍ରତି ଈଶ୍ୱରଙ୍କ ପ୍ରହାର

1ଏଥିଉତ୍ତାରେ ଶୂହୀୟ ବିଲ୍‍ଦଦ୍‍ ଉତ୍ତର କରି କହିଲା, “ତୁମ୍ଭେମାନେ କେତେ କାଳ କଥା ଧରିବା ପାଇଁ ଜାଲ ପାତିବ ? 2ବିବେଚନା କର, ତହିଁ ଉତ୍ତାରେ ଆମ୍ଭେମାନେ କହିବା।

3ଆମ୍ଭେମାନେ କାହିଁକି ପଶୁ ପରି ଗଣା ଯାଉଅଛୁ ଓ ତୁମ୍ଭମାନଙ୍କ ଦୃଷ୍ଟିରେ ଅଶୁଚି ହୋଇଅଛୁ ? 4କ୍ରୋଧରେ ଆପଣାକୁ ବିଦୀର୍ଣ୍ଣ କରୁଅଛ ଯେ ତୁମ୍ଭେ, ତୁମ୍ଭ ପାଇଁ କ’ଣ ପୃଥିବୀ ପରିତ୍ୟକ୍ତ ହେବ ? ଅବା ଶୈଳ କ’ଣ ସ୍ୱସ୍ଥାନରୁ ଦୂରୀକୃତ ହେବ ?

5ହଁ, ଦୁଷ୍ଟର ଦୀପ୍ତି ନିଭାଯିବ ଓ ତାହାର ଅଗ୍ନିକଣା ନିସ୍ତେଜ ହେବ। 6ତାହାର ତମ୍ବୁରେ ଆଲୁଅ ଅନ୍ଧାର ହେବ ଓ ତାହାର ଉପରିସ୍ଥ ପ୍ରଦୀପ ନିଭାଯିବ।

7ତାହାର ସାମର୍ଥ୍ୟର ଗତି ସଙ୍କୁଚିତ ହେବ ଓ ତାହାର ନିଜ ମନ୍ତ୍ରଣା ତାହାକୁ ତଳେ ପକାଇବ। 8ସେ ଆପଣା ଚରଣ ଦ୍ୱାରା ଜାଲରେ ପଡ଼େ ଓ ସେ ଫାନ୍ଦ ଉପରେ ଗମନାଗମନ କରେ।

9ଫାଶ ତାହାର ଗୋଇଠିକି ଧରିବ ଓ ଜାଲ ତାହାକୁ ଧରିବ। 10ତାହା ପାଇଁ ଫାଶ ଭୂମିରେ ଗୁପ୍ତ ଅଛି ଓ ପଥରେ ତାହା ପାଇଁ ଯନ୍ତା ଅଛି। 11ଭୟଙ୍କରତା ତାହାକୁ ଚତୁର୍ଦ୍ଦିଗରେ ଭୀତ କରିବ ଓ ତାହାର ଗୋଡ଼େ ଗୋଡ଼େ ଗୋଡ଼ାଇବ।

12ତାହାର ବଳ କ୍ଷୁଧାରେ କ୍ଷୀଣ ହେବ ଓ ତାହାର ଶେଷ ସମୟକୁ ବିପଦ ପ୍ରସ୍ତୁତ ଥିବ। 13ତାହା ତାହାର ଶରୀରର ଅବୟବସବୁ ଗ୍ରାସ କରିବ, ହଁ, ମୃତ୍ୟୁୁର ପ୍ରଥମଜାତ ତାହାର ଅବୟବସବୁ ଗ୍ରାସ କରିବ।

14ସେ ଆପଣା ବିଶ୍ୱାସ-ସ୍ଥଳରୂପ ତମ୍ବୁରୁ ଉତ୍ପାଟିତ ହେବ ଓ ସେ ଭୟଙ୍କର ରାଜା ନିକଟକୁ ଅଣାଯିବ। 15ତାହାର ଅସମ୍ପର୍କୀୟ ଲୋକ ତାହାର ତମ୍ବୁରେ ବାସ କରିବ, ତାହାର ନିବାସ-ସ୍ଥାନ ଉପରେ ଗନ୍ଧକ ବିଞ୍ଚାଯିବ।

16ତଳେ ତାହାର ମୂଳ ଶୁଷ୍କ ହେବ ଓ ଉପରେ ତାହାର ଶାଖା ଉଚ୍ଛିନ୍ନ ହେବ। 17ପୃଥିବୀରୁ ତାହାର ସ୍ମୃତି ଲୁପ୍ତ ହେବ ଓ ପଥରେ କେହି ତାହାର ନାମ ଧରିବ ନାହିଁ।

18ସେ ଆଲୁଅରୁ ଅନ୍ଧାରକୁ ତଡ଼ାଯିବ ଓ ଜଗତରୁ ଘଉଡ଼ାଯିବ। 19ଆପଣା ଲୋକଙ୍କ ମଧ୍ୟରେ ତାହାର ପୁତ୍ର କି ପୌତ୍ର ରହିବେ ନାହିଁ, କିଅବା ତାହାର ପ୍ରବାସ-ସ୍ଥାନରେ କେହି ରହିବେ ନାହିଁ। 20ଯେପରି ପୂର୍ବବର୍ତ୍ତୀ ଲୋକମାନେ ତାହାର ବିନାଶର ଦିନ ଲାଗି ଭୀତ ହୋଇଥିଲେ, ସେପରି ପଶ୍ଚିମବର୍ତ୍ତୀ ଲୋକମାନେ ଚମତ୍କୃତ ହେବେ।

ନିଶ୍ଚୟ ଅଧାର୍ମିକର ବସତି ଏହିପରି ଓ ପରମେଶ୍ୱରଙ୍କୁ ନ ଜାଣିବା ଲୋକର ସ୍ଥାନ ଏହି।”

21

Copyright information for OriULB