Job 22

ଇଲୀଫସ୍‍ - ଆୟୁବର ଦୁଷ୍ଟତା ଅଧିକ

1ଏଥିଉତ୍ତାରେ ତୈମନୀୟ ଇଲୀଫସ୍‍ ଉତ୍ତର କରି କହିଲା, 2“ମନୁଷ୍ୟ କ’ଣ ପରମେଶ୍ୱରଙ୍କ ପ୍ରତି ଲାଭଜନକ ହୋଇପାରେ ? ଅବଶ୍ୟ ଜ୍ଞାନୀ ଲୋକ ଆପଣା ପ୍ରତି ଲାଭଜନକ ଅଟେ। 3ତୁମ୍ଭେ ଯେ ଧାର୍ମିକ ଅଟ, ଏହା କ’ଣ ସର୍ବଶକ୍ତିମାନଙ୍କ ସୁଖର କାରଣ ? ଅବା ତୁମ୍ଭେ ଯେ ଆପଣା ଆଚରଣ ସିଦ୍ଧ କରୁଅଛ, ଏହା କ’ଣ ତାହାଙ୍କ ପ୍ରତି ଲାଭଜନକ ?

4ତାହାଙ୍କ ପ୍ରତି ତୁମ୍ଭର ଭୟ ସକାଶୁ ସେ କ’ଣ ତୁମ୍ଭକୁ ଅନୁଯୋଗ କରନ୍ତି ଓ ତୁମ୍ଭ ସହିତ ବିଚାରରେ ଉପସ୍ଥିତ ହେଉଅଛନ୍ତି ? 5ତୁମ୍ଭର ଦୁଷ୍ଟତା କ’ଣ ବଡ଼ ନୁହେଁ ? ଓ ତୁମ୍ଭ ଅଧର୍ମର କିଛି ସୀମା ନାହିଁ।

6ଯେଣୁ ତୁମ୍ଭେ ଅକାରଣରେ ଆପଣା ଭାଇଠାରୁ ବନ୍ଧକ ନେଇଅଛ ଓ ତୁମ୍ଭେ ବସ୍ତ୍ରହୀନମାନଙ୍କଠାରୁ ବସ୍ତ୍ର କାଢ଼ି ନେଇଅଛ। 7ତୁମ୍ଭେ ପରିଶ୍ରାନ୍ତମାନଙ୍କୁ ପାନ କରିବା ପାଇଁ ଜଳ ଦେଇ ନାହଁ ଓ ତୁମ୍ଭେ କ୍ଷୁଧିତମାନଙ୍କୁ ଆହାର ଦେଇ ନାହଁ। 8ମାତ୍ର ବଳବାନ ଲୋକ ପୃଥିବୀ ଅଧିକାର କଲା ଓ ସମ୍ଭ୍ରାନ୍ତ ଲୋକ ତହିଁରେ ବାସ କଲା।

9ତୁମ୍ଭେ ବିଧବାମାନଙ୍କୁ ଖାଲି ହାତରେ ବିଦାୟ କରିଅଛ ଓ ପିତୃହୀନର ବାହୁ ଭଗ୍ନ ହୋଇଅଛି। 10ଏହେତୁ ତୁମ୍ଭ ଚାରିଆଡ଼େ ଫାନ୍ଦ ଅଛି ଓ ଆକସ୍ମିକ ଭୟ ତୁମ୍ଭକୁ ବ୍ୟାକୁଳ କରୁଅଛି। 11ଅବା ଅନ୍ଧକାର, ଯାହା ଲାଗି ତୁମ୍ଭେ ଦେଖି ନ ପାର ଓ ଜଳରାଶି ତୁମ୍ଭକୁ ଆଚ୍ଛନ୍ନ କରୁଅଛି।

12ପରମେଶ୍ୱର କ’ଣ ଉଚ୍ଚତମ ସ୍ୱର୍ଗରେ ନାହାନ୍ତି ? ଓ ତାରାଗଣର ଉଚ୍ଚତା ଦେଖ, ସେସବୁ କେଡ଼େ ଉଚ୍ଚ ! 13ପୁଣି, ତୁମ୍ଭେ କହୁଅଛ, ‘ପରମେଶ୍ୱର କ’ଣ ଜାଣନ୍ତି ?’ ସେ ନିବିଡ଼ ଅନ୍ଧକାର ଦେଇ କ’ଣ ବିଚାର କରିପାରନ୍ତି ? 14ନିବିଡ଼ ମେଘମାଳ ତାହାଙ୍କର ଆବରଣ, ଏଣୁ ସେ ଦେଖନ୍ତି ନାହିଁ ଓ ସେ ଆକାଶମଣ୍ଡଳରେ ଗମନାଗମନ କରନ୍ତି।

15ଯହିଁରେ ଦୁଷ୍ଟ ଲୋକେ ଗମନ କରିଅଛନ୍ତି, ତୁମ୍ଭେ କ’ଣ ସେହି ପୁରାତନ ପଥ ଧରିବ ? 16ସେମାନେ ଅକାଳରେ ଛିଣ୍ଡାଗଲେ, ସେମାନଙ୍କ ଭିତ୍ତିମୂଳ ସ୍ରୋତ ପରି ଢଳାଗଲା; 17ସେମାନେ ପରମେଶ୍ୱରଙ୍କୁ କହିଲେ, ‘ଆମ୍ଭମାନଙ୍କ ନିକଟରୁ ଦୂର ହୁଅ ଓ ସର୍ବଶକ୍ତିମାନ ପରମେଶ୍ଵର ଆମ୍ଭମାନଙ୍କ ପାଇଁ କ’ଣ କରି ପାରନ୍ତି ?’

18ତଥାପି ସେ ନାନା ଉତ୍ତମ ଦ୍ରବ୍ୟରେ ସେମାନଙ୍କ ଗୃହ ପରିପୂର୍ଣ୍ଣ କଲେ; ମାତ୍ର ଦୁଷ୍ଟମାନଙ୍କ ମନ୍ତ୍ରଣା ଆମ୍ଭଠାରୁ ଦୂରରେ ଥାଏ। 19ଧାର୍ମିକମାନେ ତାହା ଦେଖି ଆନନ୍ଦିତ ହୁଅନ୍ତି ଓ ନିର୍ଦ୍ଦୋଷ ଲୋକ ସେମାନଙ୍କୁ ପରିହାସ କରି କହନ୍ତି, 20ଆମ୍ଭମାନଙ୍କ ବିରୁଦ୍ଧରେ ଉଠିବା ଲୋକେ ନିଶ୍ଚୟ ଉଚ୍ଛିନ୍ନ ହୋଇଅଛନ୍ତି ଓ ଅଗ୍ନି ସେମାନଙ୍କର ଅବଶିଷ୍ଟାଂଶ ଗ୍ରାସ କରିଅଛି।

21ଏବେ ତୁମ୍ଭେ ତାହାଙ୍କ ସହିତ ପରିଚିତ ହୁଅ, ତହିଁରେ ଶାନ୍ତି ହେବ; ତଦ୍ଦ୍ୱାରା ମଙ୍ଗଳ ତୁମ୍ଭ ନିକଟରେ ଉପସ୍ଥିତ ହେବ। 22ମୁଁ ବିନୟ କରୁଅଛି, ତାହାଙ୍କ ମୁଖନିର୍ଗତ ବ୍ୟବସ୍ଥା ଗ୍ରହଣ କର ଓ ତାହାଙ୍କ ବାକ୍ୟ ଆପଣା ହୃଦୟରେ ସଞ୍ଚୟ କର।

23ଯଦି ତୁମ୍ଭେ ସର୍ବଶକ୍ତିମାନ ପରମେଶ୍ଵରଙ୍କ ପ୍ରତି ଫେରିବ, ଯଦି ଆପଣା ତମ୍ବୁରୁ ଅଧର୍ମ ଦୂର କରିବ, ତେବେ ତୁମ୍ଭେ ଦୃଢ଼ କରାଯିବ। 24ପୁଣି, ତୁମ୍ଭେ ଧୂଳିରେ ଆପଣା ଧନ ଓ ନଦୀସ୍ଥିତ ପଥର ମଧ୍ୟରେ ଓଫୀରର ସୁବର୍ଣ୍ଣ ପକାଇ ଦିଅ; 25ତହିଁରେ ସର୍ବଶକ୍ତିମାନ ତୁମ୍ଭର ଧନ ସ୍ୱରୂପ ଓ ତୁମ୍ଭ ପ୍ରତି ବହୁମୂଲ୍ୟ ରୌପ୍ୟ ସ୍ୱରୂପ ହେବେ।

26କାରଣ ସେତେବେଳେ ତୁମ୍ଭେ ସର୍ବଶକ୍ତିମାନଙ୍କଠାରେ ଆନନ୍ଦ କରିବ ଓ ପରମେଶ୍ୱରଙ୍କ ଆଡ଼େ ଆପଣା ମୁଖ ଟେକିବ। 27ତୁମ୍ଭେ ତାହାଙ୍କ ନିକଟରେ ପ୍ରାର୍ଥନା କରିବ ଓ ସେ ତୁମ୍ଭ କଥା ଶୁଣିବେ ଓ ତୁମ୍ଭେ ଆପଣା ମାନତ ପରିଶୋଧ କରିବ। 28ମଧ୍ୟ ତୁମ୍ଭେ କୌଣସି ବିଷୟ ମନସ୍ଥ କଲେ, ତାହା ତୁମ୍ଭ ପକ୍ଷରେ ସଫଳ କରାଯିବ; ତୁମ୍ଭର ସକଳ ପଥରେ ଦୀପ୍ତି ପ୍ରକାଶିତ ହେବ।

29ସେମାନେ ତୁମ୍ଭକୁ ଅବନତ କଲେ ତୁମ୍ଭେ କହିବ, ଉନ୍ନତି ହେବ
22:29 ସେମାନେ ତୁମ୍ଭକୁ ଅବନତ କଲେ ତୁମ୍ଭେ କହିବ, ଉନ୍ନତି ହେବ ଏବ୍ରୀ ଭାଷାରେ ଏହା ସ୍ପଷ୍ଟ ନୁହେଁ।
କାରଣ ପରମେଶ୍ଵର ନମ୍ର ଲୋକକୁ ରକ୍ଷା କରିବେ।
ଯେଉଁ ଲୋକ ନିର୍ଦ୍ଦୋଷ ନୁହେଁ, ତାହାକୁ ହିଁ ସେ ଉଦ୍ଧାର କରିବେ; ହଁ, ତୁମ୍ଭ ହସ୍ତର ଶୁଚିତା ଦ୍ୱାରା ସେ ଉଦ୍ଧାର ପାଇବ।”

30

Copyright information for OriULB