Job 25

ବିଲ୍‍ଦଦ୍‍ - ମନୁଷ୍ୟ ପକ୍ଷେ ଧାର୍ମିକ ଓ ଶୁଚି ଅସମ୍ଭବ

1ଏଥିରେ ଶୂହୀୟ ବିଲ୍‍ଦଦ୍‍ ଉତ୍ତର କରି କହିଲା, 2“ପ୍ରଭୁତ୍ୱ ଓ ଭୟ ତାହାଙ୍କଠାରେ ଥାଏ; ସେ ଆପଣା ଉଚ୍ଚସ୍ଥାନରେ ଶାନ୍ତି ସମ୍ପାଦନ କରନ୍ତି। 3ତାହାଙ୍କ ସୈନ୍ୟଦଳର କି କୌଣସି ସଂଖ୍ୟା ଅଛି ? କାହା ଉପରେ ତାହାଙ୍କ ଦୀପ୍ତି ଉଦିତ ନ ହୁଏ ?

4ତେବେ ମନୁଷ୍ୟ କିପରି ପରମେଶ୍ୱରଙ୍କ ଛାମୁରେ ଧାର୍ମିକ ହୋଇ ପାରିବ ? ଅବା ସ୍ତ୍ରୀଜାତ ଲୋକ କିପରି ଶୁଚି ହୋଇ ପାରିବ ? 5ଦେଖ, ତାହାଙ୍କ ଦୃଷ୍ଟିରେ ଚନ୍ଦ୍ର ହିଁ ନିସ୍ତେଜ ଅଟେ ଓ ତାରାଗଣ ନିର୍ମଳ ନୁହଁନ୍ତି; ତେବେ କୀଟମାତ୍ର ମନୁଷ୍ୟ କ’ଣ ! ଓ କୃମିମାତ୍ର ମନୁଷ୍ୟ-ସନ୍ତାନ କ’ଣ ?

6

Copyright information for OriULB