Proverbs 15

1କୋମଳ ଉତ୍ତର କ୍ରୋଧକୁ ଦମନ କରେ; ମାତ୍ର କଟୁ ବାକ୍ୟ କୋପ ଜନ୍ମାଏ। 2ଜ୍ଞାନୀମାନଙ୍କ ଜିହ୍ୱା ପ୍ରକୃତ ରୂପେ ଜ୍ଞାନ ବ୍ୟକ୍ତ କରେ; ମାତ୍ର ମୂର୍ଖମାନଙ୍କର ମୁଖ ଅଜ୍ଞାନତା ଉଦ୍‍ଗାର କରେ।

3ସଦାପ୍ରଭୁଙ୍କ ଚକ୍ଷୁ ସବୁଠାରେ ଥାଇ ଅଧମ ଓ ଉତ୍ତମ ଲୋକଙ୍କୁ ନିରୀକ୍ଷଣ କରେ। 4ଶାନ୍ତ ଜିହ୍ୱା ଜୀବନ-ବୃକ୍ଷ ସ୍ୱରୂପ; ପୁଣି, କୁଟିଳ ଜିହ୍ୱା ଆତ୍ମା ଭଙ୍ଗ କରେ।

5ଅଜ୍ଞାନ ଆପଣା ପିତାର ଶାସନ ହେଳା କରେ; ପୁଣି, ଅନୁଯୋଗ ଯେ ଘେନେ, ସେ ବୁଦ୍ଧି ପ୍ରାପ୍ତ ହୁଏ। 6ଧାର୍ମିକର ଗୃହରେ ବହୁ ସମ୍ପତ୍ତି ଥାଏ; ପୁଣି, ଦୁଷ୍ଟର ଆୟରେ କ୍ଳେଶ ଥାଏ।

7ଜ୍ଞାନବାନ‌‌ର ଓଷ୍ଠାଧର ବିଦ୍ୟା ବିତରଣ କରେ; ମାତ୍ର ମୂର୍ଖର ମନ ସେପରି କରେ ନାହିଁ। 8ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣାର ବିଷୟ ଅଟେ; ମାତ୍ର ସରଳ ଲୋକଙ୍କର ପ୍ରାର୍ଥନା ତାହାଙ୍କର ତୁଷ୍ଟିକର।

9ଦୁଷ୍ଟର ଗତି ସଦାପ୍ରଭୁଙ୍କର ଘୃଣାର ବିଷୟ; ମାତ୍ର ଧାର୍ମିକତାର ଅନୁଗାମୀକୁ ସେ ପ୍ରେମ କରନ୍ତି। 10ବିପଥଗାମୀ ପ୍ରତି ଦୁଃଖଦାୟକ ଶାସ୍ତି ଘଟେ; ପୁଣି, ଯେଉଁ ଲୋକ ଅନୁଯୋଗ ଘୃଣା କରେ, ସେ ମରିବ।

11ପାତାଳ ଓ ବିନାଶ ସ୍ଥାନ ସଦାପ୍ରଭୁଙ୍କ ଅଗ୍ରବର୍ତ୍ତୀ ଥାଏ; ତେବେ ମନୁଷ୍ୟ-ସନ୍ତାନଗଣର ଅନ୍ତଃକରଣ କି ତତୋଧିକ ନୁହେଁ ? 12ନିନ୍ଦକ ଅନୁଯୋଗ ପାଇବାକୁ ଭଲ ପାଏ ନାହିଁ, ସେ ଜ୍ଞାନୀର ନିକଟକୁ ଯାଏ ନାହିଁ।

13ଆନନ୍ଦିତ ମନ ମୁଖକୁ ପ୍ରଫୁଲ୍ଲ କରେ; ପୁଣି, ମନର ଶୋକରେ ଆତ୍ମା ଭଗ୍ନ ହୁଏ। 14ବୁଦ୍ଧିମାନର ମନ ଜ୍ଞାନ ଖୋଜେ; ମାତ୍ର ମୂର୍ଖମାନଙ୍କ ମୁଖ ଅଜ୍ଞାନତା ଆହାର କରେ।

15ଦୁଃଖୀ ଲୋକର ସବୁ ଦିନ ଅମଙ୍ଗଳ; ମାତ୍ର ଯେ ହୃଷ୍ଟଚିତ୍ତ, ତାହାର ନିତ୍ୟ ଭୋଜ। 16ଅଶାନ୍ତିଯୁକ୍ତ ବହୁ ସମ୍ପତ୍ତି ଅପେକ୍ଷା ସଦାପ୍ରଭୁଙ୍କ ଭୟଯୁକ୍ତ ଅଳ୍ପତା ଭଲ।

17ହିଂସା ସହିତ ହୃଷ୍ଟପୁଷ୍ଟ ଗୋମାଂସ ଭୋଜ ଅପେକ୍ଷା ପ୍ରେମ ଥିବା ସ୍ଥାନରେ ଶାକାନ୍ନ ଭଲ। 18କ୍ରୋଧୀ ଲୋକ କଳି ଜନ୍ମାଏ; ପୁଣି, କୋପ କରିବାକୁ ଧୀର ଲୋକ ବିବାଦ କ୍ଷାନ୍ତ କରେ।

19ଅଳସର ବାଟ କଣ୍ଟାବାଡ଼ ପରି, ମାତ୍ର ସରଳାଚାରୀର ପଥ ରାଜଦାଣ୍ଡ ତୁଲ୍ୟ କରାଯାଏ। 20ଜ୍ଞାନୀ ପୁତ୍ର ପିତାର ଆହ୍ଲାଦ ଜନ୍ମାଏ; ମାତ୍ର ମୂର୍ଖ ପୁତ୍ର ଆପଣା ମାତାକୁ ତୁଚ୍ଛ କରେ।

21ନିର୍ବୋଧ ପ୍ରତି ଅଜ୍ଞାନତା ଆନନ୍ଦଜନକ; ମାତ୍ର ବୁଦ୍ଧିମାନ ଲୋକ ଆପଣା ଗତି ସରଳ କରେ। 22ମନ୍ତ୍ରଣା ଅଭାବରେ ସଂକଳ୍ପ ବିଫଳ ହୁଏ; ମାତ୍ର ବହୁତ ମନ୍ତ୍ରୀ ଦ୍ୱାରା ତାହା ସ୍ଥିରୀକୃତ ହୁଏ।

23ଆପଣା ମୁଖର ଉତ୍ତରରେ ମନୁଷ୍ୟର ଆନନ୍ଦ ହୁଏ, ପୁଣି ଯଥାକାଳର କଥା କିପରି ଉତ୍ତମ ! 24ନୀଚସ୍ଥିତ ପାତାଳକୁ ତ୍ୟାଗ କରିବା ପାଇଁ ବୁଦ୍ଧିମାନ ଲୋକ ନିମନ୍ତେ ଜୀବନର ପଥ ଊର୍ଦ୍ଧ୍ୱଗାମୀ।

25ଗର୍ବୀ ଲୋକର ଗୃହ ସଦାପ୍ରଭୁ ଓପାଡ଼ି ପକାଇବେ; ମାତ୍ର ବିଧବାର ସୀମା ସେ ସ୍ଥିର କରିବେ; 26କୁସଂକଳ୍ପ ସଦାପ୍ରଭୁଙ୍କ ନିକଟରେ ଘୃଣାର ବିଷୟ; ମାତ୍ର ମନୋହର କଥା ଶୁଚି।

27ଲୋଭୀ ଆପଣା ପରିଜନକୁ ଦୁଃଖ ଦିଏ, ମାତ୍ର ଯେଉଁ ଲୋକ ଲାଞ୍ଚ ଘୃଣା କରେ, ସେ ବଞ୍ଚିବ। 28ଧାର୍ମିକର ମନ ବିବେଚନା କରି ଉତ୍ତର ଦିଏ; ମାତ୍ର ଦୁଷ୍ଟମାନଙ୍କ ମୁଖ ମନ୍ଦ କଥା ଢାଳି ପକାଏ।

29ସଦାପ୍ରଭୁ ଦୁଷ୍ଟମାନଙ୍କଠାରୁ ଦୂରରେ ଥାଆନ୍ତି; ପୁଣି, ଧାର୍ମିକମାନଙ୍କର ପ୍ରାର୍ଥନା ସେ ଶୁଣନ୍ତି। 30ଚକ୍ଷୁର ଦୀପ୍ତି ମନକୁ ଆନନ୍ଦିତ କରେ; ପୁଣି, ଉତ୍ତମ ସମାଚାର ହାଡ଼ର
15:30 ହାଡ଼ର ଶରୀରକୁ
ପୁଷ୍ଟି କରେ।

31ଯେଉଁ କର୍ଣ୍ଣ ଜୀବନଦାୟକ ଅନୁଯୋଗ ଶୁଣେ, ତାହା ଜ୍ଞାନୀମାନଙ୍କ ମଧ୍ୟରେ ବାସ କରେ। 32ଯେଉଁ ଲୋକ ଶାସନ ଅଗ୍ରାହ୍ୟ କରେ, ସେ ଆପଣା ପ୍ରାଣକୁ ତୁଚ୍ଛ କରେ; ମାତ୍ର ଅନୁଯୋଗ ଯେ ଶୁଣେ, ସେ ବୁଦ୍ଧି ପାଏ।

ସଦାପ୍ରଭୁ ବିଷୟକ ଭୟ ଜ୍ଞାନଜନକ ଉପଦେଶ; ପୁଣି, ନମ୍ରତା ସମ୍ଭ୍ରମର ସମ୍ମୁଖରେ ଥାଏ।

33

Copyright information for OriULB