Psalms 38

ଦୁଃଖୀର ପ୍ରାର୍ଥନା

ଦାଉଦଙ୍କର ଗୀତ, ସ୍ମରଣୋପାୟ।

1ହେ ସଦାପ୍ରଭୁ, ତୁମ୍ଭ କୋପରେ ମୋତେ
ଅନୁଯୋଗ କର ନାହିଁ; କିଅବା ତୁମ୍ଭ ପ୍ରଚଣ୍ଡ କ୍ରୋଧରେ
ମୋତେ ଶାସ୍ତି ଦିଅ ନାହିଁ।
2କାରଣ ତୁମ୍ଭର ତୀରସବୁ ମୋ’ଠାରେ ବିଦ୍ଧ ରହିଅଛି
ଓ ତୁମ୍ଭର ହସ୍ତ ମୋତେ ଅତିଶୟ ଚାପୁଅଛି।

3ତୁମ୍ଭ କୋପ ସକାଶୁ ମୋ’ ଶରୀର କିଛି ସ୍ୱାସ୍ଥ୍ୟ ନାହିଁ;

ପୁଣି, ମୋ’ ପାପ ସକାଶୁ ମୋ’ ଅସ୍ଥିରେ କିଛି ଆରାମ
ନାହିଁ।
4କାରଣ ମୋହର ଅପରାଧ ମୋ’ ମସ୍ତକ ଉପରେ
ଉଠିଅଛି;
ତାହାସବୁ ମୋ’ ଶକ୍ତି ଅପେକ୍ଷା ଭାରୀ ବୋଝ ସ୍ୱରୂପ।

5ମୋହର ଅଜ୍ଞାନତା ସକାଶୁ ମୋହର କ୍ଷତସବୁ ଦୁର୍ଗନ୍ଧ

ଓ ବିକୃତ ହୋଇଅଛି।
6ମୁଁ ବ୍ୟଥିତ ଓ ଅତ୍ୟନ୍ତ ଅବନତ ହୋଇଅଛି।
ମୁଁ ସାରାଦିନ ଶୋକ କରି ବୁଲୁଥାଏ।

7କାରଣ ମୋ’ କଟିଦେଶ ଜ୍ୱାଳାରେ ପରିପୂର୍ଣ୍ଣ ଓ

ମୋହର ମାଂସରେ କିଛି ସ୍ୱାସ୍ଥ୍ୟ ନାହିଁ।
8ମୁଁ କ୍ଷୀଣ ଓ ଅତିଶୟ ଚୂର୍ଣ୍ଣ ହୋଇଅଛି।
ମୁଁ ଆପଣା ଚିତ୍ତର ଅସ୍ଥିରତା ହେତୁରୁ ଆର୍ତ୍ତନାଦ କରିଅଛି।

9ହେ ପ୍ରଭୁ, ମୋହର ସକଳ ବାଞ୍ଛା ତୁମ୍ଭ ସମ୍ମୁଖରେ ଅଛି

ଓ ମୋହର କାତରୋକ୍ତି ତୁମ୍ଭଠାରୁ ଗୁପ୍ତ ନୁହେଁ।
10ମୋହର ହୃଦୟ ଧୁକ୍‍ଧୁକ୍‍ କରୁଅଛି, ମୋହର ବଳ
କ୍ଷୀଣ ହେଉଅଛି;
ମୋହର ଚକ୍ଷୁର ତେଜ ମଧ୍ୟ ମୋ’ଠାରୁ ଗଲାଣି।

11ମୋହର ପ୍ରିୟ ଲୋକେ ଓ ମୋହର ମିତ୍ରମାନେ

ମୋ’ ବ୍ୟାଧିରୁ ଅଲଗା ଠିଆ ହୁଅନ୍ତି
ଓ ମୋହର ଜ୍ଞାତିବର୍ଗ ଦୂରରେ ଠିଆ ହୁଅନ୍ତି।
12ମଧ୍ୟ ଯେଉଁମାନେ ମୋ’ ପ୍ରାଣ ଚାହାନ୍ତି, ସେମାନେ
ମୋ’ ପାଇଁ ଫାନ୍ଦ ପାତନ୍ତି;
ପୁଣି, ଯେଉଁମାନେ ମୋହର ଅନିଷ୍ଟ ଇଚ୍ଛା କରନ୍ତି,
ସେମାନେ ସର୍ବନାଶର କଥା କହନ୍ତି ଓ ସାରାଦିନ ଛଳର
ଚିନ୍ତା କରନ୍ତି।

13ମାତ୍ର ମୁଁ ବଧିର ଲୋକ ପରି ଶୁଣୁ ନାହିଁ; ପୁଣି, ମୁଁ

ମୁଖ ନ ଫିଟାଇବା ଘୁଙ୍ଗା ଲୋକ ତୁଲ୍ୟ ହୁଏ।
14ଆହୁରି, ଯେ ନ ଶୁଣେ ଓ ଯାହାର ମୁଖରେ ପ୍ରତିବାଦ
ନ ଥାଏ, ଏପରି ଲୋକ ତୁଲ୍ୟ ହୁଏ।

15କାରଣ ହେ ସଦାପ୍ରଭୁ, ମୁଁ ତୁମ୍ଭଠାରେ ଭରସା

ରଖେ;
ହେ ପ୍ରଭୁ, ମୋର ପରମେଶ୍ୱର, ତୁମ୍ଭେ ଉତ୍ତର ଦେବ।
16କାରଣ ମୁଁ କହିଲି, କେଜାଣି ମୋହର ଶତ୍ରୁମାନେ ମୋ’
ଉପରେ ଆନନ୍ଦ କରିବେ;
ମୋ’ ପାଦ ଖସିଗଲା ବେଳେ ସେମାନେ ମୋ’
ପ୍ରତିକୂଳରେ ଦର୍ପ କରନ୍ତି।

17ଯେଣୁ ମୁଁ ଝୁଣ୍ଟି ପଡ଼ିବାକୁ ଉଦ୍ୟତ ଓ ମୋହର ଦୁଃଖ

ସର୍ବଦା ମୋ’ ସମ୍ମୁଖରେ ଥାଏ।
18ମୁଁ ଆପଣା ଅପରାଧ ପ୍ରକାଶ କରିବି; ମୁଁ ଆପଣା
ପାପ ଲାଗି ଖେଦିତ ହେବି।

19ମାତ୍ର ମୋହର ଶତ୍ରୁମାନେ ସତେଜ ଓ ବଳବାନ;

ପୁଣି, ଅନ୍ୟାୟରେ ମୋତେ ଘୃଣା କରିବା ଲୋକେ
ବହୁସଂଖ୍ୟକ ହୋଇଅଛନ୍ତି।
20ମଧ୍ୟ ଯେଉଁମାନେ ହିତର ପରିବର୍ତ୍ତେ ଅହିତ କରନ୍ତି,
ସେମାନେ ମୋହର ବିପକ୍ଷ;
କାରଣ ମୁଁ ଉତ୍ତମ ବିଷୟର ଅନୁଗମନ କରେ।

21ହେ ସଦାପ୍ରଭୁ, ମୋତେ ପରିତ୍ୟାଗ କର ନାହିଁ;

ହେ ମୋହର ପରମେଶ୍ୱର, ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ।
ହେ ପ୍ରଭୁ, ମୋହର ପରିତ୍ରାଣ, ମୋହର ସାହାଯ୍ୟ
କରିବାକୁ ସତ୍ୱର ହୁଅ।
22

Copyright information for OriULB