Psalms 87

ଯିରୂଶାଲମର ପ୍ରଶଂସା

ଗୀତ; କୋରହ-ସନ୍ତାନଗଣର ଗୀତ।

1ତାହାଙ୍କ ଭିତ୍ତିମୂଳ ପବିତ୍ର ପର୍ବତ ଉପରେ ସ୍ଥାପିତ।
2ସଦାପ୍ରଭୁ ଯାକୁବର ସମସ୍ତ ବାସସ୍ଥାନ ଅପେକ୍ଷା
ସିୟୋନର ଦ୍ୱାରସମୂହକୁ ଅଧିକ ସ୍ନେହ କରନ୍ତି।
3ହେ ପରମେଶ୍ୱରଙ୍କ ନଗରୀ, ତୁମ୍ଭ ବିଷୟରେ ନାନାବିଧ ଗୌରବର କଥା କଥିତ ଅଛି। [ସେଲା]

4ମୋ’ ଜାଣିବା ଲୋକଙ୍କ ତୁଲ୍ୟ ମୁଁ ରାହବ ଓ ବାବିଲକୁ ଉଲ୍ଲେଖ କରିବି;

ପଲେଷ୍ଟୀୟା, ସୋର ଓ କୂଶକୁ ଦେଖ;
ଏହି ଜଣ ସେଠାରେ ଜାତ ହେଲା।

5ଆହୁରି, ସିୟୋନ ବିଷୟରେ କୁହାଯିବ, “ଏଜଣ ଓ ସେଜଣ ତହିଁ ମଧ୍ୟରେ ଜାତ ହେଲେ;

ପୁଣି, ସର୍ବୋପରିସ୍ଥ ସ୍ୱୟଂ ତାହା ସୁସ୍ଥିର କରିବେ।”
6ସଦାପ୍ରଭୁ ଗୋଷ୍ଠୀବର୍ଗର ନାମ ଲେଖିବା ସମୟରେ,
“ଏଜଣ ସେଠାରେ ଜାତ ହେଲା ବୋଲି ଗଣନା କରିବେ।” [ସେଲା]

ଗାୟକ ଓ ନର୍ତ୍ତକମାନେ କହିବେ,

“ମୋହର ସବୁ ଝର ତୁମ୍ଭଠାରେ ଅଛି।”
7

Copyright information for OriULB