Psalms 1

ପ୍ରଥମ ଖଣ୍ଡ

୧:୧ - ୪୧:୧୩

ସଫଳତାର ପଥ


1ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ,

ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ,
କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ,
2 ମାତ୍ର ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଯାହାର ଆମୋଦ
ଥାଏ ଓ ଯେ ଦିବାରାତ୍ର ତାହାଙ୍କର ବ୍ୟବସ୍ଥା ଧ୍ୟାନ କରେ, ସେ ଧନ୍ୟ।

3

ଯେଉଁ ବୃକ୍ଷ ଜଳସ୍ରୋତ ନିକଟରେ ରୋପିତ,

ଯେ ସ୍ୱସମୟରେ ଫଳ ଉତ୍ପନ୍ନ କରେ, ଯାହାର ପତ୍ର ହିଁ
ମଳିନ ହୁଏ ନାହିଁ, ଏପରି ବୃକ୍ଷ ସଦୃଶ ସେ ହେବ;
ପୁଣି, ସେ ଯାହା କରେ, ତାହା ସଫଳ ହେବ।

4

ଦୁଷ୍ଟମାନେ ସେପ୍ରକାର ନୁହଁନ୍ତି;

ମାତ୍ର ବାୟୁ ଦ୍ୱାରା ଚାଳିତ ତୁଷ ତୁଲ୍ୟ ଅଟନ୍ତି।
5 ଏହେତୁ ଦୁଷ୍ଟମାନେ ବିଚାର ସ୍ଥାନରେ, ଅବା
ପାପୀମାନେ ଧାର୍ମିକମାନଙ୍କ ମଣ୍ଡଳୀରେ ଠିଆ ହେବେ ନାହିଁ।

6

କାରଣ ସଦାପ୍ରଭୁ ଧାର୍ମିକମାନଙ୍କ ପଥ ଜାଣନ୍ତି; ମାତ୍ର

ଦୁଷ୍ଟମାନଙ୍କ ପଥ ବିନଷ୍ଟ ହେବ।

Copyright information for OriULB