Psalms 105

ସଦାପ୍ରଭୁ ଓ ତାହାଙ୍କ ମନୋନୀତ ଜାତି

1ସଦାପ୍ରଭୁଙ୍କର ଧନ୍ୟବାଦ କର,
ତାହାଙ୍କ ନାମରେ ପ୍ରାର୍ଥନା କର,
ଗୋଷ୍ଠୀବର୍ଗ ମଧ୍ୟରେ ତାହାଙ୍କ କ୍ରିୟାସକଳ ଜଣାଅ।
2ତାହାଙ୍କ ଉଦ୍ଦେଶ୍ୟରେ ଗାନ କର,
ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର;
ତୁମ୍ଭେମାନେ ତାହାଙ୍କର ସକଳ ଆଶ୍ଚର୍ଯ୍ୟକ୍ରିୟା ବିଷୟରେ କଥୋପକଥନ କର।
3ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର;
ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କ ଚିତ୍ତ ଆନନ୍ଦିତ ହେଉ।

4ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ପରାକ୍ରମର ଅନ୍ୱେଷଣ କର;

ସଦାସର୍ବଦା ତାହାଙ୍କ ମୁଖ ଅନ୍ୱେଷଣ କର।
5ହେ ତାହାଙ୍କ ଦାସ ଅବ୍ରହାମର ବଂଶ,
ହେ ତାହାଙ୍କର ମନୋନୀତ ଲୋକେ, ଯାକୁବର ସନ୍ତାନଗଣ,
6ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ, ତାହାଙ୍କ ଅଦ୍ଭୁତ ଲକ୍ଷଣ
ଓ ତାହାଙ୍କ ମୁଖନିର୍ଗତ ଶାସନସକଳ ସ୍ମରଣ କର।

7ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି;

ତାହାଙ୍କର ଶାସନ ସମୁଦାୟ ପୃଥିବୀରେ ପ୍ରଚଳିତ।
8ସେ ଆପଣା ନିୟମ, ଅର୍ଥାତ୍‍,
ଯେଉଁ ବାକ୍ୟ ସେ ସହସ୍ର ପୁରୁଷ-ପରମ୍ପରା ପ୍ରତି ଆଦେଶ କରିଥିଲେ,

9ଯେଉଁ ନିୟମ ସେ ଅବ୍ରହାମ ସଙ୍ଗେ କରିଥିଲେ ଓ ଆପଣାର ଯେଉଁ ଶପଥ ସେ ଇସ୍‍ହାକ ନିକଟରେ କରିଥିଲେ,

ତାହା ସେ ସଦାକାଳ ସ୍ମରଣ କରିଅଛନ୍ତି।
10ପୁଣି, ସେ ଯାକୁବ ପ୍ରତି ତାହା ବିଧି ରୂପେ ଓ
ଇସ୍ରାଏଲ ପ୍ରତି ଅନନ୍ତକାଳୀନ ନିୟମ ରୂପେ ଦୃଢ଼ କରି କହିଲେ,
11ଆମ୍ଭେ ତୁମ୍ଭମାନଙ୍କର ନିର୍ଣ୍ଣୀତ ଅଧିକାର ରୂପେ
ତୁମ୍ଭକୁ କିଣାନ ଦେଶ ଦେବା।

12ସେହି ସମୟରେ ସେମାନେ ସଂଖ୍ୟାରେ ଅଳ୍ପ ଲୋକ

ଓ ଅତି ଅଳ୍ପ, ପୁଣି ସେହି ଦେଶରେ ପ୍ରବାସୀ ଥିଲେ।
13ଆଉ, ସେମାନେ ଗୋଷ୍ଠୀରୁ ଗୋଷ୍ଠୀ ନିକଟରେ,
ଏକ ରାଜ୍ୟରୁ ଅନ୍ୟ ବଂଶ ନିକଟରେ ଭ୍ରମଣ କଲେ।

14ସେ ସେମାନଙ୍କର ଉପଦ୍ରବ କରିବାକୁ କୌଣସି ମନୁଷ୍ୟକୁ ଅନୁମତି ଦେଲେ ନାହିଁ;

ଆହୁରି, ସେ ସେମାନଙ୍କ ସକାଶେ ରାଜାଗଣକୁ ଅନୁଯୋଗ କରି କହିଲେ;
15“ଆମ୍ଭ ଅଭିଷିକ୍ତମାନଙ୍କୁ ସ୍ପର୍ଶ କର ନାହିଁ
ଓ ଆମ୍ଭ ଭବିଷ୍ୟଦ୍‍ବକ୍ତାଗଣର କୌଣସି କ୍ଷତି କର ନାହିଁ।”

16ଏଥିଉତ୍ତାରେ ସେ ଦେଶରେ
105:16 ଦେଶରେ ମିସର ଦେଶରେ
ଦୁର୍ଭିକ୍ଷ ଆଜ୍ଞା କଲେ;

ସେ ଭକ୍ଷ୍ୟରୂପ ସମଗ୍ର ଯଷ୍ଟି ଭଗ୍ନ କଲେ।
17ସେ ସେମାନଙ୍କ ଆଗରେ ଏକ ମନୁଷ୍ୟକୁ ପଠାଇଲେ;
ଯୋଷେଫ ଦାସ ହେବା ପାଇଁ ବିକ୍ରୀତ ହେଲା;

18ସେମାନେ ବେଡ଼ିରେ ତାହାର ଚରଣକୁ ଦୁଃଖ ଦେଲେ;

ସେ ଲୌହ ଶୃଙ୍ଖଳରେ ରଖାଗଲା;
19ଶେଷରେ ତାହାର ବଚନ ସଫଳ ହେଲା;
ସଦାପ୍ରଭୁଙ୍କ ବାକ୍ୟ ତାହାକୁ ପରୀକ୍ଷା କଲା।

20ତହୁଁ ରାଜା ଲୋକ ପଠାଇ ତାହାକୁ ମୁକ୍ତ କଲା;

ନରପତି ତାହାକୁ ମୁକ୍ତ କରି ଛାଡ଼ିଦେଲା।
21ସେ ଆପଣାର ଅଧିପତିମାନଙ୍କୁ ଇଚ୍ଛାନୁସାରେ ବନ୍ଧନ କରିବା ପାଇଁ
ଓ ଆପଣାର ମନ୍ତ୍ରୀମାନଙ୍କୁ ଜ୍ଞାନ ଶିକ୍ଷା ଦେବା ପାଇଁ;
22ତାହାକୁ ଆପଣା ଗୃହର ପ୍ରଭୁ ଓ
ଆପଣା ସକଳ ସମ୍ପତ୍ତିର କର୍ତ୍ତା କଲା।
23ଇସ୍ରାଏଲ ମଧ୍ୟ ମିସର ଦେଶକୁ ଆସିଲା
ଓ ଯାକୁବ ହାମ୍‍ ଦେଶରେ ପ୍ରବାସ କଲା।

24ଏଥିଉତ୍ତାରେ ସେ ଆପଣା ଲୋକମାନଙ୍କୁ ଅତିଶୟ ବୃଦ୍ଧି କଲେ

ଓ ସେମାନଙ୍କ ବିପକ୍ଷଗଣ ଅପେକ୍ଷା ସେମାନଙ୍କୁ ବଳବାନ କଲେ।
25ସେ ଆପଣା ଲୋକମାନଙ୍କୁ ଘୃଣା କରିବା ପାଇଁ ଓ
ଆପଣା ଦାସମାନଙ୍କ ସହିତ ଧୂର୍ତ୍ତ ବ୍ୟବହାର କରିବା ପାଇଁ ସେମାନଙ୍କ ମନ ପରିବର୍ତ୍ତନ କଲେ।
26ସେ ଆପଣା ସେବକ ମୋଶାଙ୍କୁ ଓ ଆପଣା
ମନୋନୀତ ହାରୋଣଙ୍କୁ ପଠାଇଲେ।
27ସେମାନେ ଲୋକମାନଙ୍କ ମଧ୍ୟରେ ତାହାଙ୍କର ବିବିଧ ଲକ୍ଷଣ ଓ
ହାମ୍‍ ଦେଶରେ ନାନା ଅଦ୍ଭୁତ କର୍ମ ପ୍ରକାଶ କଲେ।

28ସେ ଅନ୍ଧକାର ପଠାଇ ଦେଶକୁ ଅନ୍ଧକାରମୟ କଲେ;

ଆଉ, ସେମାନେ
105:28 ସେମାନେ ମିସରୀୟମାନେ
ତାହାଙ୍କ ବାକ୍ୟର ବିରୁଦ୍ଧାଚରଣ କଲେ।
29ସେ ସେମାନଙ୍କ ଜଳସବୁ ରକ୍ତ କଲେ ଓ
ମାଛସବୁ ମାରି ପକାଇଲେ।
30ସେମାନଙ୍କ ଦେଶ ଓ ସେମାନଙ୍କ ରାଜାଗଣର ଅନ୍ତଃପୁର
ବେଙ୍ଗରେ ପରିପୂର୍ଣ୍ଣ ହେଲା।

31ସେ ଆଜ୍ଞା କରନ୍ତେ, ଦଂଶକର ଝିଙ୍କ ଓ ସେମାନଙ୍କ

ସକଳ ଅଞ୍ଚଳରେ ଉକୁଣିଆ ପୋକ ଉପସ୍ଥିତ ହେଲେ।
32ସେ ସେମାନଙ୍କୁ ବୃଷ୍ଟି ବଦଳେ ଶିଳା ଓ
ସେମାନଙ୍କ ଦେଶରେ ଶିଖାଯୁକ୍ତ ଅଗ୍ନି ଦେଲେ।
33ମଧ୍ୟ ସେ ସେମାନଙ୍କ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷସବୁ ଆଘାତ କଲେ
ଓ ସେମାନଙ୍କ ସୀମାସ୍ଥିତ ବୃକ୍ଷସବୁ ଭାଙ୍ଗି ପକାଇଲେ।

34ସେ ଆଜ୍ଞା କରନ୍ତେ, ଅସଂଖ୍ୟ ପଙ୍ଗପାଳ ଓ

ପତଙ୍ଗ ଉପସ୍ଥିତ ହେଲେ;
35ପୁଣି, ସେମାନଙ୍କ ଦେଶର ସବୁ ତୃଣ ଖାଇ ପକାଇଲେ
ଓ ସେମାନଙ୍କ ଭୂମିର ଫଳସବୁ ଗ୍ରାସ କଲେ।
36ଆହୁରି, ସେ ସେମାନଙ୍କ ଦେଶରେ ସମସ୍ତ ପ୍ରଥମଜାତ,
ସେମାନଙ୍କର ସମସ୍ତ ଶକ୍ତିର ପ୍ରଥମ ଫଳ ଆଘାତ କଲେ।

37ଆଉ, ସେ ରୂପା ଓ ସୁନା ସହିତ ସେମାନଙ୍କୁ ବାହାର କରି ଆଣିଲେ

ଓ ତାହାଙ୍କର ଗୋଷ୍ଠୀ ମଧ୍ୟରେ ଜଣେ ଦୁର୍ବଳ ଲୋକ ନ ଥିଲା।
38ସେମାନେ ପ୍ରସ୍ଥାନ କରନ୍ତେ, ମିସର ଆନନ୍ଦିତ ହେଲା;
କାରଣ ସେମାନଙ୍କ ବିଷୟକ ଭୟ ସେମାନଙ୍କ ଉପରେ ପଡ଼ିଥିଲା।
39ସେ ଚନ୍ଦ୍ରାତପ ନିମନ୍ତେ ମେଘ ବିସ୍ତାର କଲେ
ଓ ରାତ୍ରି ରେ ଆଲୁଅ ଦେବା ପାଇଁ ଅଗ୍ନି ଦେଲେ।

40ସେମାନେ ମାଗନ୍ତେ, ସେ ଭାଟୋଇ ପକ୍ଷୀମାନଙ୍କୁ ଆଣିଲେ

ଓ ସ୍ୱର୍ଗୀୟ ଭକ୍ଷ୍ୟରେ ସେମାନଙ୍କୁ ପରିତୃପ୍ତ କଲେ।
41ସେ ଶୈଳକୁ ଆଘାତ କରନ୍ତେ, ଜଳ ନିର୍ଗତ ହେଲା;
ତାହା ଶୁଷ୍କ ଭୂମିରେ ନଦୀ ତୁଲ୍ୟ ପ୍ରବାହିତ ହେଲା।
42କାରଣ ସେ ଆପଣା ପବିତ୍ର ବାକ୍ୟ ଓ
ଆପଣା ଦାସ ଅବ୍ରହାମକୁ ସ୍ମରଣ କଲେ।

43ପୁଣି, ସେ ଆପଣା ଲୋକମାନଙ୍କୁ ଆନନ୍ଦ ସହିତ

ଓ ଆପଣା ମନୋନୀତମାନଙ୍କୁ ଗାୟନ ସହିତ ବାହାର କରି ଆଣିଲେ।
44ଯେପରି ସେମାନେ ତାହାଙ୍କ ବିଧିସବୁ ରକ୍ଷା କରିବେ
ଓ ତାହାଙ୍କର ବ୍ୟବସ୍ଥାସବୁ ପାଳନ କରିବେ,
ଏଥିପାଇଁ ସେ ଗୋଷ୍ଠୀୟବର୍ଗର ଦେଶସବୁ ସେମାନଙ୍କୁ ଦେଲେ
ଓ ସେମାନେ ଜନବୃନ୍ଦର ପରିଶ୍ରମର ଫଳାଧିକାରୀ ହେଲେ;
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
45

Copyright information for OriULB