Psalms 108

ଶତ୍ରୁ କବଳରୁ ରକ୍ଷା ନିମିତ୍ତ ପ୍ରାର୍ଥନା

ଦାଉଦଙ୍କର ଗାନାର୍ଥକ ଗୀତ।

1ହେ ପରମେଶ୍ୱର, ମୋହର ଚିତ୍ତ ସୁସ୍ଥିର ଅଛି;
ମୁଁ ଗାନ କରିବି, ହଁ, ମୁଁ ଆପଣା ଗୌରବ ସହିତ ପ୍ରଶଂସା ଗାନ କରିବି।
2ହେ ନେବଲ ଓ ବୀଣେ, ଜାଗ;
ମୁଁ ନିଜେ ଅତି ପ୍ରଭାତରେ ଜାଗିବି।

3ହେ ସଦାପ୍ରଭୁ, ମୁଁ ଗୋଷ୍ଠୀବର୍ଗ ମଧ୍ୟରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି

ଓ ମୁଁ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି।
4ଯେହେତୁ ତୁମ୍ଭର ଦୟା ଆକାଶ ଅପେକ୍ଷା ମହତ
ଓ ତୁମ୍ଭର ସତ୍ୟତା ଗଗନସ୍ପର୍ଶୀ;

5ହେ ପରମେଶ୍ୱର, ତୁମ୍ଭେ ଆକାଶମଣ୍ଡଳ ଉପରେ ଉନ୍ନତ ହୁଅ

ଓ ତୁମ୍ଭର ଗୌରବ ସମୁଦାୟ ପୃଥିବୀରେ ଉନ୍ନତ ହେଉ।
6ଯେପରି ତୁମ୍ଭର ପ୍ରିୟତମ ଉଦ୍ଧାର ପାଇବ, ଏଥିପାଇଁ
ତୁମ୍ଭେ ଆପଣା ଦକ୍ଷିଣ ହସ୍ତରେ ପରିତ୍ରାଣ କରି ଆମ୍ଭମାନଙ୍କୁ ଉତ୍ତର ଦିଅ।

7ପରମେଶ୍ୱର ଆପଣା ପବିତ୍ରତାରେ
108:7 ପବିତ୍ରତାରେ କିମ୍ବା ପବିତ୍ର ସ୍ଥାନରୁ
କହିଅଛନ୍ତି; “ଆମ୍ଭେ ଉଲ୍ଲାସ କରିବା;

ମୁଁ ଶିଖିମକୁ ବିଭାଗ କରିବି ଓ ସୁକ୍‍କୋତ ଉପତ୍ୟକା ମାପିବି।
8ଗିଲୀୟଦ ମୋହର; ମନଃଶି ମୋହର;
ଇଫ୍ରୟିମ ମଧ୍ୟ ମୋ’ ମସ୍ତକର ଆଶ୍ରୟ;
ଯିହୁଦା ମୋହର ରାଜଦଣ୍ଡ।

9ମୋୟାବ ମୋ’ ପ୍ରକ୍ଷାଳନ-ପାତ୍ର;

ଇଦୋମ ଉପରେ ମୁଁ ଆପଣା ପାଦୁକା ପକାଇବି।
ପଲେଷ୍ଟୀୟ ଉପରେ ଜୟଧ୍ୱନି କରିବି।
10କିଏ ମୋତେ ଦୃଢ଼ ନଗରକୁ ଆଣିବ ?
କିଏ ମୋତେ ଇଦୋମ ପର୍ଯ୍ୟନ୍ତ କଢ଼ାଇ ଆଣିଅଛି ?”

11ହେ ପରମେଶ୍ୱର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ ?

ପୁଣି, ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କ ସୈନ୍ୟ ସଙ୍ଗେ ଗମନ କରୁ ନାହଁ।
12ବିପକ୍ଷର ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ କର;
କାରଣ ମନୁଷ୍ୟର ସାହାଯ୍ୟ ବୃଥା।
ପରମେଶ୍ୱରଙ୍କ ଦ୍ୱାରା ଆମ୍ଭେମାନେ ବୀରର କର୍ମ କରିବା;
ଯେହେତୁ ସେ ଆମ୍ଭମାନଙ୍କ ବିପକ୍ଷଗଣକୁ ଦଳି ପକାଇବେ।
13

Copyright information for OriULB