Psalms 109
ଦୁର୍ଦ୍ଦଶାଗ୍ରସ୍ତ ଲୋକର ଅଭିଯୋଗ
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।
1ହେ ମୋହର ପ୍ରଶଂସାପାତ୍ର ପରମେଶ୍ୱର, ନୀରବ ହୁଅ ନାହିଁ;2କାରଣ ଲୋକମାନେ ମୋ’ ବିରୁଦ୍ଧରେ ଦୁଷ୍ଟତାରୂପ ମୁଖ
ଓ ପ୍ରବଞ୍ଚନାରୂପ ମୁଖ ଫିଟାଇ ଅଛନ୍ତି।
ସେମାନେ ମିଥ୍ୟାବାଦୀ ଜିହ୍ୱାରେ ମୋ’ ସଙ୍ଗେ କଥା କହିଅଛନ୍ତି।
3ଆହୁରି, ସେମାନେ ଦ୍ୱେଷ ବାକ୍ୟରେ ମୋତେ ଘେରିଅଛନ୍ତି
ଓ ବିନା କାରଣରେ ମୋ’ ସଙ୍ଗେ ଯୁଦ୍ଧ କରିଅଛନ୍ତି।
4ମୋ’ ପ୍ରେମ ପାଲଟେ ସେମାନେ ମୋହର ବିପକ୍ଷ ହୋଇଅଛନ୍ତି; ମାତ୍ର ମୁଁ ପ୍ରାର୍ଥନାରେ ପ୍ରବୃତ୍ତ।
5ଆଉ, ସେମାନେ ମୋତେ ମଙ୍ଗଳ ପାଲଟେ ଅମଙ୍ଗଳ
ଓ ପ୍ରେମ ପାଲଟେ ଘୃଣା ପ୍ରତିଦାନ କରିଅଛନ୍ତି।
6ତୁମ୍ଭେ ତାହା ଉପରେ ଏକ ଦୁଷ୍ଟ ଲୋକ ନିଯୁକ୍ତ କର; ପୁଣି, ଜଣେ ବିପକ୍ଷ ତାହାର ଦକ୍ଷିଣ ପାର୍ଶ୍ୱରେ ଠିଆ ହେଉ।
7ସେ ବିଚାରିତ ହେବା ସମୟରେ ଦୋଷୀକୃତ ହେଉ;
ପୁଣି, ତାହାର ପ୍ରାର୍ଥନା ପାପ ରୂପେ ଗଣିତ ହେଉ।
8ତାହାର ଆୟୁ ଅଳ୍ପ ହେଉ ଓ ଅନ୍ୟ ଲୋକ ତାହାର ପଦ ପ୍ରାପ୍ତ ହେଉ।
9ତାହାର ସନ୍ତାନମାନେ ପିତୃହୀନ ହେଉନ୍ତୁ
ଓ ତାହାର ଭାର୍ଯ୍ୟା ବିଧବା ହେଉ।
10ତାହାର ସନ୍ତାନଗଣ ବାରବୁଲା ହୋଇ ଭିକ୍ଷା କରନ୍ତୁ
ଓ ସେମାନେ ଆପଣା ଆପଣା ଉଜାଡ଼ ସ୍ଥାନରୁ ଆହାର ଅନ୍ୱେଷଣ କରନ୍ତୁ।
11ମହାଜନ ତାହାର ସର୍ବସ୍ୱ ଧରୁ; ଆଉ, ବିଦେଶୀମାନେ ତାହାର ଶ୍ରମର ଫଳ ଲୁଟ କରନ୍ତୁ।
12ତାହା ପ୍ରତି କୃପା ପ୍ରକାଶ କରିବାକୁ କେହି ନ ଥାଉ,
କିଅବା ତାହାର ପିତୃହୀନ ସନ୍ତାନଗଣକୁ କେହି ଦୟା କରିବାକୁ ନ ରହୁ।
13ତାହାର ବଂଶ ଉଚ୍ଛିନ୍ନ ହେଉ;
ଆସନ୍ତା ପୁରୁଷରେ ତାହାଙ୍କ ▼
▼109:13 ତାହାଙ୍କ ସେମାନଙ୍କ
ନାମ ଲୁପ୍ତ ହେଉ।14ତାହାର ପିତୃପୁରୁଷଙ୍କ ଅପରାଧ ସଦାପ୍ରଭୁଙ୍କ ସ୍ମରଣରେ ଥାଉ ଓ ତାହାର ମାତାର ପାପ ଲୁପ୍ତ ନ ହେଉ।
15ସଦାପ୍ରଭୁ ଯେପରି ସେମାନଙ୍କ ସ୍ମରଣ ପୃଥିବୀରୁ ଉଚ୍ଛିନ୍ନ କରିବେ,
ଏଥିପାଇଁ ସେମାନେ ତାହାଙ୍କ ସାକ୍ଷାତରେ ସର୍ବଦା ଥାଉନ୍ତୁ।
16ସେ ଦୟା ପ୍ରକାଶ କରିବାକୁ ସ୍ମରଣ କଲା ନାହିଁ।
ମାତ୍ର ଦୁଃଖୀ, ଦୀନହୀନ ଓ
ଭଗ୍ନାନ୍ତଃକରଣ ଲୋକଙ୍କୁ ବଧ କରିବା ପାଇଁ ତାଡ଼ନା କଲା।
17ଆହୁରି, ସେ ଅଭିଶାପ ଭଲ ପାଇଲା ଓ ତାହା ତାହା ପ୍ରତି ଘଟିଲା; ଆଉ, ସେ ଆଶୀର୍ବାଦରେ ସନ୍ତୁଷ୍ଟ ହେଲା ନାହିଁ, ଏଣୁ ତାହା ତାହାଠାରୁ ଦୂର ହେଲା।
18ମଧ୍ୟ ସେ ବସ୍ତ୍ର ପରି ଅଭିଶାପ ପରିଧାନ କଲା,
ପୁଣି, ତାହା ଜଳ ପରି ତାହାର ଅନ୍ତରରେ ଓ
ତୈଳ ପରି ତାହାର ଅସ୍ଥିରେ ପ୍ରବିଷ୍ଟ ହେଲା।
19ଏଣୁ ତାହା ତାହାର ପରିଧେୟ ବସ୍ତ୍ର ପରି ଓ ତାହାର ନିତ୍ୟ କଟିବନ୍ଧନ ପରି ହେଉ।
20ସଦାପ୍ରଭୁଙ୍କଠାରୁ ଆମ୍ଭ ବିପକ୍ଷଗଣର ଓ
ଆମ୍ଭ ପ୍ରାଣ ବିରୁଦ୍ଧରେ ଦୁର୍ବାକ୍ୟବାଦୀମାନଙ୍କର ଏହି ଫଳ।
21ମାତ୍ର ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ନାମ ସକାଶୁ ମୋ’ ପ୍ରତି ବ୍ୟବହାର କର; ତୁମ୍ଭର ଦୟା ମଙ୍ଗଳମୟ, ଏଣୁ ମୋତେ ଉଦ୍ଧାର କର।
22କାରଣ ମୁଁ ଦୁଃଖୀ ଓ ଦୀନହୀନ ଅଟେ,
ଓ ମୋ’ ଅନ୍ତରରେ ମୋ’ ହୃଦୟ କ୍ଷତବିକ୍ଷତ ହୋଇଅଛି।
23ମୁଁ ଅପରାହ୍ନର ଛାୟା ତୁଲ୍ୟ ଅତୀତ;
ମୁଁ ପଙ୍ଗପାଳ ନ୍ୟାୟ ଚାଳିତ ହେଉଅଛି।
24ଉପବାସରେ ମୋ’ ଆଣ୍ଠୁ ଦୁର୍ବଳ ଅଛି ଓ ମେଦର ଅଭାବରୁ ମୋ’ ମାଂସ କ୍ଷୀଣ ହୁଏ।
25ଆହୁରି, ମୁଁ ସେମାନଙ୍କ ନିକଟରେ ନିନ୍ଦାପାତ୍ର ହୋଇଅଛି;
ସେମାନେ ମୋତେ ଦେଖିଲେ ମୁଣ୍ଡ ହଲାନ୍ତି।
26ହେ ସଦାପ୍ରଭୁ, ମୋହର ପରମେଶ୍ୱର, ମୋହର ସାହାଯ୍ୟ କର; ତୁମ୍ଭ ଦୟାନୁସାରେ ମୋହର ପରିତ୍ରାଣ କର।
27ତହିଁରେ ଏହି ତୁମ୍ଭର ହସ୍ତ ବୋଲି ଓ
ତୁମ୍ଭେ ସଦାପ୍ରଭୁ ଏହା କରିଅଛ ବୋଲି ସେମାନେ ଜାଣିବେ।
28ସେମାନେ ଅଭିଶାପ ଦେଉନ୍ତୁ, ମାତ୍ର ତୁମ୍ଭେ ଆଶୀର୍ବାଦ କର; ସେମାନେ ଉଠିଲେ ଲଜ୍ଜିତ ହେବେ, ମାତ୍ର ତୁମ୍ଭର ଦାସ ଆନନ୍ଦ କରିବ।
29ମୋ’ ବିପକ୍ଷମାନେ ଅପମାନରେ ବସ୍ତ୍ରାନ୍ୱିତ ହେବେ,
ପୁଣି, ସେମାନେ ଉତ୍ତରୀୟ ବସ୍ତ୍ର ତୁଲ୍ୟ ନିଜ ଲଜ୍ଜାରେ ଆଚ୍ଛନ୍ନ ହେଉନ୍ତୁ।
30ମୁଁ ନିଜ ମୁଖରେ ସଦାପ୍ରଭୁଙ୍କୁ ଅତିଶୟ ଧନ୍ୟବାଦ ଦେବି; ପୁଣି, ଲୋକସମୂହ ମଧ୍ୟରେ ତାହାଙ୍କର ପ୍ରଶଂସା କରିବି।
କାରଣ ସେ ଦୀନହୀନକୁ ତାହାର ପ୍ରାଣର
ବିଚାରକାରୀମାନଙ୍କଠାରୁ ତ୍ରାଣ କରିବା ନିମନ୍ତେ ତାହାର ଡାହାଣରେ ଠିଆ ହେବେ। ▼
▼109:31 ତାହାର ଡାହାଣରେ ଠିଆ ହେବେ। ଅର୍ଥାତ୍ ତାହାର ସାହାଯ୍ୟ କରିବେ
31
Copyright information for
OriULB