Psalms 11

ସଦାପ୍ରଭୁଙ୍କଠାରେ ନିର୍ଭର

ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।

1ମୁଁ ସଦାପ୍ରଭୁଙ୍କଠାରେ ଶରଣ ନିଏ;
ତୁମ୍ଭେମାନେ କିପରି ମୋ’ ପ୍ରାଣକୁ କହୁଅଛ,
ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ ?
2କାରଣ ଦେଖ ! ଦୁଷ୍ଟମାନେ ସରଳଚିତ୍ତ ଲୋକକୁ ଅନ୍ଧକାରରେ ବିନ୍ଧିବା ପାଇଁ ଧନୁ ନୁଆଁନ୍ତି,
ସେମାନେ ଗୁଣରେ ତୀରଯୁକ୍ତ କରନ୍ତି।

3ଯଦି ଭିତ୍ତିମୂଳ ଉତ୍ପାଟିତ ହୁଏ,

ତେବେ ଧାର୍ମିକ କ’ଣ କରି ପାରିବ ?
4ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି,
ସଦାପ୍ରଭୁଙ୍କର ସିଂହାସନ ସ୍ୱର୍ଗରେ,
ତାହାଙ୍କ ଚକ୍ଷୁ ନିରୀକ୍ଷଣ କରେ, ତାହାଙ୍କ ଚକ୍ଷୁର ପତା ମନୁଷ୍ୟ-ସନ୍ତାନମାନଙ୍କୁ ପରୀକ୍ଷା କରେ।

5ସଦାପ୍ରଭୁ ଧାର୍ମିକର ପରୀକ୍ଷା କରନ୍ତି;

ମାତ୍ର ଦୁଷ୍ଟ ଓ ଦୌରାତ୍ମ୍ୟପ୍ରିୟ ଲୋକକୁ ସେ ଘୃଣା କରନ୍ତି।
6ସେ ଦୁଷ୍ଟମାନଙ୍କ ଉପରେ ଜାଲ ବର୍ଷାଇବେ;
ଅଗ୍ନି, ଗନ୍ଧକ ଓ ଝାଞ୍ଜି ପବନ ସେମାନଙ୍କ ପାନପାତ୍ରର ଅଂଶ ହେବ।
କାରଣ ସଦାପ୍ରଭୁ ଧର୍ମମୟ; ସେ ଧାର୍ମିକତାକୁ ପ୍ରେମ କରନ୍ତି;
ସରଳ ଲୋକ ତାହାଙ୍କ ମୁଖ ଦର୍ଶନ କରିବ।
7

Copyright information for OriULB