Psalms 111

ପରମେଶ୍ୱରଙ୍କ ସ୍ତୁତି

1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
ସରଳ ଲୋକଙ୍କ ସଭାରେ ଓ ମଣ୍ଡଳୀ ମଧ୍ୟରେ
ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି।
2ସଦାପ୍ରଭୁଙ୍କ କାର୍ଯ୍ୟସକଳ ମହତ,
ଯେଉଁମାନେ ତହିଁରେ ସନ୍ତୁଷ୍ଟ, ସେମାନେ ତାହାସବୁ ଅନୁସନ୍ଧାନ କରନ୍ତି।
3ତାହାଙ୍କର କ୍ରିୟା, ସମ୍ଭ୍ରମ ଓ ଗୌରବ ସ୍ୱରୂପ;
ଓ ତାହାଙ୍କର ଧର୍ମ ଅନନ୍ତକାଳସ୍ଥାୟୀ।

4ସେ ଆପଣାର ଆଶ୍ଚର୍ଯ୍ୟକର୍ମସବୁ ସ୍ମରଣ କରାଇ ଅଛନ୍ତି;

ସଦାପ୍ରଭୁ କୃପାମୟ ଓ ସ୍ନେହଶୀଳ।
5ସେ ଆପଣା ଭୟକାରୀମାନଙ୍କୁ ଆହାର ଦେଇଅଛନ୍ତି;
ସେ ସଦାକାଳ ଆପଣା ନିୟମ ସ୍ମରଣ କରିବେ।
6ସେ ନିଜ ଲୋକମାନଙ୍କୁ ଅନ୍ୟ ଦେଶୀୟମାନଙ୍କ
ଅଧିକାର ଦେଇ ଆପଣା କର୍ମର ପ୍ରଭାବ ସେମାନଙ୍କୁ ଦେଖାଇ ଅଛନ୍ତି।

7ତାହାଙ୍କ ହସ୍ତର କର୍ମସକଳ ସତ୍ୟ ଓ ନ୍ୟାଯ୍ୟ,

ତାହାଙ୍କ ବିଧିସକଳ ଅଟଳ।
8ତାହାସବୁ ଅନନ୍ତକାଳ ନିମନ୍ତେ ସ୍ଥିରୀକୃତ;
ତାହାସବୁ ସତ୍ୟତା ଓ ସରଳତାରେ ସାଧିତ।
9ସେ ଆପଣା ଲୋକମାନଙ୍କ ନିକଟକୁ ମୁକ୍ତି ପଠାଇ ଅଛନ୍ତି;
ସେ ଅନନ୍ତକାଳ ନିମନ୍ତେ ଆପଣା ନିୟମ ଆଜ୍ଞା କରିଅଛନ୍ତି;
ତାହାଙ୍କ ନାମ ପବିତ୍ର ଓ ଆଦରଣୀୟ।

ସଦାପ୍ରଭୁ-ବିଷୟକ ଭୟ ଜ୍ଞାନର ଆରମ୍ଭ;

ଯେଉଁମାନେ ତଦନୁଯାୟୀ କର୍ମ କରନ୍ତି, ସେସମସ୍ତଙ୍କର ସୁବୁଦ୍ଧି ହୁଏ;
ତାହାଙ୍କର ପ୍ରଶଂସା ସଦାକାଳସ୍ଥାୟୀ।
10

Copyright information for OriULB