Psalms 113

ମଙ୍ଗଳମୟ ପରମେଶ୍ୱରଙ୍କ ସ୍ତୁତି

1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର,
ହେ ସଦାପ୍ରଭୁଙ୍କ ଦାସଗଣ, ତୁମ୍ଭେମାନେ ପ୍ରଶଂସା କର,
ସଦାପ୍ରଭୁଙ୍କ ନାମର ପ୍ରଶଂସା କର।
2ଆଜିଠାରୁ ଅନନ୍ତକାଳ ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ।

3ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ

ସଦାପ୍ରଭୁଙ୍କ ନାମ ପ୍ରଶଂସନୀୟ।
4ସଦାପ୍ରଭୁ ସମୁଦାୟ ଗୋଷ୍ଠୀ ଉପରେ ଓ
ତାହାଙ୍କ ଗୌରବ ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ।
ଯାହାଙ୍କର ଆସନ ଊର୍ଦ୍ଧ୍ୱରେ,

5ଯେ ଆକାଶ ଓ ପୃଥିବୀକୁ ଦେଖିବା ପାଇଁ ଆପଣାକୁ ନତ କରନ୍ତି,

6ସେହି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ତୁଲ୍ୟ କିଏ ?

7ସେ ଅଧିପତିମାନଙ୍କ ସଙ୍ଗେ, ନିଜ ଲୋକଙ୍କ ଅଧିପତିଗଣ ସଙ୍ଗେ ବସାଇବା ପାଇଁ,

8ଦରିଦ୍ରକୁ ଧୂଳିରୁ ଉଠାନ୍ତି ଓ ଦୀନହୀନକୁ ଖତରାଶିରୁ ଉତ୍ତୋଳନ କରନ୍ତି।

ସେ ବନ୍ଧ୍ୟା ସ୍ତ୍ରୀକୁ ଗୃହିଣୀ ଓ

ସନ୍ତାନଗଣର ଆନନ୍ଦମୟୀ ମାତା କରନ୍ତି।
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
9

Copyright information for OriULB