Psalms 114

ନିସ୍ତାର ପର୍ବ ସଙ୍ଗୀତ

1ଯେତେବେଳେ ଇସ୍ରାଏଲ ମିସରରୁ
ଓ ଯାକୁବ-ବଂଶ ଅନ୍ୟ ଭାଷାବାଦୀ ଲୋକଙ୍କ ମଧ୍ୟରୁ ବାହାରିଲେ;
2ସେତେବେଳେ ଯିହୁଦା ତାହାଙ୍କ ଧର୍ମଧାମ ଓ
ଇସ୍ରାଏଲ ତାହାଙ୍କ ରାଜ୍ୟ ହେଲା,

3ସମୁଦ୍ର ତାହା ଦେଖି ପଳାଇଲା;

ଯର୍ଦ୍ଦନ ଉଜାଣି ବହିଲା।
4ପର୍ବତଗଣ ମେଷ ପରି ଓ
ଉପପର୍ବତଗଣ ମେଷଶାବକ ପରି ଡିଆଁ ମାରିଲେ।

5ତୁମ୍ଭର କ’ଣ ହେଲା ଯେ, ହେ ସମୁଦ୍ର, ତୁମ୍ଭେ ପଳାଉଅଛ ?

ହେ ଯର୍ଦ୍ଦନ, ତୁମ୍ଭେ ଉଜାଣି ବହୁଅଛ ?
6ହେ ପର୍ବତଗଣ, ତୁମ୍ଭେମାନେ ମେଷ ପରି,
ହେ ଉପପର୍ବତଗଣ, ତୁମ୍ଭେମାନେ ମେଷଶାବକ ପରି ଡିଆଁ ମାରୁଅଛ ?
7ହେ ପୃଥିବୀ, ତୁମ୍ଭେ ପ୍ରଭୁଙ୍କ ଛାମୁରେ,
ଯାକୁବର ପରମେଶ୍ୱରଙ୍କ ଛାମୁରେ କମ୍ପିତ ହୁଅ;

ସେ ଶୈଳକୁ ଜଳାଶୟ,

ଚକ୍‍ମକି ପ୍ରସ୍ତରକୁ ନିର୍ଝର କଲେ।
8

Copyright information for OriULB