Psalms 115

ଏକମାତ୍ର ସତ୍ୟ ପରମେଶ୍ୱର

1ହେ ସଦାପ୍ରଭୁ, ଆମ୍ଭମାନଙ୍କୁ ନୁହେଁ, ଆମ୍ଭମାନଙ୍କୁ ନୁହେଁ,
ମାତ୍ର ତୁମ୍ଭ ଦୟା ଓ ତୁମ୍ଭ ସତ୍ୟତା ସକାଶେ
ଆପଣା ନାମକୁ ଗୌରବାନ୍ୱିତ କର।
2“ଏବେ ସେମାନଙ୍କର ପରମେଶ୍ୱର କାହାନ୍ତି,” ଏହା
ଅନ୍ୟ ଦେଶୀୟମାନେ କାହିଁକି କହିବେ ?

3ମାତ୍ର ଆମ୍ଭମାନଙ୍କ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି;

ଯାହା ତାହାଙ୍କର ଇଚ୍ଛା, ତାହା ସେ କରିଅଛନ୍ତି।
4ସେମାନଙ୍କର ପ୍ରତିମାସବୁ ରୂପା ଓ ସୁନା,
ମନୁଷ୍ୟର ହସ୍ତକୃତ କର୍ମ ଅଟେ।

5ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ;

ଚକ୍ଷୁ ସେମାନଙ୍କର ଅଛି, ମାତ୍ର ସେମାନେ ଦେଖନ୍ତି ନାହିଁ।
6ସେମାନଙ୍କର କର୍ଣ୍ଣ ଅଛି, ମାତ୍ର ସେମାନେ ଶୁଣନ୍ତି ନାହିଁ;
ନାସିକା ସେମାନଙ୍କର ଅଛି, ମାତ୍ର ସେମାନେ ଆଘ୍ରାଣ କରନ୍ତି ନାହିଁ;

7ସେମାନଙ୍କର ହସ୍ତ ଅଛି, ମାତ୍ର ସେମାନେ ସ୍ପର୍ଶ କରନ୍ତି ନାହିଁ;

ଚରଣ ସେମାନଙ୍କର ଅଛି, ମାତ୍ର ସେମାନେ ଗମନ କରନ୍ତି ନାହିଁ;
କିଅବା କଣ୍ଠରେ ସେମାନେ କଥା କହନ୍ତି ନାହିଁ।
8ସେମାନଙ୍କର ନିର୍ମାଣକାରୀମାନେ ଓ
ସେମାନଙ୍କଠାରେ ନିର୍ଭରକାରୀମାନେ ସେମାନଙ୍କ ତୁଲ୍ୟ ହେବେ।

9ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁଙ୍କଠାରେ ନିର୍ଭର କର;

ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ।
10ହେ ହାରୋଣ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ନିର୍ଭର କର;
ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ।
11ହେ ସଦାପ୍ରଭୁଙ୍କ ଭୟକାରୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ନିର୍ଭର କର;
ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ।

12ସଦାପ୍ରଭୁ ଆମ୍ଭମାନଙ୍କ ବିଷୟରେ ମନୋଯୋଗୀ ହୋଇଅଛନ୍ତି; ସେ ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ;

ସେ ଇସ୍ରାଏଲ-ବଂଶକୁ ଆଶୀର୍ବାଦ କରିବେ;
ସେ ହାରୋଣ-ବଂଶକୁ ଆଶୀର୍ବାଦ କରିବେ।
13ସେ ସଦାପ୍ରଭୁଙ୍କ ଭୟକାରୀ
ସାନ ଓ ବଡ଼ ସମସ୍ତଙ୍କୁ ଆଶୀର୍ବାଦ କରିବେ।
14ସଦାପ୍ରଭୁ ତୁମ୍ଭମାନଙ୍କୁ,
ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ସନ୍ତାନଗଣକୁ ଆହୁରି ଆହୁରି ବୃଦ୍ଧି କରନ୍ତୁ।

15ତୁମ୍ଭେମାନେ ସ୍ୱର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା

ସଦାପ୍ରଭୁଙ୍କର ଆଶୀର୍ବାଦପାତ୍ର ଅଟ।
16ସ୍ୱର୍ଗ ସଦାପ୍ରଭୁଙ୍କର ସ୍ୱର୍ଗ;
ମାତ୍ର ସେ ମନୁଷ୍ୟ-ସନ୍ତାନଗଣକୁ ପୃଥିବୀ ଦେଇଅଛନ୍ତି।

17ମୃତମାନେ, କିଅବା ଯେଉଁମାନେ ନୀରବ ସ୍ଥାନରେ ଅବରୋହଣ କରନ୍ତି,

ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତି ନାହିଁ;
ମାତ୍ର ଆମ୍ଭେମାନେ ଆଜିଠାରୁ ଅନନ୍ତକାଳ ପର୍ଯ୍ୟନ୍ତ
ସଦାପ୍ରଭୁଙ୍କର ଧନ୍ୟବାଦ କରିବା।
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
18

Copyright information for OriULB