Psalms 121

ପରମେଶ୍ୱର ଆମ ରକ୍ଷକ

ଆରୋହଣ ଗୀତ।

1ମୁଁ ପର୍ବତଗଣ ଆଡ଼େ ଉର୍ଦ୍ଧ୍ୱଦୃଷ୍ଟି କରିବି;
କେଉଁଠାରୁ ମୋହର ସାହାଯ୍ୟ ଆସିବ ?
2ମୋହର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସେ,
ସେ ଆକାଶ ଓ ପୃଥିବୀ ନିର୍ମାଣ କଲେ।

3ସେ ତୁମ୍ଭ ଚରଣକୁ ବିଚଳିତ ହେବାକୁ ଦେବେ ନାହିଁ;

ଯେ ତୁମ୍ଭକୁ ରକ୍ଷା କରନ୍ତି, ସେ ଘୁମାଇବେ ନାହିଁ।
4ଦେଖ, ଯେ ଇସ୍ରାଏଲକୁ ରକ୍ଷା କରନ୍ତି,
ସେ ଘୁମାଇବେ ନାହିଁ କି ନିଦ୍ରା ଯିବେ ନାହିଁ।

5ସଦାପ୍ରଭୁ ତୁମ୍ଭର ରକ୍ଷକ;

ସଦାପ୍ରଭୁ ତୁମ୍ଭ ଦକ୍ଷିଣ ପାର୍ଶ୍ୱର ଛାୟା।
6ଦିବସରେ ସୂର୍ଯ୍ୟ, କିଅବା
ରାତ୍ରିରେ ଚନ୍ଦ୍ର ତୁମ୍ଭକୁ ଆଘାତ କରିବ ନାହିଁ।

7ସଦାପ୍ରଭୁ ସମସ୍ତ ଅମଙ୍ଗଳରୁ ତୁମ୍ଭକୁ ରକ୍ଷା କରିବେ;

ସେ ତୁମ୍ଭର ପ୍ରାଣକୁ ରକ୍ଷା କରିବେ।
ଆଜିଠାରୁ ସଦାକାଳ ସଦାପ୍ରଭୁ ତୁମ୍ଭର ବାହାରେ ଯିବାର
ଓ ଭିତରେ ଆସିବାର ରକ୍ଷା କରିବେ।
8

Copyright information for OriULB