Psalms 122

ଯିରୂଶାଲମର ପ୍ରଶଂସା

ଆରୋହଣ ଗୀତ; ଦାଉଦଙ୍କ ରଚିତ।

1“ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହକୁ ଯାଉ,”
ଏହି କଥା ଲୋକମାନେ ମୋତେ କହିବା ବେଳେ ମୁଁ ଆନନ୍ଦିତ ହେଲି।
2ହେ ଯିରୂଶାଲମ, ତୁମ୍ଭ ଦ୍ୱାର ଭିତରେ
ଆମ୍ଭମାନଙ୍କ ଚରଣ ଠିଆ ହେଉଅଛି;
3ହେ ଯିରୂଶାଲମ,
ତୁମ୍ଭେ ସୁସଂଯୁକ୍ତ ଏକ ନଗର ତୁଲ୍ୟ ନିର୍ମିତ ହୋଇଅଛ;

4ଗୋଷ୍ଠୀବର୍ଗ, ଅର୍ଥାତ୍‍, ସଦାପ୍ରଭୁଙ୍କ ଗୋଷ୍ଠୀବର୍ଗ

ଇସ୍ରାଏଲ ପ୍ରତି ସାକ୍ଷ୍ୟ ସ୍ୱରୂପେ ସଦାପ୍ରଭୁଙ୍କ ନାମକୁ ଧନ୍ୟବାଦ ଦେବା
ନିମନ୍ତେ ସେଠାରେ ଆରୋହଣ କରନ୍ତି।
5କାରଣ ସେଠାରେ ବିଚାରାର୍ଥକ ସିଂହାସନ,
ଦାଉଦ ବଂଶର ସିଂହାସନସବୁ ସ୍ଥାପିତ ଅଛି।

6ଯିରୂଶାଲମର ଶାନ୍ତି ପାଇଁ ପ୍ରାର୍ଥନା କର;

ଯେଉଁମାନେ ତୁମ୍ଭକୁ ସ୍ନେହ କରନ୍ତି, ସେମାନେ ଅଶେଷ ଉନ୍ନତି କରିବେ।
7ତୁମ୍ଭ ପ୍ରାଚୀର ମଧ୍ୟରେ ଶାନ୍ତି ବର୍ତ୍ତୁ
ଓ ତୁମ୍ଭ ଅଟ୍ଟାଳିକାସମୂହର ସୌଭାଗ୍ୟ ହେଉ।

8ମୋହର ଭ୍ରାତୃଗଣ ଓ ମିତ୍ରଗଣ ସକାଶେ ମୁଁ ଏବେ

କହିବି, “ତୁମ୍ଭ ମଧ୍ୟରେ ଶାନ୍ତି ବର୍ତ୍ତୁ।”
ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ସକାଶେ
ମୁଁ ତୁମ୍ଭର ମଙ୍ଗଳ ନିମନ୍ତେ ପ୍ରାର୍ଥନା କରିବି।
9

Copyright information for OriULB