Psalms 124

ସଦାପ୍ରଭୁ ତାହାଙ୍କ ଲୋକମାନଙ୍କର ରକ୍ଷାକର୍ତ୍ତା

ଆରୋହଣ-ଗୀତ; ଦାଉଦଙ୍କ ରଚିତ।

1“ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ,”
ଇସ୍ରାଏଲ ଏବେ କହୁନ୍ତୁ;
2“ଲୋକମାନେ ଆମ୍ଭମାନଙ୍କ ପ୍ରତିକୂଳରେ ଉଠିଲା ବେଳେ,
ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ;
3ତେବେ ଆମ୍ଭମାନଙ୍କ ବିରୁଦ୍ଧରେ ସେମାନଙ୍କ କୋପ ପ୍ରଜ୍ୱଳିତ ହେବା ବେଳେ
ସେମାନେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥା’ନ୍ତେ;

4ତେବେ ଜଳରାଶି ଆମ୍ଭମାନଙ୍କୁ ମଗ୍ନ କରିଥା’ନ୍ତା,

ସ୍ରୋତ ଆମ୍ଭମାନଙ୍କର ପ୍ରାଣ ଉପର ଦେଇ ଯାଇଥା’ନ୍ତା
5ତେବେ ଗର୍ବିତ ଜଳରାଶି ଆମ୍ଭମାନଙ୍କ ପ୍ରାଣ ଉପର ଦେଇ ଯାଇଥା’ନ୍ତା।”

6ସଦାପ୍ରଭୁ ଧନ୍ୟ ହେଉନ୍ତୁ,

ସେ ଆମ୍ଭମାନଙ୍କୁ ଭକ୍ଷ୍ୟ ସ୍ୱରୂପ ହେବା ପାଇଁ ସେମାନଙ୍କ ଦନ୍ତକୁ ଦେଇ ନାହାନ୍ତି।
7ବ୍ୟାଧର ଫାନ୍ଦରୁ ପକ୍ଷୀ ପରି ଆମ୍ଭମାନଙ୍କ ପ୍ରାଣ ରକ୍ଷା ପାଇଅଛି;
ଫାନ୍ଦ ଛିଣ୍ଡିଗଲା, ଆମ୍ଭେମାନେ ରକ୍ଷା ପାଇଲୁ।

ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କ ନାମରେ

ଆମ୍ଭମାନଙ୍କର ସାହାଯ୍ୟ ଥାଏ।
8

Copyright information for OriULB