Psalms 128

ବାଧ୍ୟତାର ପୁରସ୍କାର

ଆରୋହଣ-ଗୀତ।

1ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି
ଓ ତାହାଙ୍କ ପଥରେ ଚାଲନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ଧନ୍ୟ।
2କାରଣ ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଜନ କରିବ;
ତୁମ୍ଭେ ସୁଖୀ ହେବ ଓ ତୁମ୍ଭର ମଙ୍ଗଳ ହେବ।

3ତୁମ୍ଭର ଭାର୍ଯ୍ୟା ତୁମ୍ଭ ଗୃହର ଅନ୍ତଃପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ;

ତୁମ୍ଭର ସନ୍ତାନମାନେ ତୁମ୍ଭ ମେଜର ଚାରିଆଡ଼େ ଜୀତବୃକ୍ଷର ଚାରା ପରି ହେବେ।
4ଦେଖ, ସଦାପ୍ରଭୁଙ୍କୁ ଭୟ କରିବା ଲୋକ
ଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହେବ।
5ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରିବେ;
ଆଉ, ତୁମ୍ଭେ ଯାବଜ୍ଜୀବନ ଯିରୂଶାଲମର ମଙ୍ଗଳ ଦେଖିବ।
ହଁ, ତୁମ୍ଭେ ଆପଣା ସନ୍ତାନଗଣର ସନ୍ତାନ ଦେଖିବ।
ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।
6

Copyright information for OriULB