Psalms 13

ସହାୟତା ପାଇଁ ନିବେଦନ

ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।

1ହେ ସଦାପ୍ରଭୁ, ତୁମ୍ଭେ କେତେ କାଳ ପର୍ଯ୍ୟନ୍ତ ମୋତେ ପାସୋରିବ ?
ତୁମ୍ଭେ କେତେ କାଳ ମୋ’ଠାରୁ ଆପଣା ମୁଖ ଲୁଚାଇବ ?
2ମୁଁ ସାରାଦିନ ନିଜ ଅନ୍ତଃକରଣରେ ଦୁଃଖିତ ହୋଇ
କେତେ କାଳ ମନେ ମନେ ପରାମର୍ଶ କରିବି ?
କେତେ କାଳ ମୋ’ ଶତ୍ରୁ ମୋ’ ଉପରେ ଉଚ୍ଚୀକୃତ ହେବ ?

3ହେ ସଦାପ୍ରଭୁ, ମୋ’ ପରମେଶ୍ୱର, ବିବେଚନା କର ଓ ମୋତେ ଉତ୍ତର ଦିଅ;

ମୋହର ଚକ୍ଷୁ ସତେଜ କର, ନୋହିଲେ ମୁଁ ମୃତ୍ୟୁୁ-ନିଦ୍ରାରେ ନିଦ୍ରାଗତ ହେବି;
4କେଜାଣି ମୋ’ ଶତ୍ରୁ କହିବ, “ମୁଁ ତାହାକୁ ଜୟ କରିଅଛି,”
ଆଉ, ମୁଁ ଘୁଞ୍ଚାଗଲେ, ମୋହର ବିପକ୍ଷଗଣ ଉଲ୍ଲାସ କରିବେ।

5ମାତ୍ର ମୁଁ ତୁମ୍ଭ ଦୟାରେ ଭରସା ରଖିଅଛି;

ତୁମ୍ଭ କୃତ ପରିତ୍ରାଣରେ ମୋର ଅନ୍ତଃକରଣ ଉଲ୍ଲାସ କରିବ;
ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି,
କାରଣ ସେ ମୋହର ପ୍ରଚୁର ମଙ୍ଗଳ କରିଅଛନ୍ତି।
6

Copyright information for OriULB