Psalms 131

ନିର୍ଭରଶୀଳ ହେବା ପାଇଁ ପ୍ରାର୍ଥନା

ଆରୋହଣ-ଗୀତ; ଦାଉଦଙ୍କ ରଚିତ।

1ହେ ସଦାପ୍ରଭୁ, ମୋ’ ଅନ୍ତଃକରଣ ଅହଙ୍କାରୀ ନୁହେଁ, ଅବା ମୋ’ ଦୃଷ୍ଟି ଗର୍ବୀ ନୁହେଁ;
କିଅବା ମୁଁ ମହତ୍‍ ମହତ୍‍ ବ୍ୟାପାରରେ,
ଅଥବା ମୋ’ ପ୍ରତି ବୋଧାତୀତ ଆଶ୍ଚର୍ଯ୍ୟ ବିଷୟମାନଙ୍କରେ ପ୍ରୟାସ କରୁ ନାହିଁ।

2ନିଶ୍ଚୟ ମୁଁ ଆପଣା ପ୍ରାଣକୁ ଶାନ୍ତ ଓ କ୍ଷାନ୍ତ କରିଅଛି,

ସ୍ତନ୍ୟତ୍ୟାଗୀ ଶିଶୁ ଆପଣା ମାତା ସଙ୍ଗେ ଥିବା ପରି;
ମୋ’ ପ୍ରାଣ ମୋ’ ସଙ୍ଗରେ ସ୍ତନ୍ୟତ୍ୟାଗୀ ଶିଶୁ ପରି ଅଛି।
ହେ ଇସ୍ରାଏଲ, ଆଜିଠାରୁ ଅନନ୍ତକାଳ
ସଦାପ୍ରଭୁଙ୍କ ଠାରେ ଭରସା ରଖ।
3

Copyright information for OriULB