Psalms 136

ଧନ୍ୟବାଦ ସ୍ତୁତି

1ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
2ଦେବମାନଙ୍କ ଦେବଙ୍କର ଧନ୍ୟବାଦ କର;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
3ପ୍ରଭୁମାନଙ୍କ ପ୍ରଭୁଙ୍କର ଧନ୍ୟବାଦ କର;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

4ଯେ ମହତ୍‍ ମହତ୍‍ ଆଶ୍ଚର୍ଯ୍ୟକର୍ମ କରିବାରେ ଅଦ୍ୱିତୀୟ, ତାହାଙ୍କର (ଧନ୍ୟବାଦ କର;)

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
5ଯେ ବୁଦ୍ଧିରେ ଆକାଶମଣ୍ଡଳ ନିର୍ମାଣ କଲେ;
ତାହାଙ୍କର (ଧନ୍ୟବାଦ କର;)
କାରଣ ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ।

6ଯେ ଭୂମଣ୍ଡଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ; ତାହାଙ୍କର (ଧନ୍ୟବାଦ କର;)

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
7ଯେ ମହାଜ୍ୟୋତିର୍ଗଣ ନିର୍ମାଣ କଲେ, ତାହାଙ୍କର (ଧନ୍ୟବାଦ କର;)
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

8ଦିବସରେ କର୍ତ୍ତୃତ୍ୱ କରିବା ପାଇଁ ସୂର୍ଯ୍ୟକୁ (ନିର୍ମାଣ କଲେ ସେ;)

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
9ରାତ୍ରିରେ କର୍ତ୍ତୃତ୍ୱ କରିବା ପାଇଁ ଚନ୍ଦ୍ର ଓ ତାରାଗଣ (ନିର୍ମାଣ କଲେ ସେ;)
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

10ପ୍ରଥମଜାତମାନଙ୍କୁ (ସଂହାର କରିବା ଦ୍ୱାରା) ମିସରକୁ ଆଘାତ କଲେ ସେ;

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
11ପୁଣି, ସେମାନଙ୍କ ମଧ୍ୟରୁ ଇସ୍ରାଏଲକୁ ବାହାର କରି ଆଣିଲେ ସେ;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
12ବଳବାନ ହସ୍ତ ଓ ବିସ୍ତୃତ ବାହୁ ଦ୍ୱାରା ତାହା କଲେ ସେ;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

13ଯେ ସୂଫ ସାଗରକୁ ବିଭକ୍ତ କଲେ, ତାହାଙ୍କର (ଧନ୍ୟବାଦ କର;)

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
14ତହିଁ ମଧ୍ୟ ଦେଇ ଇସ୍ରାଏଲକୁ ପାର କରାଇଲେ ସେ;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
15ମାତ୍ର ଫାରୋ ଓ ତାହାର ସୈନ୍ୟଗଣକୁ ସୂଫ ସାଗରରେ ଠେଲି ଦେଲେ ସେ;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;

16ଯେ ପ୍ରାନ୍ତର ଦେଇ ଆପଣା ଲୋକମାନଙ୍କୁ ଗମନ କରାଇଲେ, ତାହାଙ୍କର (ଧନ୍ୟବାଦ କର);

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
17ଯେ ମହାରାଜାଗଣକୁ ସଂହାର କଲେ, ତାହାଙ୍କର (ଧନ୍ୟବାଦ କର;)
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;

18ପରାକ୍ରାନ୍ତ ରାଜାମାନଙ୍କୁ ସଂହାର କଲେ ସେ;

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
19ଇମୋରୀୟମାନଙ୍କ ରାଜା ସୀହୋନକୁ ବଧ କଲେ ସେ;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
20ପୁଣି, ବାଶନର ରାଜା ଓଗ୍‍କୁ ବଧ କଲେ ସେ;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;

21ଆଉ, ସେମାନଙ୍କ ଦେଶ ଅଧିକାରାର୍ଥେ ଦେଲେ ସେ;

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
22ନିଜ ଦାସ ଇସ୍ରାଏଲର ଅଧିକାର ନିମନ୍ତେ ଦେଲେ ସେ;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
23ଆମ୍ଭମାନଙ୍କ ହୀନାବସ୍ଥା ସମୟରେ ଆମ୍ଭମାନଙ୍କୁ ସ୍ମରଣ କଲେ ସେ;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

24ପୁଣି, ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି ସେ;

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
25ସବୁ ପ୍ରାଣୀକୁ ଆହାର ଦିଅନ୍ତି ସେ;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
ସ୍ୱର୍ଗର ପରମେଶ୍ୱରଙ୍କ ଧନ୍ୟବାଦ କର;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
26

Copyright information for OriULB