Psalms 14

ମଣିଷର ଦୁଷ୍ଟତା

ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।

1ମୂଢ଼ ମନେ ମନେ କହିଅଛି, “ପରମେଶ୍ୱର ନାହାନ୍ତି।”
ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି;
ସୁକର୍ମକାରୀ କେହି ନାହିଁ।

2ବିବେଚକ ଓ ପରମେଶ୍ୱରଙ୍କ ଅନ୍ୱେଷଣକାରୀ କେହି

ଅଛି କି ନାହିଁ, ଏହା ଦେଖିବା ପାଇଁ
ସଦାପ୍ରଭୁ ସ୍ୱର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କରନ୍ତି।
3ସେମାନେ ସମସ୍ତେ ବିପଥରେ ଯାଇଅଛନ୍ତି; ସେମାନେ ଏକତ୍ର ଅଶୁଚି ହୋଇଅଛନ୍ତି;
ସୁକର୍ମକାରୀ କେହି ନାହିଁ, ନା, ଜଣେ ହେଁ ନାହିଁ।

4ଅଧର୍ମାଚାରୀ ସମସ୍ତଙ୍କର କି କିଛି ଜ୍ଞାନ ନାହିଁ ?

ସେମାନେ ମୋ’ ଲୋକମାନଙ୍କୁ ଆହାର ପରି ଗ୍ରାସ କରନ୍ତି
ଓ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି ନାହିଁ।

5ସେଠାରେ ସେମାନେ ମହାଭୟଗ୍ରସ୍ତ ହୋଇଥିଲେ;

କାରଣ ପରମେଶ୍ୱର ଧାର୍ମିକ-ବଂଶ ମଧ୍ୟରେ ଅଛନ୍ତି।
6ତୁମ୍ଭେମାନେ ଦୁଃଖୀର ମନ୍ତ୍ରଣାକୁ ଲଜ୍ଜାର ବିଷୟ କରୁଅଛ,
ମାତ୍ର ସଦାପ୍ରଭୁ ତାହାର ଆଶ୍ରୟ ଅଟନ୍ତି।

ଆହା, ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହେଉ !

ଯଦି ସଦାପ୍ରଭୁ ଆପଣା ଲୋକମାନଙ୍କୁ ବନ୍ଦିତ୍ୱରୁ ଫେରାଇ ଆଣନ୍ତି
ତେବେ ଯାକୁବ ଉଲ୍ଲାସ କରିବ ଓ ଇସ୍ରାଏଲ ଆନନ୍ଦିତ ହେବ।
7

Copyright information for OriULB