Psalms 143

ସହାୟତା ପାଇଁ ପ୍ରାର୍ଥନା

ଦାଉଦଙ୍କର ଗୀତ।

1ହେ ସଦାପ୍ରଭୁ, ମୋହର ପ୍ରାର୍ଥନା ଶୁଣ; ମୋ’ ନିବେଦନରେ କର୍ଣ୍ଣପାତ କର;
ତୁମ୍ଭର ବିଶ୍ୱସ୍ତତା ଓ ଧର୍ମରେ ମୋତେ ଉତ୍ତର ଦିଅ।
2ନିଜ ଦାସକୁ ବିଚାରରେ ଆଣ ନାହିଁ;
କାରଣ ତୁମ୍ଭ ଦୃଷ୍ଟିରେ କୌଣସି ଜୀବିତ ମନୁଷ୍ୟ ଧାର୍ମିକ ହୋଇ ପାରିବ ନାହିଁ।

3ଶତ୍ରୁ ମୋ’ ପ୍ରାଣକୁ ତାଡ଼ନା କରିଅଛି;

ସେ ମୋ’ ଜୀବନକୁ ଭୂମିରେ ଚୂର୍ଣ୍ଣ କରିଅଛି;
ସେ ବହୁ କାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରାଇ ଅଛି।
4ଏହେତୁ ମୋହର ଆତ୍ମା ମୋ’ ଅନ୍ତରରେ ଉଦ୍‍ବିଗ୍ନ ହୋଇଅଛି;
ମୋ’ ଅନ୍ତରରେ ମୋହର ଚିତ୍ତ ଶୂନ୍ୟ ହୋଇଅଛି।

5ମୁଁ ପୂର୍ବକାଳର ଦିନସବୁ ସ୍ମରଣ କରୁଅଛି;

ମୁଁ ତୁମ୍ଭର କର୍ମସବୁ ଧ୍ୟାନ କରୁଅଛି;
ମୁଁ ତୁମ୍ଭର ହସ୍ତକୃତ କର୍ମ ଚିନ୍ତା କରୁଅଛି।
6ମୁଁ ତୁମ୍ଭଆଡ଼େ ହସ୍ତ ପ୍ରସାରୁ ଅଛି;
ଶୁଷ୍କ ଭୂମି ତୁଲ୍ୟ ମୋ’ ପ୍ରାଣ ତୁମ୍ଭ ପାଇଁ ତୃଷିତ ହେଉଅଛି। [ସେଲା]

7ହେ ସଦାପ୍ରଭୁ, ମୋତେ ଉତ୍ତର ଦେବାକୁ ସତ୍ୱର ହୁଅ; ମୋହର ଆତ୍ମା କ୍ଷୀଣ ହେଉଅଛି;

ମୋ’ଠାରୁ ଆପଣା ମୁଖ ଲୁଚାଅ ନାହିଁ;
କେଜାଣି ମୁଁ ଗର୍ତ୍ତଗାମୀମାନଙ୍କ ତୁଲ୍ୟ ହେବି।
8ପ୍ରଭାତରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର କଥା ମୋତେ ଶୁଣାଅ;
କାରଣ ମୁଁ ତୁମ୍ଭଠାରେ ଭରସା ରଖେ;
ମୋହର ଗନ୍ତବ୍ୟ ପଥ ମୋତେ ଜଣାଅ;
କାରଣ ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ।

9ହେ ସଦାପ୍ରଭୁ, ମୋ’ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର;

ମୁଁ ଲୁଚିବା ପାଇଁ ତୁମ୍ଭ ନିକଟକୁ ପଳାଏ।
10ତୁମ୍ଭର ଇଷ୍ଟ ସାଧନ କରିବାକୁ ମୋତେ ଶିକ୍ଷା ଦିଅ;
କାରଣ ତୁମ୍ଭେ ମୋହର ପରମେଶ୍ୱର;
ତୁମ୍ଭର ଆତ୍ମା ମଙ୍ଗଳମୟ; ମୋତେ ସରଳ ଭୂମିରେ ଗମନ କରାଅ।

11ହେ ସଦାପ୍ରଭୁ, ତୁମ୍ଭ ନାମ ସକାଶୁ ମୋତେ ସଜୀବ କର;

ତୁମ୍ଭ ଧର୍ମରେ ମୋ’ ପ୍ରାଣକୁ ସଙ୍କଟରୁ ବାହାର କରି ଆଣ।
ପୁଣି, ତୁମ୍ଭ ସ୍ନେହପୂର୍ଣ୍ଣ କରୁଣାରେ ମୋ’ ଶତ୍ରୁମାନଙ୍କୁ ଉଚ୍ଛିନ୍ନ କର
ଓ ମୋ’ ପ୍ରାଣର କ୍ଳେଶଦାୟୀ ସମସ୍ତଙ୍କୁ ନାଶ କର;
କାରଣ ମୁଁ ତୁମ୍ଭର ଦାସ।
12

Copyright information for OriULB