Psalms 144

ରାଜାଙ୍କ ବିଜୟୋଲ୍ଲାସ ସ୍ତୁତି

ଦାଉଦଙ୍କର ଗୀତ।

1ମୋହର ଶୈଳ ସ୍ୱରୂପ ସଦାପ୍ରଭୁ ଧନ୍ୟ ହେଉନ୍ତୁ,
ସେ ମୋ’ ହସ୍ତକୁ ଯୁଦ୍ଧ ଶିଖାନ୍ତି
ଓ ମୋ’ ଅଙ୍ଗୁଳିକୁ ସଂଗ୍ରାମ ଶିଖାନ୍ତି।
2ସେ ମୋହର ସ୍ନେହପୂର୍ଣ୍ଣ କରୁଣା ଓ ମୋହର ଗଡ଼,
ମୋହର ଉଚ୍ଚ ଦୁର୍ଗ ଓ ମୋହର ଉଦ୍ଧାରକର୍ତ୍ତା,
ମୋହର ଢାଲ ଓ ସେ ମୋହର ଆଶ୍ରୟଭୂମି;
ସେ ଗୋଷ୍ଠୀସମୂହକୁ
144:2 ଗୋଷ୍ଠୀସମୂହକୁ ମୋ’ ଲୋକମାନଙ୍କୁ
ମୋ’ ପଦତଳେ ବଶୀଭୂତ କରନ୍ତି।

3ହେ ସଦାପ୍ରଭୁ, ମନୁଷ୍ୟ କିଏ ଯେ, ତୁମ୍ଭେ ତାହାର ପରିଚୟ ନିଅ ?

ସେ
144:3 ସେ ମନୁଷ୍ୟ-ସନ୍ତାନ
ଅବା କିଏ ଯେ, ତୁମ୍ଭେ ତାହାକୁ ଗଣ୍ୟ କର ?
4ମନୁଷ୍ୟ ଅସାର ବସ୍ତୁ ତୁଲ୍ୟ;
ତାହାର ଦିନସବୁ ବହିଯିବା ଛାୟା ତୁଲ୍ୟ।

5ହେ ସଦାପ୍ରଭୁ, ଆପଣା ଗଗନମଣ୍ଡଳ ନୁଆଁଇ ତଳକୁ ଆସ;

ପର୍ବତଗଣକୁ ସ୍ପର୍ଶ କର, ତହିଁରେ ସେମାନେ ଧୂମ ନିର୍ଗତ କରିବେ।
6ବିଜୁଳି ନିକ୍ଷେପ କରି ସେମାନଙ୍କୁ ଛିନ୍ନଭିନ୍ନ କର;
ଆପଣା ତୀର ମାରି ସେମାନଙ୍କୁ ପରାସ୍ତ କର।

7ଊର୍ଦ୍ଧ୍ୱରୁ ଆପଣା ହସ୍ତ ବଢ଼ାଅ;

ମୋତେ ରକ୍ଷା କର, ମହାଜଳରାଶିରୁ ମୋତେ ଉଦ୍ଧାର କର;
ପୁଣି, ଯେଉଁମାନଙ୍କ ମୁଖ ଅସାର କଥା କହଇ
8ଓ ଯେଉଁମାନଙ୍କ ଦକ୍ଷିଣ ହସ୍ତ ଅସତ୍ୟର ଦକ୍ଷିଣ ହସ୍ତ,
ଏପରି ବିଦେଶୀୟମାନଙ୍କ ହସ୍ତରୁ ମୋତେ ଉଦ୍ଧାର କର।

9ହେ ପରମେଶ୍ୱର, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କରିବି;

ଦଶତାର-ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ମୁଁ ପ୍ରଶଂସା ଗାନ କରିବି।
10ସେ ରାଜାମାନଙ୍କୁ ପରିତ୍ରାଣ ପ୍ରଦାନ କରନ୍ତି;
ସେ ଆପଣା ଦାସ ଦାଉଦକୁ କ୍ଷତିକାରକ ଖଡ୍ଗରୁ ରକ୍ଷା କରନ୍ତି।
11ମୋତେ ରକ୍ଷା କର ଓ ଯେଉଁମାନଙ୍କର ମୁଖ ଅସାର କଥା କହଇ,
ପୁଣି, ଯେଉଁମାନଙ୍କ ଦକ୍ଷିଣ ହସ୍ତ ଅସତ୍ୟର ଦକ୍ଷିଣ ହସ୍ତ,
ଏପରି ବିଦେଶୀୟମାନଙ୍କ ହସ୍ତରୁ ମୋତେ ଉଦ୍ଧାର କର।

12ଯେତେବେଳେ ଆମ୍ଭମାନଙ୍କ ପୁତ୍ରଗଣ ଯୌବନାବସ୍ଥାରେ ବୃକ୍ଷର ଚାରା ତୁଲ୍ୟ ବର୍ଦ୍ଧନଶୀଳ ହେବେ

ଓ ଆମ୍ଭମାନଙ୍କ କନ୍ୟାଗଣ ଅଟ୍ଟାଳିକାର ଗଠନାନୁସାରେ ଖୋଦିତ କୋଣ-ପ୍ରସ୍ତର ତୁଲ୍ୟ ହେବେ;
13ଆମ୍ଭମାନଙ୍କ ଭଣ୍ଡାରସବୁ ପରିପୂର୍ଣ୍ଣ; ସର୍ବପ୍ରକାର ଦ୍ରବ୍ୟବିଶିଷ୍ଟ ହେବ;
ଆମ୍ଭମାନଙ୍କ ମେଷଗଣ ଆମ୍ଭମାନଙ୍କ କ୍ଷେତ୍ରରେ ସହସ୍ର ସହସ୍ର ଓ ଅୟୁତ ଅୟୁତ ଶାବକ ପ୍ରସବ କରିବେ;

14ଆମ୍ଭମାନଙ୍କ ବଳଦସବୁ ଉତ୍ତମ ରୂପେ ବୋଝାଇ ହେବେ;

କୌଣସି ଭଗ୍ନଦଶା ଓ ବହିର୍ଗମନ ଘଟିବ ନାହିଁ, ପୁଣି,
ଆମ୍ଭମାନଙ୍କ ଛକ ସ୍ଥାନରେ କୌଣସି କୋଳାହଳ ହେବ ନାହିଁ;
ଏହିପରି ଅବସ୍ଥାପନ୍ନ ଗୋଷ୍ଠୀ ଧନ୍ୟ;
ହଁ, ସଦାପ୍ରଭୁ ଯେଉଁ ଗୋଷ୍ଠୀର ପରମେଶ୍ୱର, ସେ ଧନ୍ୟ !
15

Copyright information for OriULB