Psalms 15

ସଦାପ୍ରଭୁଙ୍କ ଆବଶ୍ୟକତା

ଦାଉଦଙ୍କର ଗୀତ।

1ହେ ସଦାପ୍ରଭୁ, ତୁମ୍ଭ ଆବାସରେ କିଏ ପ୍ରବାସ କରି ପାରିବ ?
ତୁମ୍ଭ ପବିତ୍ର ପର୍ବତରେ କିଏ ବାସ କରି ପାରିବ ?
2ଯେଉଁ ଜନ ସରଳାଚରଣ, ଧର୍ମକର୍ମ କରେ ଓ ଆପଣା
ଅନ୍ତଃକରଣରେ ସତ୍ୟ କହେ।

3ଯେ ଆପଣା ଜିହ୍ୱାରେ ଗ୍ଳାନି କରେ ନାହିଁ,

ଅବା ଆପଣା ମିତ୍ରର ଅନିଷ୍ଟ କରେ ନାହିଁ,
କିଅବା ଆପଣା ପ୍ରତିବାସୀ ବିରୁଦ୍ଧରେ ନିନ୍ଦା ପ୍ରକଟ କରେ ନାହିଁ।

4ଯାହାର ଦୃଷ୍ଟିରେ ପାମର ତୁଚ୍ଛୀକୃତ ହୁଏ;

ମାତ୍ର ଯେ ସଦାପ୍ରଭୁଙ୍କ ଭୟକାରୀମାନଙ୍କୁ ସମାଦର କରେ।
ଯେ ଶପଥ କରି ଆପଣାର କ୍ଷତି ହେଲେ ହେଁ ତାହା ଅନ୍ୟଥା କରେ ନାହିଁ।
ଯେ ସୁଧ ପାଇଁ ଟଙ୍କା ଋଣ ଦିଏ ନାହିଁ,
କିଅବା ନିର୍ଦ୍ଦୋଷ ବିରୁଦ୍ଧରେ ଲାଞ୍ଚ ନିଏ ନାହିଁ।
ଯେ ଏହି ସକଳ କର୍ମ କରେ, ସେ କେବେ ଘୁଞ୍ଚାଯିବ ନାହିଁ।
5

Copyright information for OriULB