Psalms 29

ସଦାପ୍ରଭୁଙ୍କ ରବର ପରାକ୍ରମ

ଦାଉଦଙ୍କର ଗୀତ।

1ହେ ବିକ୍ରମୀ-ସନ୍ତାନଗଣ, ସଦାପ୍ରଭୁଙ୍କର କୀର୍ତ୍ତନ କର,
ସଦାପ୍ରଭୁଙ୍କର ଗୌରବ ଓ ପରାକ୍ରମ କୀର୍ତ୍ତନ କର।
2ସଦାପ୍ରଭୁଙ୍କ ନାମର ଗୌରବ କୀର୍ତ୍ତନ କର;
ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କୁ ପ୍ରଣାମ କର।

3ଜଳରାଶି ଉପରେ ସଦାପ୍ରଭୁଙ୍କର ରବ ଅଛି;

ଗୌରବମୟ ପରମେଶ୍ୱର ବଜ୍ରନାଦ କରନ୍ତି,
ସଦାପ୍ରଭୁ ଅପାର ଜଳରାଶି ଉପରେ ବିଦ୍ୟମାନ।
4ସଦାପ୍ରଭୁଙ୍କ ରବ ଶକ୍ତିବିଶିଷ୍ଟ;
ସଦାପ୍ରଭୁଙ୍କ ରବ ପ୍ରତାପପୂର୍ଣ୍ଣ।
5ସଦାପ୍ରଭୁଙ୍କ ରବ ଏରସ ବୃକ୍ଷମାନ ଭାଙ୍ଗି ପକାଏ;
ହଁ, ସଦାପ୍ରଭୁ ଲିବାନୋନର ଏରସ ବୃକ୍ଷସବୁ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାନ୍ତି।

6ମଧ୍ୟ ସେ ସେମାନଙ୍କୁ ଗୋବତ୍ସ ପରି;

ଲିବାନୋନ ଓ ସିରିୟୋନକୁ ଅରଣା ଛୁଆ ପରି ନଚାନ୍ତି।
7ସଦାପ୍ରଭୁଙ୍କ ରବ ଅଗ୍ନିଶିଖା ବିଭକ୍ତ କରେ।
8ସଦାପ୍ରଭୁଙ୍କ ରବ ପ୍ରାନ୍ତରକୁ କମ୍ପିତ କରେ;
ସଦାପ୍ରଭୁ କାଦେଶର ପ୍ରାନ୍ତରକୁ କମ୍ପିତ କରନ୍ତି।

9ସଦାପ୍ରଭୁଙ୍କ ରବ ହରିଣୀମାନଙ୍କୁ ପ୍ରସବ କରାଏ

ଓ ବନସମୂହକୁ ବିବସ୍ତ୍ର କରେ;
ପୁଣି, ତାହାଙ୍କ ମନ୍ଦିରରେ ସମସ୍ତ ବିଷୟ ଗୌରବ, ଗୌରବ ବୋଲି କହନ୍ତି।
10ସଦାପ୍ରଭୁ ଜଳପ୍ଲାବନରେ ରାଜା ତୁଲ୍ୟ ଉପବିଷ୍ଟ ହେଲେ;
ହଁ, ସଦାପ୍ରଭୁ ଅନନ୍ତକାଳ ରାଜା ତୁଲ୍ୟ ଉପବିଷ୍ଟ ଅଟନ୍ତି।

ସଦାପ୍ରଭୁ ଆପଣା ଲୋକମାନଙ୍କୁ ବଳ ଦେବେ;

ସଦାପ୍ରଭୁ ଆପଣା ଲୋକମାନଙ୍କୁ ଶାନ୍ତି ଦେଇ ଆଶୀର୍ବାଦ କରିବେ।
11

Copyright information for OriULB