Psalms 3

ପ୍ରଭାତକାଳୀନ ପ୍ରାର୍ଥନା

ଦାଉଦଙ୍କର ଆପଣା ପୁତ୍ର ଅବଶାଲୋମ ନିକଟରୁ ପଳାୟନକାଳୀନ ଗୀତ।

1ହେ ସଦାପ୍ରଭୁ, ମୋହର ବିପକ୍ଷମାନେ କିପରି
ବଢ଼ିଅଛନ୍ତି।
ମୋ’ ବିରୁଦ୍ଧରେ ଉତ୍‍ଥିତ ଲୋକ ଅନେକ।
2ଅନେକେ ମୋ’ ପ୍ରାଣ ବିଷୟରେ କହନ୍ତି, “ପରମେଶ୍ୱରଙ୍କ
ନିକଟରେ ତାହା ପାଇଁ ପରିତ୍ରାଣ
3:2 ପରିତ୍ରାଣ କିମ୍ବା ସାହାଯ୍ୟ
ନାହିଁ।”
[ସେଲା]

3ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋ’ ଚତୁର୍ଦ୍ଦିଗରେ ଢାଲ ସ୍ୱରୂପ;

ମୋହର ଗୌରବ ଓ ମୋ’ ମସ୍ତକ ଉଠାଇବା କର୍ତ୍ତା ଅଟ।
4ମୁଁ ଆପଣା ରବରେ ସଦାପ୍ରଭୁଙ୍କୁ ଡାକେ, ପୁଣି, ସେ
ଆପଣା ପବିତ୍ର ପର୍ବତରୁ ମୋତେ ଉତ୍ତର ଦିଅନ୍ତି।
[ସେଲା]

5ମୁଁ ଶୟନ କରି ନିଦ୍ରାଗତ ହେଲି; ମୁଁ ଜାଗ୍ରତ ହେଲି;

କାରଣ ସଦାପ୍ରଭୁ ମୋତେ ରକ୍ଷା କରନ୍ତି।
6ମୁଁ ଆପଣା ପ୍ରତିକୂଳରେ ପରିବେଷ୍ଟିତ ଅୟୁତ ଅୟୁତ
ଲୋକଙ୍କୁ ଭୟ କରିବି ନାହିଁ।

7ହେ ସଦାପ୍ରଭୁ, ଉଠ; ହେ ମୋହର ପରମେଶ୍ୱର,

ମୋତେ ପରିତ୍ରାଣ କର।
କାରଣ ତୁମ୍ଭେ ମୋହର ଶତ୍ରୁ ସମସ୍ତଙ୍କ କଳହାଡ଼ରେ ଆଘାତ କରିଅଛ;
ତୁମ୍ଭେ ଦୁଷ୍ଟମାନଙ୍କ ଦନ୍ତ ଭାଙ୍ଗି ପକାଇଅଛ।
ପରିତ୍ରାଣ
3:8 ପରିତ୍ରାଣ କିମ୍ବା ବିଜୟ
ସଦାପ୍ରଭୁଙ୍କର ଅଧିକାର;
ତୁମ୍ଭ ଲୋକମାନଙ୍କ ଉପରେ ତୁମ୍ଭର ଆଶୀର୍ବାଦ ବର୍ତ୍ତୁ।
[ସେଲା]
8

Copyright information for OriULB