Psalms 4

ସାହାଯ୍ୟାର୍ଥେ ସନ୍ଧ୍ୟାକାଳୀନ ପ୍ରାର୍ଥନା

ତାରଯୁକ୍ତ ଯନ୍ତ୍ରରେ ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।

1ହେ ମୋହର ଧର୍ମ ସ୍ୱରୂପ ପରମେଶ୍ୱର, ମୁଁ ଡାକିଲେ
ମୋତେ ଉତ୍ତର ଦିଅ;
ସଙ୍କଟରେ ଥିବା ସମୟରେ ତୁମ୍ଭେ ମୋତେ ପ୍ରଶସ୍ତ ସ୍ଥାନ
ଦେଇଅଛ;
ମୋତେ ଦୟା କର ଓ ମୋହର ପ୍ରାର୍ଥନା ଶୁଣ।

2ହେ ମନୁଷ୍ୟ-ସନ୍ତାନଗଣ, କେତେ କାଳ ମୋହର

ଗୌରବ ଅପମାନରେ ପରିଣତ ହେବ ? କେତେ କାଳ
ତୁମ୍ଭେମାନେ ଅସାରତାକୁ ସ୍ନେହ କରିବ ଓ ମିଥ୍ୟାର ଅନ୍ୱେଷଣ
କରିବ ?
[ସେଲା]
3ମାତ୍ର ସଦାପ୍ରଭୁ ଆପଣା ପାଇଁ ସଦ୍‍ଭକ୍ତ ଲୋକକୁ
ପୃଥକ୍‍ କରି ରଖିଅଛନ୍ତି, ଏହା ଜ୍ଞାତ ହୁଅ;
ମୁଁ ସଦାପ୍ରଭୁଙ୍କୁ ଡାକିଲେ, ସେ ଶୁଣିବେ।

4ଭୀତ ହୁଅ ଓ ପାପ କର ନାହିଁ;

ତୁମ୍ଭେମାନେ ଶଯ୍ୟା ଉପରେ ମନେ ମନେ କଥା କହି
ନୀରବ ହୁଅ।
[ସେଲା]
5ଧର୍ମବଳି ଉତ୍ସର୍ଗ କର ଓ ସଦାପ୍ରଭୁଙ୍କଠାରେ ବିଶ୍ୱାସ
କର।

6ଅନେକେ କହନ୍ତି, “କିଏ ଆମ୍ଭମାନଙ୍କୁ ମଙ୍ଗଳ

ଦେଖାଇବ ?”
ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଆପଣା ମୁଖର ତେଜ
ପ୍ରକାଶ କର।
7ତୁମ୍ଭେ ମୋ’ ଅନ୍ତଃକରଣରେ ଆନନ୍ଦ ଦେଇଅଛ,
ତାହା ସେମାନଙ୍କ ଶସ୍ୟ ଓ ଦ୍ରାକ୍ଷାରସ ବୃଦ୍ଧିକାଳର ଆନନ୍ଦ
ଅପେକ୍ଷା ଅଧିକ।
ମୁଁ ଶାନ୍ତିରେ ଶୟନ କରିବି ଓ ନିଦ୍ରା ଯିବି; କାରଣ
ହେ ସଦାପ୍ରଭୁ, କେବଳ ତୁମ୍ଭେ ମୋତେ ନିରାପଦରେ
ବାସ କରାଉଅଛ।
8

Copyright information for OriULB