Psalms 42

ଦ୍ୱିତୀୟ ଖଣ୍ଡ

42:1 - 72:20

ନିର୍ବାସିତର ପ୍ରାର୍ଥନା (୧)

ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣର ମସ୍କୀଲ୍‍ (ପ୍ରବୋଧନ)।

1ହରିଣୀ ଯେପରି ଜଳସ୍ରୋତ ପାଇଁ ଧକାଏ, ସେହିପରି
ହେ ପରମେଶ୍ୱର, ମୋ’ ପ୍ରାଣ ତୁମ୍ଭ ପାଇଁ ଧକାଏ।
2 ପରମେଶ୍ୱରଙ୍କ ନିମନ୍ତେ, ଜୀବିତ ପରମେଶ୍ୱରଙ୍କ
ନିମନ୍ତେ ମୋ’ ପ୍ରାଣ ତୃଷିତ;
ମୁଁ କେବେ ଆସି ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବି ?

3

ମୋହର ଲୋତକ ଦିବାରାତ୍ର ମୋହର ଭକ୍ଷ୍ୟ

ହୋଇଅଛି,
କାରଣ ଲୋକମାନେ ନିତ୍ୟ ମୋତେ କହନ୍ତି, “ତୁମ୍ଭର
ପରମେଶ୍ୱର କାହାନ୍ତି ?”
4 ମୁଁ କିପରି ଲୋକସମୂହ ସହିତ ଯାତ୍ରା କଲି, ପୁଣି,
ଆନନ୍ଦ ଓ ପ୍ରଶଂସାଧ୍ୱନି ସହିତ ପର୍ବପାଳନକାରୀ ଜନତାକୁ
ପରମେଶ୍ୱରଙ୍କ ଗୃହକୁ ଘେନିଗଲି, ଏହି କଥାସବୁ ସ୍ମରଣ
କରି ମୁଁ ଆପଣା ପ୍ରାଣ ଆପଣା ଅନ୍ତରରେ ଢାଳି ଦେଉଅଛି।

5

ହେ ମୋହର ପ୍ରାଣ, ତୁ କାହିଁକି ଶୋକାକୁଳ ହେଉଅଛୁ ?

ତୁ କାହିଁକି ମୋ’ ଅନ୍ତରରେ ଅସ୍ଥିର ହେଉଅଛୁ ?
ପରମେଶ୍ୱରଙ୍କଠାରେ ଭରସା ରଖ;
କାରଣ ମୁଁ ତାହାଙ୍କ ପ୍ରସନ୍ନତାର ସାହାଯ୍ୟ ସକାଶୁ ପୁନର୍ବାର
ତାହାଙ୍କର ପ୍ରଶଂସା କରିବି।
6 ହେ ମୋହର ପରମେଶ୍ୱର, ମୋହର ପ୍ରାଣ ମୋ’
ଅନ୍ତରରେ ଶୋକାକୁଳ ହେଉଅଛି;
ଏଥିପାଇଁ ମୁଁ ଯର୍ଦ୍ଦନ ଦେଶରୁ, ପୁଣି, ହର୍ମୋଣ ଓ
ମିତ୍‍ସୀୟର ପର୍ବତରୁ ତୁମ୍ଭକୁ ସ୍ମରଣ କରୁଅଛି।

7

ତୁମ୍ଭ ନିର୍ଝର ସମୂହର ଶବ୍ଦରେ ଏକ ଗଭୀର ଅନ୍ୟ

ଗଭୀରକୁ ଡାକଇ,
ତୁମ୍ଭର ଢେଉ ଓ ତରଙ୍ଗସବୁ ମୋ’ ଉପରେ ଯାଇଅଛି।
8 ତଥାପି ସଦାପ୍ରଭୁ ଦିନବେଳେ ଆପଣା ସ୍ନେହପୂର୍ଣ୍ଣ
କରୁଣା ଆଜ୍ଞା କରିବେ,
ପୁଣି, ରାତ୍ରିକାଳେ ତାହାଙ୍କ ଗୁଣଗାନ ଓ ଆମ୍ଭ
ଜୀବନଦାତା ପରମେଶ୍ୱରଙ୍କ ପ୍ରତି ପ୍ରାର୍ଥନା ମୋହର ସଙ୍ଗୀ
ହେବ।

9

ମୁଁ ଆପଣା ଶୈଳ ସ୍ୱରୂପ ପରମେଶ୍ୱରଙ୍କୁ କହିବି,

“ତୁମ୍ଭେ କାହିଁକି ମୋତେ ପାସୋରିଅଛ ?
ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ହେତୁ ଶୋକ କରି
ବୁଲୁଅଛି ?”
10 ମୋ’ ଅସ୍ଥିରେ ଖଡ୍ଗ ପରି ମୋ’ ବିପକ୍ଷଗଣ
ମୋତେ ତିରସ୍କାର କରନ୍ତି;
କାରଣ ସେମାନେ ନିତ୍ୟ ମୋତେ କହନ୍ତି, “ତୁମ୍ଭର
ପରମେଶ୍ୱର କାହାନ୍ତି ?”

11

ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ

ହେଉଅଛ ?
ପୁଣି, ତୁମ୍ଭେ କାହିଁକି ମୋ’ ଅନ୍ତରରେ ଅସ୍ଥିର ହେଉଅଛ ?
ତୁମ୍ଭେ ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ
ପୁନର୍ବାର ତାହାଙ୍କର ପ୍ରଶଂସା କରିବି,
ସେ ମୋ’ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର
ଅଟନ୍ତି।

Copyright information for OriULB