Psalms 46

ସହବର୍ତ୍ତୀ ପରମେଶ୍ୱର

ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣର ଗୀତ; ଅଲ୍‍ମୋତ୍‍ ସ୍ୱରର ଗୀତ।

1ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ,
ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ।
2ଏଥିପାଇଁ ପୃଥିବୀ ପରିବର୍ତ୍ତିତ ହେଲେ ହେଁ ଓ ପର୍ବତଗଣ
ସମୁଦ୍ର ମଧ୍ୟରେ ବିଚଳିତ ହେଲେ ହେଁ;
3ତହିଁର ଜଳରାଶି ଗର୍ଜ୍ଜନ କରି ପ୍ରବଳ ହେଲେ ହେଁ,
ତହିଁର ପ୍ଳାବନରେ ପର୍ବତଗଣ କମ୍ପିତ ହେଲେ ହେଁ
ଆମ୍ଭେମାନେ ଭୟ କରିବା ନାହିଁ।
[ସେଲା]

4ନଦୀ ଗୋଟିଏ ଅଛି, ତହିଁର ସ୍ରୋତସମୂହ

ପରମେଶ୍ୱରଙ୍କ ନଗରକୁ,
ସର୍ବୋପରିସ୍ଥଙ୍କ ଆବାସର ପବିତ୍ର ସ୍ଥାନକୁ ଆନନ୍ଦିତ କରେ।
5ପରମେଶ୍ୱର ସେହି ନଗରର ମଧ୍ୟବର୍ତ୍ତୀ; ତାହା ବିଚଳିତ ହେବ
ନାହିଁ।
ପରମେଶ୍ୱର ଅତି ପ୍ରଭାତରେ ତାହାର ସାହାଯ୍ୟ କରିବେ।

6ଗୋଷ୍ଠୀସବୁ ଗର୍ଜ୍ଜନ କଲେ, ରାଜ୍ୟସବୁ ବିଚଳିତ

ହେଲେ;
ସେ ଆପଣା ରବ ଉଚ୍ଚାରଣ କଲେ, ପୃଥିବୀ ତରଳି ଗଲା।
7ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ,
ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି।

8ଆସ, ସଦାପ୍ରଭୁଙ୍କର କାର୍ଯ୍ୟସବୁ ଦେଖ,

ସେ ପୃଥିବୀରେ କିପ୍ରକାର ଉଜାଡ଼ କରିଅଛନ୍ତି !
9ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଯୁଦ୍ଧ ନିବୃତ୍ତ କରନ୍ତି;
ସେ ଧନୁ ଭାଙ୍ଗି ପକାନ୍ତି ଓ ବର୍ଚ୍ଛା କାଟି ଖଣ୍ଡ ଖଣ୍ଡ କରନ୍ତି;
ସେ ରଥ
46:9 ରଥ କିମ୍ବା ଢାଲ
ସବୁ ଅଗ୍ନିରେ ପୋଡ଼ି ପକାନ୍ତି।

10କ୍ଷାନ୍ତ ହୁଅ, ଆମ୍ଭେ ପରମେଶ୍ୱର ଅଟୁ, ଏହା ଜାଣ;

ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ,
ଆମ୍ଭେ ପୃଥିବୀରେ ଉନ୍ନତ ହେବୁ।
ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ;
ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି।
[ସେଲା]
11

Copyright information for OriULB