Psalms 47

ସର୍ବୋପରିସ୍ଥ ଅଧିପତି

ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ।

1ହେ ସର୍ବଗୋଷ୍ଠୀୟମାନେ, କରତାଳି ଦିଅ; ଆନନ୍ଦସ୍ୱରରେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।
2କାରଣ ସର୍ବୋପରିସ୍ଥ ସଦାପ୍ରଭୁ ଭୟଙ୍କର ଅଟନ୍ତି;
ସେ ସମୁଦାୟ ପୃଥିବୀ ଉପରେ ମହାନ ରାଜା।

3ସେ ଗୋଷ୍ଠୀସମୂହକୁ ଆମ୍ଭମାନଙ୍କର ବଶୀଭୂତ

କରିବେ ଓ ଦେଶୀୟଗଣକୁ ଆମ୍ଭମାନଙ୍କର ପଦତଳସ୍ଥ କରିବେ।
4ସେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କ ଅଧିକାର
ମନୋନୀତ କରିବେ,
ତାହା ହିଁ ତାହାଙ୍କ ପ୍ରିୟ ପାତ୍ର ଯାକୁବର ଗୌରବ ସ୍ୱରୂପ।
[ସେଲା]
5ପରମେଶ୍ୱର ଜୟଧ୍ୱନିରେ, ସଦାପ୍ରଭୁ ତୂରୀଧ୍ୱନିରେ
ଊର୍ଦ୍ଧ୍ୱକୁ ବିଜେ କରିଅଛନ୍ତି।

6ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର,

ପ୍ରଶଂସାଗାନ କର;
ଆମ୍ଭମାନଙ୍କ ରାଜାଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର,
ପ୍ରଶଂସାଗାନ କର।
7କାରଣ ପରମେଶ୍ୱର ସମୁଦାୟ ପୃଥିବୀର ରାଜା ଅଟନ୍ତି;
ତୁମ୍ଭେମାନେ ପ୍ରବୋଧଜନକ ପ୍ରଶଂସାଗାନ କର।

8ପରମେଶ୍ୱର ଗୋଷ୍ଠୀବର୍ଗ ଉପରେ ରାଜତ୍ୱ କରନ୍ତି;

ପରମେଶ୍ୱର ଆପଣା ପବିତ୍ର ସିଂହାସନରେ ଉପବିଷ୍ଟ।
ଅବ୍ରହାମର ପରମେଶ୍ୱରଙ୍କ ଲୋକ ହେବା ନିମନ୍ତେ
ଗୋଷ୍ଠୀୟମାନଙ୍କର ଅଧିପତିଗଣ ଏକତ୍ରିତ ହୋଇଅଛନ୍ତି।
କାରଣ ପୃଥିବୀର ଢାଲସବୁ ପରମେଶ୍ୱରଙ୍କର; ସେ
ଅତିଶୟ ଉନ୍ନତ ଅଟନ୍ତି।
9

Copyright information for OriULB