Psalms 50

ସତ୍ୟ ଉପାସନା

ଆସଫର ଗୀତ।

1ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର
କଥା କହିଅଛନ୍ତି ଓ ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ
ସେ ପୃଥିବୀକୁ ଆହ୍ୱାନ କରିଅଛନ୍ତି।
2ସୌନ୍ଦର୍ଯ୍ୟର ସିଦ୍ଧି ସ୍ୱରୂପ ସିୟୋନଠାରୁ ପରମେଶ୍ୱର
ପ୍ରକାଶିତ ହୋଇଅଛନ୍ତି।

3ଆମ୍ଭମାନଙ୍କର ପରମେଶ୍ୱର ଆସିବେ ଓ ନୀରବ

ରହିବେ ନାହିଁ;
ତାହାଙ୍କ ସମ୍ମୁଖରେ ଅଗ୍ନି ଗ୍ରାସ କରିବ ଓ ତାହାଙ୍କ ଚତୁର୍ଦ୍ଦିଗ
ଅତ୍ୟନ୍ତ ଝଡ଼ମୟ ହେବ।
4ସେ ଆପଣା ଲୋକଙ୍କୁ ବିଚାର କରିବା ନିମନ୍ତେ
ଉପରିସ୍ଥ ସ୍ୱର୍ଗକୁ ଓ ପୃଥିବୀକୁ ଡାକିବେ;
5“ଯେଉଁମାନେ ବଳିଦାନ ଦ୍ୱାରା ଆମ୍ଭ ସଙ୍ଗେ ନିୟମ
କରିଅଛନ୍ତି, ଆମର ସେହି ସଦ୍‍ଭକ୍ତଗଣଙ୍କୁ ଆମ୍ଭ ନିକଟରେ
ଏକତ୍ର କର।”

6ପୁଣି, ସ୍ୱର୍ଗ ତାହାଙ୍କର ଧର୍ମ ପ୍ରକାଶ କରିବ; କାରଣ

ପରମେଶ୍ୱର ସ୍ୱୟଂ ବିଚାରକର୍ତ୍ତା।
[ସେଲା]

7“ହେ ଆମ୍ଭର ଲୋକମାନେ, ଶୁଣ, ଆମ୍ଭେ କଥା କହିବା;

ହେ ଇସ୍ରାଏଲ ଶୁଣ, ଆମ୍ଭେ ତୁମ୍ଭ ବିଷୟରେ ସାକ୍ଷ୍ୟ
ଦେବା; ଆମ୍ଭେ ହିଁ ପରମେଶ୍ୱର, ତୁମ୍ଭର ପରମେଶ୍ୱର,
8ଆମ୍ଭେ ତୁମ୍ଭର ସବୁ ହୋମବଳି ସକାଶୁ ତୁମ୍ଭକୁ ଭର୍ତ୍ସନା
କରିବା ନାହିଁ;
ଆଉ, ତୁମ୍ଭର ହୋମବଳିସବୁ ନିତ୍ୟ ଆମ୍ଭ ସମ୍ମୁଖରେ
ଅଛି।

9ଆମ୍ଭେ ତୁମ୍ଭ ଗୃହରୁ କୌଣସି ବୃଷ କିମ୍ଵା ତୁମ୍ଭ ଖୁଆଡ଼ରୁ

ଛାଗର ବଳିଦାନ ନେବା ନାହିଁ।
10କାରଣ ବନସ୍ଥ ପ୍ରତ୍ୟେକ ଜନ୍ତୁ ଓ ସହସ୍ର ସହସ୍ର
ପର୍ବତସ୍ଥ ପଶୁ ଆମ୍ଭର।
11ଆମ୍ଭେ ପର୍ବତମାନର ସମସ୍ତ ପକ୍ଷୀକୁ ଜାଣୁ ଓ ବିଲର
ପଶୁସବୁ ଆମ୍ଭର।

12ଆମ୍ଭେ କ୍ଷୁଧିତ ହେଲେ, ତୁମ୍ଭକୁ ଜଣାଇବା ନାହିଁ;

କାରଣ ଜଗତ ଓ ତହିଁର ପୂର୍ଣ୍ଣତା ଆମ୍ଭର।
13ଆମ୍ଭେ କ’ଣ ବୃଷମାଂସ ଭୋଜନ କରିବା, ଅବା
ଛାଗରକ୍ତ ପାନ କରିବା ?

14ତୁମ୍ଭେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦରୂପ

ବଳି ଉତ୍ସର୍ଗ କର ଓ ସର୍ବୋପରିସ୍ଥଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କର;
15ପୁଣି, ସଙ୍କଟ ଦିନରେ ଆମ୍ଭକୁ ଡାକ;
ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା, ଆଉ ତୁମ୍ଭେ ଆମ୍ଭର
ମହିମା ପ୍ରକାଶ କରିବ।”

16ମାତ୍ର ଦୁଷ୍ଟକୁ ପରମେଶ୍ୱର କହନ୍ତି, “ଆମ୍ଭର ବିଧି

ପ୍ରଚାର କରିବାକୁ ଓ ତୁମ୍ଭେ ଯେ ଆମ୍ଭର ନିୟମ ଆପଣା
ମୁଖରେ ନେଇଅଛ, ତୁମ୍ଭର କି ଅଧିକାର ?
17କାରଣ ତୁମ୍ଭେ ଶିକ୍ଷା ଘୃଣା କରୁଅଛ ଓ ଆମ୍ଭ ବାକ୍ୟ
ଆପଣା ପଛେ ପକାଇ ଦେଉଅଛ।

18ଚୋରକୁ ଦେଖିଲେ, ତୁମ୍ଭେ ତାହା ସଙ୍ଗେ ସମ୍ମତ

ହୋଇଅଛ ଓ ବ୍ୟଭିଚାରୀମାନଙ୍କର ସହଭାଗୀ ହୋଇଅଛ।
19ତୁମ୍ଭେ ମନ୍ଦ ବିଷୟରେ ଆପଣା ମୁଖ ବଢ଼ାଉଅଛ
ଓ ତୁମ୍ଭର ଜିହ୍ୱା ପ୍ରବଞ୍ଚନା କଳ୍ପନା କରେ।
20ତୁମ୍ଭେ ଆପଣା ଭାଇ ବିରୁଦ୍ଧରେ ବସି କଥା କହୁଅଛ;
ତୁମ୍ଭେ ଆପଣା ମାତୃପୁତ୍ରର ନିନ୍ଦା କରୁଅଛ।

21ତୁମ୍ଭେ ଏହିସବୁ କରି ଆସିଅଛ ଓ ଆମ୍ଭେ ନୀରବ

ହୋଇ ରହିଅଛୁ;
ତହିଁରେ ଆମ୍ଭେ ସର୍ବତୋଭାବେ ତୁମ୍ଭ ପରି ବୋଲି ତୁମ୍ଭେ
ଅନୁମାନ କରିଅଛ;
ମାତ୍ର ଆମ୍ଭେ ତୁମ୍ଭକୁ ଅନୁଯୋଗ କରିବା ଓ ତାହାସବୁ
ତୁମ୍ଭ ସାକ୍ଷାତରେ ସଜାଇ ରଖିବା।
22ହେ ପରମେଶ୍ୱରଙ୍କୁ ପାସୋରିବା ଲୋକମାନେ,
ତୁମ୍ଭେମାନେ ଏହା ବିବେଚନା କର,
ନୋହିଲେ ଆମ୍ଭେ ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିବା, ପୁଣି,
ଉଦ୍ଧାର କରିବାକୁ କେହି ନ ଥିବ।

ଯେଉଁ ଜନ ଧନ୍ୟବାଦରୂପ ବଳି ଉତ୍ସର୍ଗ କରେ, ସେ

ଆମ୍ଭକୁ ଗୌରବ ଦିଏ;
ଯେଉଁ ଜନ ଆପଣା ଗତି ସରଳ କରେ, ତାହାକୁ ଆମ୍ଭେ
ପରମେଶ୍ୱରଙ୍କ ପରିତ୍ରାଣ ଦେଖାଇବା।”
23

Copyright information for OriULB