Psalms 54

ଶତ୍ରୁ କବଳରୁ ରକ୍ଷା ପାଇବା ପାଇଁ ପ୍ରାର୍ଥନା

ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍‍। ଦାଉଦ କ’ଣ ଆମ୍ଭମାନଙ୍କ ମଧ୍ୟରେ ଲୁଚିକରି ନାହିଁ ? ସୀଫୀୟମାନେ ଶାଉଲଙ୍କୁ ଏହି କଥା କହିବା ସମୟରେ ରଚିତ।

1ହେ ପରମେଶ୍ୱର, ତୁମ୍ଭ ନାମ ଦ୍ୱାରା ମୋତେ ପରିତ୍ରାଣ
କର ଓ ତୁମ୍ଭ ପରାକ୍ରମରେ ମୋହର ବିଚାର କର।
2ହେ ପରମେଶ୍ୱର, ମୋହର ପ୍ରାର୍ଥନା ଶୁଣ; ମୋ’
ମୁଖର କଥାରେ କର୍ଣ୍ଣପାତ କର।
3କାରଣ ଅପରିଚିତ ଲୋକମାନେ ମୋ’ ବିରୁଦ୍ଧରେ ଉଠିଅଛନ୍ତି,
ପୁଣି, ଦୁରନ୍ତ ଲୋକମାନେ ମୋ’ ପ୍ରାଣ ଖୋଜି ଅଛନ୍ତି।
ସେମାନେ ପରମେଶ୍ୱରଙ୍କୁ ଆପଣା ସମ୍ମୁଖରେ ରଖି
ନାହାନ୍ତି।
[ସେଲା]

4ଦେଖ, ପରମେଶ୍ୱର ମୋହର ସାହାଯ୍ୟକାରୀ;

ପ୍ରଭୁ ମୋ’ ପ୍ରାଣରକ୍ଷକ ଅଟନ୍ତି।
5ସେ ମୋ’ ଶତ୍ରୁମାନଙ୍କ ପ୍ରତି ମନ୍ଦତାର ଫଳ ଦେବେ;
ତୁମ୍ଭେ ଆପଣା ସତ୍ୟତାରେ ସେମାନଙ୍କୁ ବିନାଶ କର।

6ମୁଁ ସ୍ୱେଚ୍ଛାଦତ୍ତ ଉପହାର ନେଇ ତୁମ୍ଭ ଉଦ୍ଦେଶ୍ୟରେ

ବଳିଦାନ କରିବି;
ହେ ସଦାପ୍ରଭୁ, ମୁଁ ତୁମ୍ଭ ନାମର ଧନ୍ୟବାଦ କରିବି,
କାରଣ ତାହା ଉତ୍ତମ।
ଯେହେତୁ ସେ ମୋତେ ସମସ୍ତ ବିପଦରୁ ଉଦ୍ଧାର
କରିଅଛନ୍ତି;
ଆଉ, ମୋ’ ଶତ୍ରୁଗଣ ଉପରେ ମୋର ବାଞ୍ଛା ସଫଳ
ହେବାର ମୋହର ଚକ୍ଷୁ ଦେଖିଅଛି।
7

Copyright information for OriULB