Psalms 56

ପରମେଶ୍ୱରଙ୍କ ଉପରେ ନିର୍ଭରଶୀଳତାର ପ୍ରାର୍ଥନା

ପ୍ରଧାନ ବାଦ୍ୟକର ନିମନ୍ତେ ଯୋନତ୍‍-ଏଲମ୍‍

ରହୋକୀମ୍‍ ସ୍ୱରରେ ଦାଉଦଙ୍କର ଗୀତ। ମିକ୍ତାମ୍‍; ପଲେଷ୍ଟୀୟମାନେ ତାଙ୍କୁ ଗାଥ୍‍ ନଗରରେ ଧରିବା ସମୟରେ ରଚିତ।
1ହେ ପରମେଶ୍ୱର, ମୋତେ ଦୟା କର; କାରଣ ମୋହର ଶତ୍ରୁ ମୋତେ ଗ୍ରାସ କରିବାକୁ ଉଦ୍ୟତ;
ସେ ସାରାଦିନ ଯୁଦ୍ଧ କରି ମୋ’ ପ୍ରତି ଉପଦ୍ରବ କରଇ।
2ମୋହର ଶତ୍ରୁଗଣ ଦିନସାରା ମୋତେ ଗ୍ରାସ କରିବାକୁ ଉଦ୍ୟତ;
କାରଣ ଦର୍ପରେ ମୋ’ ବିରୁଦ୍ଧରେ ଯୁଦ୍ଧକାରୀ ଲୋକ ଅନେକ।

3ମୁଁ ଭୀତ ହେବା ସମୟରେ ତୁମ୍ଭ ଉପରେ ନିର୍ଭର ରଖିବି।

4ପରମେଶ୍ୱରଙ୍କ ଦ୍ୱାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି;
ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ;
ମନୁଷ୍ୟ ମୋର କଅଣ କରି ପାରିବ ?

5ସେମାନେ ସାରାଦିନ ମୋହର କଥାର ବିପରୀତ ଅର୍ଥ କରନ୍ତି;

ମୋ’ ବିରୁଦ୍ଧରେ ସେମାନଙ୍କର କଳ୍ପନାସବୁ ଅମଙ୍ଗଳାର୍ଥକ।
6ସେମାନେ ଏକତ୍ରିତ ହୁଅନ୍ତି, ସେମାନେ ଲୁଚି ରହନ୍ତି,
ସେମାନେ ମୋହର ପଦଚିହ୍ନ ଲକ୍ଷ୍ୟ କରନ୍ତି,
ଏହିରୂପେ ସେମାନେ ମୋ’ ପ୍ରାଣର ଅପେକ୍ଷା କରିଅଛନ୍ତି।

7ସେମାନେ କ’ଣ ଅଧର୍ମ ଦ୍ୱାରା ରକ୍ଷା ପାଇବେ ?

ହେ ପରମେଶ୍ୱର, କ୍ରୋଧରେ ଗୋଷ୍ଠୀୟମାନଙ୍କୁ ନିପାତ କର।
8ତୁମ୍ଭେ ମୋହର ଭ୍ରମଣ ଗଣନା କରୁଅଛ।
ତୁମ୍ଭେ ଆପଣା ପାତ୍ରରେ ଆମ୍ଭର ଅଶ୍ରୁ ରଖିଥାଅ;
ତାହାସବୁ କ’ଣ ତୁମ୍ଭ ପୁସ୍ତକରେ ନାହିଁ ?

9ତେବେ ମୁଁ ପ୍ରାର୍ଥନା କରିବା ବେଳେ ମୋ’ ଶତ୍ରୁଗଣ ଫେରିଯିବେ;

ମୁଁ ଏହା ଜାଣେ ଯେ, ପରମେଶ୍ୱର ମୋହର ସପକ୍ଷ।
10ପରମେଶ୍ୱରଙ୍କ ଦ୍ୱାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି।
ସଦାପ୍ରଭୁଙ୍କ ଦ୍ୱାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି।
11ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ;
ମନୁଷ୍ୟ ମୋହର କ’ଣ କରି ପାରିବ ?

12ହେ ପରମେଶ୍ୱର, ତୁମ୍ଭ ନିକଟରେ ମୋହର ମାନତ ଅଛି;

ମୁଁ ତୁମ୍ଭକୁ ଧନ୍ୟବାଦରୂପ ଉପହାର ଦେବି।
କାରଣ ତୁମ୍ଭେ ମୃତ୍ୟୁୁରୁ ମୋ’ ପ୍ରାଣକୁ ଉଦ୍ଧାର କରିଅଛ;
ଯେପରି ମୁଁ ଜୀବିତମାନଙ୍କ ଦୀପ୍ତିରେ ପରମେଶ୍ୱରଙ୍କ
ସମ୍ମୁଖରେ ଗମନାଗମନ କରିବି;
ଏଥିପାଇଁ ତୁମ୍ଭେ କ’ଣ ପତନରୁ ମୋ’ ଚରଣକୁ ଉଦ୍ଧାର କରିବ ନାହିଁ ?
13

Copyright information for OriULB