Psalms 58

ଦୁଷ୍ଟମାନଙ୍କ ଶାସ୍ତି ନିମନ୍ତେ ପ୍ରାର୍ଥନା

ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍‍-ତଶ୍‍ହେତ୍‍ ସ୍ୱରରେ ଦାଉଦଙ୍କର ଗୀତ; ମିକ୍ତାମ୍‍।

1ପ୍ରକୃତରେ କି ତୁମ୍ଭେମାନେ ନୀରବ ହୋଇ ଧର୍ମନୀତି କହୁଅଛ ?
ହେ ମନୁଷ୍ୟ-ସନ୍ତାନଗଣ, ତୁମ୍ଭେମାନେ କି ନ୍ୟାୟରେ ବିଚାର କରୁଅଛ ?
2ବରଞ୍ଚ ତୁମ୍ଭେମାନେ ହୃଦୟରେ ଦୁଷ୍ଟତା ସାଧନ କରୁଅଛ;
ତୁମ୍ଭେମାନେ ଦେଶରେ ସ୍ୱହସ୍ତର ଦୌରାତ୍ମ୍ୟ ତୌଲୁଅଛ।

3ଦୁଷ୍ଟମାନେ ଗର୍ଭରୁ ବିପଥଗାମୀ;

ସେମାନେ ଜନ୍ମଠାରୁ ମିଥ୍ୟା କହି କହି ବିପଥରେ ଗମନ କରନ୍ତି।
4ସେମାନଙ୍କର ବିଷ ସର୍ପର ବିଷ ତୁଲ୍ୟ;
ସେମାନେ କର୍ଣ୍ଣରୋଧକାରିଣୀ ବଧିରା କାଳସର୍ପିଣୀ ତୁଲ୍ୟ;
5ସାପୁଡ଼ିଆମାନେ ଯେତେ ନିପୁଣ ଭାବରେ ମନ୍ତ୍ର
ପଢ଼ିଲେ ହେଁ, ସେ ସେମାନଙ୍କ ସ୍ୱର ଶୁଣେ ନାହିଁ।

6ହେ ପରମେଶ୍ୱର, ସେମାନଙ୍କ ମୁଖରେ ସେମାନଙ୍କ ଦନ୍ତ ଭାଙ୍ଗି ପକାଅ;

ହେ ସଦାପ୍ରଭୁ, ଯୁବା ସିଂହମାନଙ୍କର କଳଦନ୍ତ ଭାଙ୍ଗି ପକାଅ।
7ସେମାନେ ବହନ୍ତା ଜଳ ପରି ତରଳି ଯାଉନ୍ତୁ;
ସେ ଆପଣା ତୀର ଲକ୍ଷ୍ୟ କରିବା ବେଳେ ତାହାସବୁ ଛିନ୍ନ ତୀର ତୁଲ୍ୟ ହେଉ।
8ଯେଉଁ ଶାମୁକା ଯାଉ ଯାଉ ତରଳିଯାଏ ଓ
ସ୍ତ୍ରୀର ଯେଉଁ ଅକାଳଜାତ ସନ୍ତାନ ସୂର୍ଯ୍ୟ ଦେଖି ନାହିଁ, ତାହାରି ପରି ସେମାନେ ହେଉନ୍ତୁ।

9ତୁମ୍ଭମାନଙ୍କ ହାଣ୍ଡି କଣ୍ଟକ ସ୍ପର୍ଶ ନ କରିବା ପୂର୍ବରୁ ସେ କଞ୍ଚା

ଓ ପୋଡ଼ା ସମସ୍ତ ଘୂର୍ଣ୍ଣିବାୟୁରେ ଉଡ଼ାଇ ନେବେ।
10ଧାର୍ମିକ ଲୋକ ପ୍ରତିଫଳ ଦେଖି ଆନନ୍ଦ କରିବ;
ସେ ଦୁଷ୍ଟମାନଙ୍କ ରକ୍ତରେ ଆପଣା ପାଦ ଧୋଇବ।
ତହିଁରେ ଲୋକମାନେ କହିବେ, ନିଶ୍ଚୟ ଧାର୍ମିକ ଲୋକ ପାଇଁ ପୁରସ୍କାର ଅଛି;
ନିଶ୍ଚୟ ପୃଥିବୀରେ ବିଚାରକର୍ତ୍ତା ଏକ ପରମେଶ୍ୱର ଅଛନ୍ତି।
11

Copyright information for OriULB