Psalms 59

ନିରାପତ୍ତା ପାଇଁ ପ୍ରାର୍ଥନା

ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍‍-ତଶ୍‍ହେତ୍‍ ସ୍ୱରରେ ଦାଉଦଙ୍କର ଗୀତ। ମିକ୍ତାମ୍‍; ଶାଉଲ ଲୋକ ପଠାନ୍ତେ, ସେମାନେ ଦାଉଦଙ୍କୁ ବଧ କରିବା ପାଇଁ ତାଙ୍କର ଗୃହ ଜଗି ବସିବା ସମୟରେ ରଚିତ।

1ହେ ମୋହର ପରମେଶ୍ୱର, ମୋ’ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର;
ମୋ’ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କଠାରୁ ମୋତେ ଉଚ୍ଚରେ ସ୍ଥାପନ କର।
2ଅଧର୍ମାଚାରୀମାନଙ୍କଠାରୁ ମୋତେ ଉଦ୍ଧାର କର,
ରକ୍ତପିପାସୁ ଲୋକମାନଙ୍କଠାରୁ ମୋତେ ରକ୍ଷା କର।

3କାରଣ ଦେଖ, ସେମାନେ ମୋ’ ପ୍ରାଣ ପାଇଁ ଛକି ବସନ୍ତି;

ବଳବାନମାନେ ମୋ’ ବିରୁଦ୍ଧରେ ଏକତ୍ରିତ ହୁଅନ୍ତି;
ହେ ସଦାପ୍ରଭୁ, ମୋହର ଅପରାଧ କିଅବା ମୋ’ ପାପ ସକାଶୁ ନୁହେଁ।
4ମୋହର ବିନା ଦୋଷରେ ସେମାନେ ଦଉଡ଼ି ପ୍ରସ୍ତୁତ ହୁଅନ୍ତି;
ତୁମ୍ଭେ ମୋହର ସାହାଯ୍ୟ ପାଇଁ ଜାଗ ଓ ଦୃଷ୍ଟିପାତ କର।

5ହେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର,

ତୁମ୍ଭେ ହିଁ ଅନ୍ୟ ଦେଶୀୟ ସମସ୍ତଙ୍କୁ ପ୍ରତିଫଳ ଦେବା ପାଇଁ ଉଠ;
କୌଣସି ଦୁଷ୍ଟ ଅଧର୍ମକାରୀମାନଙ୍କୁ ଦୟା କର ନାହିଁ। [ସେଲା]

6ସେମାନେ ସନ୍ଧ୍ୟାକାଳେ ଫେରି ଆସି କୁକ୍କୁର ପରି ଶବ୍ଦ କରନ୍ତି

ଓ ନଗର ଚାରିଆଡ଼େ ଭ୍ରମଣ କରନ୍ତି।
7ଦେଖ, ସେମାନେ ଆପଣା ଆପଣା ମୁଖରୁ ଉଦ୍‍ଗାର କରନ୍ତି;
ସେମାନଙ୍କ ଓଷ୍ଠାଧରରେ ଖଡ୍ଗ ଥାଏ;
କାରଣ ସେମାନେ କହନ୍ତି, କିଏ ଆମ୍ଭମାନଙ୍କୁ ଶୁଣିବ ?

8ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ପ୍ରତି ହସିବ;

ତୁମ୍ଭେ ଅନ୍ୟ ଦେଶୀୟ ସମସ୍ତଙ୍କୁ ବିଦ୍ରୂପ କରିବ।
9ହେ ମୋହର ବଳ ସ୍ୱରୂପ, ମୁଁ ତୁମ୍ଭର ଅନୁସରଣ କରିବି;
କାରଣ ପରମେଶ୍ୱର ମୋହର ଉଚ୍ଚ ଦୁର୍ଗ ଅଟନ୍ତି।

10ମୋହର ଦୟାବାନ ପରମେଶ୍ୱର ମୋହର ସମ୍ମୁଖବର୍ତ୍ତୀ ହେବେ;

ପରମେଶ୍ୱର ମୋ’ ଶତ୍ରୁମାନଙ୍କ ଉପରେ ମୋ’ ବାଞ୍ଛା ସଫଳ ହେବାର ମୋତେ ଦେଖାଇବେ।
11ସେମାନଙ୍କୁ ବଧ କର ନାହିଁ, କେଜାଣି ମୋ’ ଲୋକମାନେ ପାସୋରି ଯିବେ;
ହେ ଆମ୍ଭମାନଙ୍କ ଢାଲ ସ୍ୱରୂପ ପ୍ରଭୁ,
ତୁମ୍ଭ ପରାକ୍ରମରେ ସେମାନଙ୍କୁ ଛିନ୍ନଭିନ୍ନ କରି ଅଧୋନତ କର।

12ସେମାନଙ୍କ ମୁଖର ପାପ ଓ ସେମାନଙ୍କ ଓଷ୍ଠାଧରର ବାକ୍ୟ,

ପୁଣି, ସେମାନଙ୍କର କଥିତ ଅଭିଶାପ ଓ ମିଥ୍ୟା ସକାଶୁ
ସେମାନେ ଆପଣା ଆପଣା ଅହଙ୍କାରରେ ଧରା ଯାଉନ୍ତୁ।
13ଯେପରି ସେମାନେ ଆଉ ନ ଥିବେ,
ଏଥିପାଇଁ ସେମାନଙ୍କୁ କୋପରେ ସଂହାର କର, ସେମାନଙ୍କୁ ସଂହାର କର;
ପୁଣି, ପରମେଶ୍ୱର ଯେ ଯାକୁବ
59:13 ଯାକୁବ ଅର୍ଥାତ୍ ଇସ୍ରାଏଲ
ମଧ୍ୟରେ,
ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ କର୍ତ୍ତୃତ୍ୱ କରନ୍ତି, ଏହା ସେମାନେ ଜ୍ଞାତ ହେଉନ୍ତୁ। [ସେଲା]

14ଆଉ, ସେମାନେ ସନ୍ଧ୍ୟାବେଳେ ଫେରି ଆସି କୁକ୍କୁର ପରି ଶବ୍ଦ କରନ୍ତୁ

ଓ ନଗର ଚତୁର୍ଦ୍ଦିଗରେ ଭ୍ରମଣ କରନ୍ତୁ।
15ସେମାନେ ଖାଦ୍ୟ ନିମନ୍ତେ ଏଣେତେଣେ ଭ୍ରମଣ କରିବେ।
ପୁଣି, ସେମାନେ ତୃପ୍ତ ନୋହିଲେ ସାରାରାତ୍ରି ରହିବେ।
59:15 ସାରାରାତ୍ରି ରହିବେ। କିମ୍ବା ଅସନ୍ତୋଷ ହେବେ


16ମାତ୍ର ମୁଁ ତୁମ୍ଭ ପରାକ୍ରମ ବିଷୟ ଗାନ କରିବି

ଓ ପ୍ରଭାତରେ ତୁମ୍ଭ ଦୟା ବିଷୟ ଉଚ୍ଚସ୍ୱରରେ ଗାନ କରିବି;
କାରଣ ତୁମ୍ଭେ ମୋହର ଉଚ୍ଚ ଦୁର୍ଗ ଓ ବିପଦ ଦିନରେ ଆଶ୍ରୟ ସ୍ୱରୂପ ହୋଇଅଛ।
ହେ ମୋହର ବଳ ସ୍ୱରୂପ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି;
ଯେଣୁ ପରମେଶ୍ୱର ମୋହର ଉଚ୍ଚ ଦୁର୍ଗ, ମୋହର ଦୟାବାନ ପରମେଶ୍ୱର।
17

Copyright information for OriULB