Psalms 62

ପରମେଶ୍ୱରଙ୍କ ସୁରକ୍ଷାରେ ଦୃଢ଼ ବିଶ୍ୱାସ

ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନର ରୀତି ଅନୁସାରେ ଦାଉଦଙ୍କର ଗୀତ।

1ମୋହର ପ୍ରାଣ କେବଳ ପରମେଶ୍ୱରଙ୍କର ଅପେକ୍ଷା କରେ;
ତାହାଙ୍କଠାରୁ ମୋହର ପରିତ୍ରାଣ ଆସେ।
2କେବଳ ସେ ମୋହର ଶୈଳ ଓ ପରିତ୍ରାଣ;
ସେ ମୋହର ଉଚ୍ଚ ଦୁର୍ଗ; ମୁଁ ଅତିଶୟ ବିଚଳିତ ନୋହିବି।

3ନଇଁ ପଡ଼ିଥିବା କାନ୍ଥ ଓ ଟଳଟଳ ପ୍ରାଚୀର ତୁଲ୍ୟ

ଜଣେ ମନୁଷ୍ୟକୁ ବଧ କରିବା ପାଇଁ
ତୁମ୍ଭେ ସମସ୍ତେ କେତେ କାଳ ଲାଗିଥିବ ?
4ସେମାନେ କେବଳ ତାହାର ଉଚ୍ଚ ପଦରୁ ତାହାକୁ ନିପାତ କରିବାକୁ ମନ୍ତ୍ରଣା କରନ୍ତି;
ସେମାନେ ମିଥ୍ୟା କଥାରେ ସନ୍ତୁଷ୍ଟ;
ସେମାନେ ମୁଖରେ ଆଶୀର୍ବାଦ କରନ୍ତି, ମାତ୍ର ଅନ୍ତରରେ ଅଭିଶାପ ଦିଅନ୍ତି। [ସେଲା]

5ହେ ମୋହର ପ୍ରାଣ, କେବଳ ପରମେଶ୍ୱରଙ୍କର ଅପେକ୍ଷା କର;

କାରଣ ତାହାଙ୍କଠାରୁ ମୋହର ପ୍ରତ୍ୟାଶା ଜନ୍ମେ।
6କେବଳ ସେ ମୋହର ଶୈଳ ଓ ମୋହର ପରିତ୍ରାଣ;
ସେ ମୋହର ଉଚ୍ଚ ଦୁର୍ଗ; ମୁଁ ବିଚଳିତ ନୋହିବି।

7ମୋହର ପରିତ୍ରାଣ ଓ ମୋହର ଗୌରବ

ପରମେଶ୍ୱରଙ୍କଠାରେ ଅଛି;
ମୋ’ ବଳର ଶୈଳ ଓ ମୋହର ଆଶ୍ରୟ ପରମେଶ୍ୱରଙ୍କଠାରେ ଅଛି।
8ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର;
ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ;
ପରମେଶ୍ୱର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ। [ସେଲା]

9ନିଶ୍ଚୟ ସାମାନ୍ୟ ଲୋକେ ଅସାର ଓ ମାନ୍ୟ ଲୋକେ ମିଥ୍ୟା;

ତୌଲରେ ସେମାନେ ଉପରକୁ ଉଠିବେ; ସେମାନେ ସମସ୍ତେ ଅସାରରୁ ଲଘୁ।
10ଦୌରାତ୍ମ୍ୟରେ ନିର୍ଭର ରଖ ନାହିଁ ଓ ଅପହରଣରେ ଦର୍ପୀ ହୁଅ ନାହିଁ;
ଧନ ବଢ଼ିଲେ ତହିଁରେ ମନ ଦିଅ ନାହିଁ।

11ପରମେଶ୍ୱର ଥରେ କହିଅଛନ୍ତି,

ଆମ୍ଭେ ଦୁଇ ଥର ଏହା ଶୁଣିଅଛୁ ଯେ,
ପରାକ୍ରମ ପରମେଶ୍ୱରଙ୍କର ଅଟଇ।
ଆହୁରି, ହେ ପ୍ରଭୁ; ତୁମ୍ଭଠାରେ ଦୟା ଥାଏ;
କାରଣ ତୁମ୍ଭେ ପ୍ରତ୍ୟେକ ମନୁଷ୍ୟକୁ ତାହାର କର୍ମାନୁସାରେ ଫଳ ଦେଉଅଛ।
12

Copyright information for OriULB