Psalms 63

ପରମେଶ୍ୱରଙ୍କ ସାନ୍ନିଧ୍ୟ ପାଇଁ ବ୍ୟାକୁଳତା

ଦାଉଦଙ୍କର ଗୀତ, ସେ ଯିହୁଦା-ପ୍ରାନ୍ତରରେ ଥିବା ବେଳେ ରଚିତ।

1ହେ ପରମେଶ୍ୱର, ତୁମ୍ଭେ ମୋହର ପରମେଶ୍ୱର;
ବ୍ୟାକୁଳରେ ମୁଁ ତୁମ୍ଭର ଅନ୍ୱେଷଣ କରିବି;
ଜଳଶୂନ୍ୟ ଶୁଷ୍କ ଓ ଶ୍ରାନ୍ତିକର ଦେଶରେ
ମୋ’ ପ୍ରାଣ ତୁମ୍ଭ ନିମନ୍ତେ ତୃଷିତ ହୁଏ ଓ ମୋ’ ଶରୀର ତୁମ୍ଭ ପାଇଁ ଲାଳସା
କରେ।
2ତେଣୁ ତୁମ୍ଭ ପରାକ୍ରମ ଓ ଗୌରବ ଦେଖିବା ପାଇଁ
ମୁଁ ପବିତ୍ର ସ୍ଥାନରେ ତୁମ୍ଭ ପ୍ରତି ଚାହିଁ ରହିଅଛି।

3କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ;

ମୋହର ଓଷ୍ଠାଧର ତୁମ୍ଭର ପ୍ରଶଂସା କରିବ।
4ଏହିରୂପେ ମୁଁ ଯାବଜ୍ଜୀବନ ତୁମ୍ଭର ଧନ୍ୟବାଦ କରିବି;
ମୁଁ ତୁମ୍ଭ ନାମରେ ଆପଣା ହସ୍ତ ଉଠାଇବି;

5ଯେପରି ମେଦ ଓ ମଜ୍ଜାରେ, ସେପରି ମୋହର ପ୍ରାଣ ପରିତୃପ୍ତ ହେବ

ଓ ମୋ’ ମୁଖ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବ।
6ମୁଁ ଶଯ୍ୟା ଉପରେ ତୁମ୍ଭଙ୍କୁ ସ୍ମରଣ କରିବା ବେଳେ
ରାତ୍ରିର ପ୍ରହରକୁ ପ୍ରହର ତୁମ୍ଭ ବିଷୟ ଧ୍ୟାନ କରେ।

7କାରଣ ତୁମ୍ଭେ ମୋହର ସହାୟ ହୋଇଅଛ,

ଆଉ ତୁମ୍ଭ ପକ୍ଷର ଛାୟାରେ ମୁଁ ଉଲ୍ଲାସ କରିବି।
8ମୋହର ପ୍ରାଣ ତୁମ୍ଭ ପଛେ ପଛେ ଲାଗିଥାଏ;
ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖେ।

9ମାତ୍ର ଯେଉଁମାନେ ମୋ’ ପ୍ରାଣନାଶର ଚେଷ୍ଟା କରନ୍ତି,

ସେମାନେ ପୃଥିବୀର ଅଧଃସ୍ଥାନକୁ ଯିବେ।
10ସେମାନେ ଖଡ୍ଗର ପରାକ୍ରମରେ ସମର୍ପିତ ହେବେ;
ସେମାନେ ଶୃଗାଳର ଖାଦ୍ୟ ହେବେ।

ମାତ୍ର ରାଜା ପରମେଶ୍ୱରଙ୍କଠାରେ ଆନନ୍ଦ କରିବେ;

ତାହାଙ୍କ ନାମରେ ଶପଥକାରୀ ପ୍ରତ୍ୟେକ ଲୋକ ଦର୍ପ କରିବେ;
କାରଣ ମିଥ୍ୟାବାଦୀମାନଙ୍କ ମୁଖ ରୁଦ୍ଧ ହେବ।
11

Copyright information for OriULB