Psalms 64

ସୁରକ୍ଷା ପାଇଁ ପ୍ରାର୍ଥନା

ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।

1ହେ ପରମେଶ୍ୱର, ମୋ’ କାକୂକ୍ତିର ରବ ଶ୍ରବଣ କର;
ଶତ୍ରୁ ଭୟରୁ ମୋ’ ଜୀବନ ରକ୍ଷା କର।
2କୁକର୍ମକାରୀମାନଙ୍କ ଗୁପ୍ତ ମନ୍ତ୍ରଣାରୁ,
ଅଧର୍ମାଚାରୀମାନଙ୍କ କଳହରୁ ମୋତେ ଲୁଚାଇ ରଖ;

3ସେମାନେ ଖଡ୍ଗ ପରି ଆପଣା ଜିହ୍ୱା ଶାଣିତ କରିଅଛନ୍ତି

4ଏବଂ ଆପଣାମାନଙ୍କ କଟୁବାକ୍ୟରୂପ ତୀର ଲକ୍ଷ୍ୟ କରିଅଛନ୍ତି;
ଯେପରି ସିଦ୍ଧ ଲୋକଙ୍କ ପ୍ରତି ଗୋପନରେ ନିକ୍ଷେପ କରି ପାରିବେ;
ସେମାନେ ହଠାତ୍‍ ତାହା ପ୍ରତି ନିକ୍ଷେପ କରନ୍ତି ଓ ଭୟ କରନ୍ତି ନାହିଁ।

5ସେମାନେ କୁସଂକଳ୍ପରେ ଆପଣା ଆପଣାକୁ ବଳିଷ୍ଠ କରନ୍ତି;

ସେମାନେ ଗୋପନରେ ଫାନ୍ଦ ପାତିବାକୁ କଥାବାର୍ତ୍ତା କରନ୍ତି;
ସେମାନେ କହନ୍ତି, “ଆମ୍ଭମାନଙ୍କୁ
64:5 ଆମ୍ଭମାନଙ୍କୁ ସେମାନଙ୍କୁ
କିଏ ଦେଖିବ ?”
6ସେମାନେ ଅଧର୍ମ କଳ୍ପନା କରନ୍ତି;
“ଆମ୍ଭେମାନେ ଯତ୍ନପୂର୍ବକ କଳ୍ପନା ସିଦ୍ଧ କରିଅଛୁ” ବୋଲି ସେମାନେ କହନ୍ତି;
ଆଉ, ପ୍ରତ୍ୟେକର ଆନ୍ତରିକ ଭାବ ଓ ହୃଦୟ ଗଭୀର।

7ମାତ୍ର ପରମେଶ୍ୱର ସେମାନଙ୍କ ପ୍ରତି ତୀର ନିକ୍ଷେପ କରିବେ;

ସେଥିରେ ସେମାନେ ହଠାତ୍‍ ଆହତ ହେବେ।
8ଏହିରୂପେ ସେମାନେ ନିପାତିତ ହେବେ,
ସେମାନଙ୍କ ନିଜ ଜିହ୍ୱା ସେମାନଙ୍କର ବିପକ୍ଷ ହେବ;
ସେମାନଙ୍କୁ ଦେଖିବା ଲୋକ ସମସ୍ତେ ମୁଣ୍ଡ ହଲାଇବେ;
9ପୁଣି, ସକଳ ମନୁଷ୍ୟ ଭୟ କରିବେ,
ସେମାନେ ପରମେଶ୍ୱରଙ୍କ କର୍ମ ପ୍ରକାଶ କରିବେ
ଓ ତାହାଙ୍କର କ୍ରିୟା ସୁବିବେଚନା କରିବେ।

ଧାର୍ମିକ ଲୋକ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ

ଓ ତାହାଙ୍କର ଶରଣାଗତ ହେବ।
ପୁଣି, ସରଳାନ୍ତଃକରଣ ସମସ୍ତେ ସଦାପ୍ରଭୁଙ୍କଠାରେ ପ୍ରଶଂସା କରିବେ।
10

Copyright information for OriULB