Psalms 67

ଧନ୍ୟବାଦର ଗୀତ

ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଗାନାର୍ଥକ ଗୀତ।

1ପରମେଶ୍ୱର ଆମ୍ଭମାନଙ୍କୁ ଦୟା କରନ୍ତୁ ଓ ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ
ଓ ଆମ୍ଭମାନଙ୍କ ପ୍ରତି ଆପଣା ମୁଖ ପ୍ରସନ୍ନ କରନ୍ତୁ। [ସେଲା]
2ତହିଁରେ ପୃଥିବୀରେ ତୁମ୍ଭର ପଥ ଓ
ସମୁଦାୟ ଗୋଷ୍ଠୀ ମଧ୍ୟରେ ତୁମ୍ଭର ପରିତ୍ରାଣ ଜଣାଯିବ।

3ହେ ପରମେଶ୍ୱର, ଗୋଷ୍ଠୀୟଗଣ ତୁମ୍ଭର ପ୍ରଶଂସା କରନ୍ତୁ;

ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ।
4ଦେଶୀୟମାନେ ଆହ୍ଲାଦିତ ହେଉନ୍ତୁ ଓ ଆନନ୍ଦ ସକାଶୁ ଗାନ କରନ୍ତୁ;
କାରଣ ତୁମ୍ଭେ ନ୍ୟାୟରେ ଗୋଷ୍ଠୀୟବର୍ଗର ବିଚାର କରିବ
ଓ ପୃଥିବୀରେ ଦେଶୀୟମାନଙ୍କୁ ଶାସନ କରିବ। [ସେଲା]

5ହେ ପରମେଶ୍ୱର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ;

ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ।
6ପୃଥିବୀ ନିଜ ଫଳ ଉତ୍ପନ୍ନ କରିଅଛି;
ପରମେଶ୍ୱର, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ।

ପରମେଶ୍ୱର ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ;

ପୁଣି, ପୃଥିବୀର ସମସ୍ତ ପ୍ରାନ୍ତ ତାହାଙ୍କୁ ଭୟ କରିବେ।
7

Copyright information for OriULB