Psalms 76

ବିଜୟୀ ପରମେଶ୍ୱର

ପ୍ରଧାନ ବାଦ୍ୟକର ନିମନ୍ତେ ଗୀତ; ତାରଯୁକ୍ତ ବାଦ୍ୟଯନ୍ତ୍ରରେ ଆସଫର ଗୀତ।

1ପରମେଶ୍ୱର ଯିହୁଦା ମଧ୍ୟରେ ପରିଚିତ ଅଟନ୍ତି;
ଇସ୍ରାଏଲ ମଧ୍ୟରେ ତାହାଙ୍କ ନାମ ମହତ।
2ମଧ୍ୟ ଶାଲେମ୍‍ରେ
76:2 ଶାଲେମ୍‍ରେ ଯିରୂଶାଲେମରେ
ତାହାଙ୍କର ଆବାସ ଓ
ସିୟୋନରେ ତାହାଙ୍କର ବାସସ୍ଥାନ।
3ସେଠାରେ ସେ ଧନୁତୀରସବୁ,
ଢାଲ, ଖଡ୍ଗ ଓ ଯୁଦ୍ଧ ଭଙ୍ଗ କଲେ। [ସେଲା]

4ମୃଗୟାର ପର୍ବତଗଣଠାରୁ ତୁମ୍ଭେ ତେଜୋମୟ ଓ ମହିମାନ୍ୱିତ।

5ସାହସିକଚିତ୍ତମାନେ ଲୁଟିତ ହୋଇଅଛନ୍ତି,
ସେମାନେ ନିଦ୍ରାରେ ନିଦ୍ରିତ
76:5 ନିଦ୍ରାରେ ନିଦ୍ରିତ ଅର୍ଥାତ୍ ମରିଅଛନ୍ତି
ହୋଇଅଛନ୍ତି;
ପୁଣି, ବୀରମାନଙ୍କ ମଧ୍ୟରୁ କେହି ଆପଣା ହସ୍ତ ପାଇ ନାହିଁ।

6ହେ ଯାକୁବର ପରମେଶ୍ୱର,

ତୁମ୍ଭ ତର୍ଜ୍ଜନରେ ରଥ ଓ ଅଶ୍ୱ ମହାନିଦ୍ରିତ ହୋଇଅଛନ୍ତି।
7ତୁମ୍ଭେ, ତୁମ୍ଭେ ହିଁ ଭୟପାତ୍ର
ଓ ତୁମ୍ଭେ ଥରେ କ୍ରୋଧ ହେଲେ କିଏ ତୁମ୍ଭ ସାକ୍ଷାତରେ ଠିଆ ହୋଇ ପାରିବ ?

8ତୁମ୍ଭେ ସ୍ୱର୍ଗରୁ ବିଚାରାଜ୍ଞା ଶୁଣାଇଲ;

ପରମେଶ୍ୱର ପୃଥିବୀର ନମ୍ର ଲୋକମାନଙ୍କୁ ପରିତ୍ରାଣ କରିବା ପାଇଁ
9ବିଚାର କରିବାକୁ ଉଠିବା ବେଳେ
ପୃଥିବୀ ଭୀତ ଓ ନୀରବ ହେଲା। [ସେଲା]

10ମନୁଷ୍ୟର କ୍ରୋଧ ନିତାନ୍ତ ତୁମ୍ଭର ପ୍ରଶଂସା କରିବ;

ତୁମ୍ଭେ କ୍ରୋଧର ଅବଶେଷ ଦ୍ୱାରା ଆପଣା କଟିବନ୍ଧନ କରିବ।

11ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ମାନତ କରି ପୂର୍ଣ୍ଣ କର;

ଯେ ଭୟପାତ୍ର, ତାହାଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତେ ତାହାଙ୍କ ନିକଟକୁ ଦର୍ଶନୀ ଆଣନ୍ତୁ।
ସେ ଅଧିପତିମାନଙ୍କ ଗର୍ବ ଖର୍ବ କରନ୍ତି;
ସେ ଭୂପତିମାନଙ୍କ ପ୍ରତି ଭୟଙ୍କର ଅଟନ୍ତି।
12

Copyright information for OriULB