Psalms 77

ଦୁର୍ଦ୍ଦଶା ସମୟରେ ଆଶ୍ୱାସନା

ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନର ରୀତି ଅନୁସାରେ ଆସଫର ଗୀତ।

1ମୁଁ ପରମେଶ୍ୱରଙ୍କ ନିକଟରେ ସ୍ୱରବରେ କାକୂକ୍ତି କରିବି;
ପରମେଶ୍ୱରଙ୍କ ନିକଟରେ ହିଁ ସ୍ୱରବରେ କାକୂକ୍ତି କରିବି, ତହିଁରେ ସେ ମୋ’ ପ୍ରତି କର୍ଣ୍ଣପାତ କରିବେ।

2ମୁଁ ଆପଣା ସଙ୍କଟ ଦିନରେ ପ୍ରଭୁଙ୍କୁ ଅନ୍ୱେଷଣ କଲି;

ରାତ୍ରିକାଳରେ ମୋହର ହସ୍ତ ବିସ୍ତାରିତ ରହିଲା ଓ ସଙ୍କୁଚିତ ନୋହିଲା;
ମୋହର ପ୍ରାଣ ପ୍ରବୋଧ ମାନିବାକୁ ଅସମ୍ମତ ହେଲା।
3ମୁଁ ପରମେଶ୍ୱରଙ୍କୁ ସ୍ମରଣ କରି ଅସ୍ଥିର ହେଉଅଛି;
ଭାବନା କରି କରି ମୋହର ଆତ୍ମା ମୂର୍ଚ୍ଛିତ ହୁଏ। [ସେଲା]

4ତୁମ୍ଭେ ମୋ’ ଚକ୍ଷୁକୁ ଉଜାଗର କରି ରଖୁଅଛ;

ମୁଁ ଏପରି ବ୍ୟାକୁଳ ଯେ, କଥା କହି ପାରୁ ନାହିଁ।
5ମୁଁ ପୂର୍ବକାଳର ଦିନସବୁ,
ପୁରାତନ କାଳର ବର୍ଷସବୁ ଭାବନା କରିଅଛି।

6ମୁଁ ଆପଣା ରାତ୍ରିକାଳୀନ ଗୀତ ସ୍ମରଣ କରୁଅଛି;

ମୁଁ ଆପଣା ମନେ ମନେ ଧ୍ୟାନ କରୁଅଛି;
ପୁଣି, ମୋହର ଆତ୍ମା ଯତ୍ନରେ ଅନୁସନ୍ଧାନ କଲା।
7ପ୍ରଭୁ କ’ଣ ସଦାକାଳ ପରିତ୍ୟାଗ କରିବେ ?
ସେ କ’ଣ ଆଉ ସୁପ୍ରସନ୍ନ ହେବେ ନାହିଁ ?

8ତାହାଙ୍କ ଦୟା କ’ଣ ଚିରକାଳ ଲୁପ୍ତ ହେଲା ?

ତାହାଙ୍କ ପ୍ରତିଜ୍ଞା କ’ଣ ଚିରକାଳ ବିଫଳ ହୁଏ ?
9ପରମେଶ୍ୱର କ’ଣ କୃପାମୟ ହେବାକୁ ପାସୋରି ଅଛନ୍ତି ?
ସେ କ’ଣ କ୍ରୋଧରେ ଆପଣା କରୁଣା ରୁଦ୍ଧ କରିଅଛନ୍ତି ? [ସେଲା]

10ତହୁଁ ମୁଁ କହିଲି, “ଏହା ହିଁ ମୋହର ଦୁର୍ବଳତା;

ମାତ୍ର ମୁଁ ସର୍ବୋପରିସ୍ଥଙ୍କ ଦକ୍ଷିଣ ହସ୍ତର ବର୍ଷସକଳ ସ୍ମରଣ କରିବି।”

11ମୁଁ ସଦାପ୍ରଭୁଙ୍କ କର୍ମସବୁ ଉଲ୍ଲେଖ କରିବି;

ମୁଁ ପୂର୍ବକାଳର ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାସବୁ ସ୍ମରଣ କରିବି।
12ମୁଁ ତୁମ୍ଭର ସମସ୍ତ କର୍ମ ଚିନ୍ତା କରିବି ଓ
ତୁମ୍ଭର କ୍ରିୟାସକଳ ଧ୍ୟାନ କରିବି।

13ହେ ପରମେଶ୍ୱର, ତୁମ୍ଭର ପଥ ପବିତ୍ର ଅଟେ;
77:13 ତୁମ୍ଭର ପଥ ପବିତ୍ର ଅଟେ; ଅର୍ଥାତ୍ ପବିତ୍ରତାରେ ତୁମ୍ଭର ପଥ ଥାଏ;

ପରମେଶ୍ୱରଙ୍କ ତୁଲ୍ୟ ମହାନ ପରମେଶ୍ୱର କିଏ ?
14ତୁମ୍ଭେ ଆଶ୍ଚର୍ଯ୍ୟ-କର୍ମକର୍ତ୍ତା ପରମେଶ୍ୱର;
ତୁମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଆପଣା ପରାକ୍ରମ ଜ୍ଞାତ କରିଅଛ।
15ତୁମ୍ଭେ ନିଜ ବାହୁରେ ଆପଣା ଲୋକଙ୍କୁ,
ଯାକୁବ ଓ ଯୋଷେଫର ସନ୍ତାନଗଣକୁ ମୁକ୍ତ କରିଅଛ।

16ହେ ପରମେଶ୍ୱର, ସମୁଦ୍ର ତୁମ୍ଭଙ୍କୁ ଦେଖିଲା,

ସମୁଦ୍ର ତୁମ୍ଭଙ୍କୁ ଦେଖି ଭୀତ ହେଲା;
ମଧ୍ୟ ବାରିଧି କମ୍ପିତ ହେଲା।
17ମେଘମାଳ ଜଳବୃଷ୍ଟି କଲେ,
ଆକାଶ ଗର୍ଜ୍ଜନ କଲା;
ମଧ୍ୟ ତୁମ୍ଭର ତୀରସବୁ ବ୍ୟାପ୍ତ ହେଲା।

18ଘୂର୍ଣ୍ଣିବାୟୁରେ ତୁମ୍ଭର ବଜ୍ରଧ୍ୱନି ହେଲା;

ବିଜୁଳି ଜଗତକୁ ଆଲୁଅମୟ କଲା;
ପୃଥିବୀ କମ୍ପିତ ଓ ଥରହର ହେଲା।
19ସମୁଦ୍ରରେ ତୁମ୍ଭର ପଥ ଓ ମହାଜଳରାଶିରେ ତୁମ୍ଭର ମାର୍ଗ ଥିଲା,
ପୁଣି, ତୁମ୍ଭର ପଦଚିହ୍ନ ଜଣା ନୋହିଲା।
ତୁମ୍ଭେ ମୋଶା ଓ ହାରୋଣର ହସ୍ତ ଦ୍ୱାରା ଆପଣା
ଲୋକମାନଙ୍କୁ ମେଷପଲ ପରି ଚଳାଇଲ।
20

Copyright information for OriULB