Psalms 8

ସଦାପ୍ରଭୁଙ୍କ ମହିମା, ମନୁଷ୍ୟର ମର୍ଯ୍ୟାଦା

ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍‍ ସ୍ୱରରେ ଦାଉଦଙ୍କର ଗୀତ।

1ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ !
ତୁମ୍ଭେ ଆକାଶମଣ୍ଡଳ ଉପରେ ଆପଣା ଗୌରବ ସ୍ଥାପନ କରିଅଛ।
2ତୁମ୍ଭେ ଶତ୍ରୁ ଓ ପ୍ରତିହିଂସକକୁ ଦମନ କରିବା ପାଇଁ
ଆପଣା ବିପକ୍ଷଗଣ ସକାଶୁ
ଶିଶୁ ଓ ଦୁଗ୍ଧପୋଷ୍ୟମାନଙ୍କ ମୁଖରୁ ପରାକ୍ରମ ପ୍ରତିପନ୍ନ କରିଅଛ।

3ମୁଁ ତୁମ୍ଭ ଅଙ୍ଗୁଳିକୃତ ତୁମ୍ଭ ଆକାଶମଣ୍ଡଳ, ତୁମ୍ଭର ନିରୂପିତ

ଚନ୍ଦ୍ର ଓ ନକ୍ଷତ୍ରଗଣକୁ ବିବେଚନା କଲେ (କହେ,)
4ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ ?
ଓ ମାନବଜାତି
8:4 ମାନବଜାତି ଏବ୍ରୀରେ ମନୁଷ୍ୟ ପୁତ୍ର
କିଏ ଯେ, ତୁମ୍ଭେ ସେମାନଙ୍କର ତତ୍ତ୍ୱାବଧାନ କରୁଅଛ ?
5ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ
8:5 ଦୂତଗଣଙ୍କ କିମ୍ବା ପରମେଶ୍ୱର
ଅପେକ୍ଷା ଅଳ୍ପମାତ୍ର ନ୍ୟୁନ କରିଅଛ,
ଆଉ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ।

6ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ୱ ଦେଇଅଛ;

ତୁମ୍ଭେ ତାହାର ପଦ ତଳେ ସମୁଦାୟ ବିଷୟ ରଖିଅଛ;
7ଗୋମେଷାଦିସକଳ, ହଁ, ବନ୍ୟ ପଶୁଗଣ;
8ଆକାଶର ପକ୍ଷୀଗଣ ଓ ସମୁଦ୍ରର ମତ୍ସ୍ୟଗଣ,
ସମୁଦ୍ରପଥଗାମୀ ସକଳ ହିଁ ରଖିଅଛ।

ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରଭୁ,

ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ।
9

Copyright information for OriULB