Psalms 82

ପରମେଶ୍ୱର ସର୍ବୋପରିସ୍ଥ ରାଜା

ଆସଫର ଗୀତ।

1ପରମେଶ୍ୱର ପରମେଶ୍ୱରଙ୍କ ମଣ୍ଡଳୀ ମଧ୍ୟରେ ବସଅଛିନ୍ତି;
ସେ ଦେବତାମାନଙ୍କ
82:1 ଦେବତାମାନଙ୍କ ଦୂତଗଣ କିଅବା ସ୍ବର୍ଗର ଆରାଧକମାନଙ୍କୁ
ବିଚାର କରନ୍ତି।
2ତୁମ୍ଭେମାନେ କେତେ କାଳ ଅନ୍ୟାୟ ବିଚାର କରିବ ?
ଓ ଦୁଷ୍ଟମାନଙ୍କର ମୁଖାପେକ୍ଷା କରିବ ? [ସେଲା]

3ତୁମ୍ଭେମାନେ ଦରିଦ୍ର ଓ ପିତୃହୀନମାନଙ୍କର ବିଚାର କର;

ଦୁଃଖୀ ଓ ଅକିଞ୍ଚନମାନଙ୍କ ପ୍ରତି ନ୍ୟାୟ ବ୍ୟବହାର କର।
4ଦରିଦ୍ର ଓ ଦୀନହୀନମାନଙ୍କୁ ରକ୍ଷା କର;
ଦୁଷ୍ଟଗଣର ହସ୍ତରୁ ସେମାନଙ୍କୁ ଉଦ୍ଧାର କର।

5ସେମାନେ ଜାଣନ୍ତି ନାହିଁ କିଅବା ବୁଝନ୍ତି ନାହିଁ;

ସେମାନେ ଅନ୍ଧକାରରେ ଏଣେତେଣେ ଭ୍ରମଣ କରନ୍ତି;
ପୃଥିବୀର ସକଳ ଭିତ୍ତିମୂଳ ବିଚଳିତ ହୁଏ।

6ମୁଁ କହିଲି, “ତୁମ୍ଭେମାନେ ଈଶ୍ୱରଗଣ ଓ

ତୁମ୍ଭେ ସମସ୍ତେ ସର୍ବୋପରିସ୍ଥଙ୍କ ସନ୍ତାନ।
7ତଥାପି ତୁମ୍ଭେମାନେ ମନୁଷ୍ୟ ପରି ମରିବ ଓ
ଜଣେ ଅଧିପତି ତୁଲ୍ୟ ପତିତ ହେବ।”

ହେ ପରମେଶ୍ୱର, ଉଠ, ପୃଥିବୀର ବିଚାର କର;

କାରଣ ତୁମ୍ଭେ ସବୁ ଗୋଷ୍ଠୀମାନଙ୍କୁ ଅଧିକାର କରିବ।
8

Copyright information for OriULB