Psalms 90

ଚତୁର୍ଥ ଖଣ୍ଡ

ପରମେଶ୍ୱର ଓ ମନୁଷ୍ୟ

ପରମେଶ୍ୱରଙ୍କ ଲୋକ ମୋଶାଙ୍କର ପ୍ରାର୍ଥନା।

1ହେ ପ୍ରଭୁ, ତୁମ୍ଭେ ପୁରୁଷାନୁକ୍ରମରେ
ଆମ୍ଭମାନଙ୍କର ବାସସ୍ଥାନ ହୋଇ ଆସିଅଛ।
2 ପର୍ବତଗଣର ଉତ୍ପତ୍ତିର ଓ ତୁମ୍ଭ ଦ୍ୱାରା ପୃଥିବୀ ଓ
ଜଗତର ସୃଷ୍ଟିର ପୂର୍ବଠାରୁ ଅନାଦିକାଳରୁ ଅନନ୍ତକାଳ
ପର୍ଯ୍ୟନ୍ତ ତୁମ୍ଭେ ପରମେଶ୍ୱର ଅଟ।

3

ତୁମ୍ଭେ ମର୍ତ୍ତ୍ୟକୁ ଧୂଳିରେ ଲୀନ କରୁଅଛ।

ପୁଣି, କହୁଅଛ, “ହେ ମନୁଷ୍ୟ-ସନ୍ତାନଗଣ, ଫେର।”
4 କାରଣ ତୁମ୍ଭ ଦୃଷ୍ଟିରେ ସହସ୍ର ବର୍ଷ ଗତ କାଲିର ତୁଲ୍ୟ
ଓ ରାତ୍ରିର ଏକ ପ୍ରହରର ସମାନ।

5

ଯେପରି ପ୍ଲାବନରେ, ସେପରି ତୁମ୍ଭେ ସେମାନଙ୍କୁ ଭସାଇ ନେଉଅଛ; ସେମାନେ ସ୍ୱପ୍ନ ତୁଲ୍ୟ।

ପ୍ରାତଃକାଳରେ ସେମାନେ ବଢ଼ନ୍ତା ତୃଣ ତୁଲ୍ୟ।
6 ପ୍ରାତଃକାଳରେ ତାହା ସତେଜ ହୋଇ ବଢ଼ଇ;
ସନ୍ଧ୍ୟାକାଳରେ ତାହା କଟା ଯାଇ ଶୁଖଇ।

7

କାରଣ ତୁମ୍ଭ କ୍ରୋଧରେ ଆମ୍ଭେମାନେ କ୍ଷୟ ପାଉ,

ପୁଣି, ତୁମ୍ଭ କୋପରେ ଆମ୍ଭେମାନେ ବ୍ୟସ୍ତ ହେଉ।
8 ତୁମ୍ଭେ ଆମ୍ଭମାନଙ୍କ ଅପରାଧ ଆପଣା ସମ୍ମୁଖରେ,
ଆମ୍ଭମାନଙ୍କ ଗୁପ୍ତ ପାପ ଆପଣା ମୁଖର ଦୀପ୍ତିରେ ରଖିଅଛ।

9

କାରଣ ଆମ୍ଭମାନଙ୍କର ସକଳ ଦିନ ତୁମ୍ଭ କୋପରେ ବହିଯାଏ;

କଥିତ କାହାଣୀ ପରି ଆମ୍ଭେମାନେ ଆପଣା ଆପଣା ବର୍ଷ ସମାପ୍ତ କରୁଥାଉ।
10 ଆମ୍ଭମାନଙ୍କ ଆୟୁର ପରିମାଣ ସତୁରି ବର୍ଷ,
ଅବା ବଳ ସକାଶୁ ଅଶୀ ବର୍ଷ ହୁଏ;
ତଥାପି ତହିଁର ବଳ
90:10 ବଳ ଗର୍ବ
ଓ ପରିଶ୍ରମ ଦୁଃଖ ମାତ୍ର;
କାରଣ ତାହା ଶୀଘ୍ର ବହିଯାଏ ଓ ଆମ୍ଭେମାନେ ଉଡ଼ିଯାଉ
90:10 ଉଡ଼ିଯାଉ ଅର୍ଥାତ୍ ମରିଯାଉ


11

ତୁମ୍ଭ କ୍ରୋଧର ପ୍ରବଳତା ଓ ତୁମ୍ଭ ପ୍ରତି ଉପଯୁକ୍ତ

ଭୟ ପ୍ରମାଣେ ତୁମ୍ଭର କୋପ କିଏ ବୁଝେ ?
12 ଯେପରି ଆମ୍ଭେମାନେ ଜ୍ଞାନବିଶିଷ୍ଟ ଅନ୍ତଃକରଣ ପାଇ ପାରିବୁ,
ଏଥିପାଇଁ ଆମ୍ଭମାନଙ୍କୁ ଆପଣା ଆପଣା ଦିନର ଗଣନା କରିବାକୁ ଶିକ୍ଷା ଦିଅ।
13 ହେ ସଦାପ୍ରଭୁ, ଫେର; କେତେ କାଳ ?
ଆପଣା ଦାସମାନଙ୍କ ପ୍ରତି ପ୍ରସନ୍ନ ହୁଅ।

14

ପ୍ରଭାତରେ ଆମ୍ଭମାନଙ୍କୁ ତୁମ୍ଭ ଦୟାରେ ତୃପ୍ତ କର;

ତହିଁରେ ଆମ୍ଭେମାନେ ଯାବଜ୍ଜୀବନ ହୃଷ୍ଟ ଓ ଆନନ୍ଦିତ ହେବା।
15 ଯେତେ ଦିନ ଆମ୍ଭମାନଙ୍କୁ ଦୁଃଖ ଦେଇଅଛ ଓ
ଯେତେ ବର୍ଷ ଆମ୍ଭେମାନେ ଅମଙ୍ଗଳ ଦେଖିଅଛୁ, ତଦନୁସାରେ ଆମ୍ଭମାନଙ୍କୁ ଆନନ୍ଦିତ କର।
16 ତୁମ୍ଭ ଦାସଗଣ ପ୍ରତି ତୁମ୍ଭର କର୍ମ ଓ ସେମାନଙ୍କ
ସନ୍ତାନଗଣ ପ୍ରତି ତୁମ୍ଭର ମହିମା ପ୍ରକାଶିତ ହେଉ।

17

ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ସୌନ୍ଦର୍ଯ୍ୟ ଆମ୍ଭମାନଙ୍କ ଉପରେ ଅଧିଷ୍ଠାନ କରୁ;

ଆଉ, ତୁମ୍ଭେ ଆମ୍ଭମାନଙ୍କ ହସ୍ତକୃତ କର୍ମ ଆମ୍ଭମାନଙ୍କ ପକ୍ଷରେ ସ୍ଥାୟୀ କର;
ହଁ, ଆମ୍ଭମାନଙ୍କର ହସ୍ତକୃତ କର୍ମ ତୁମ୍ଭେ ସ୍ଥାୟୀ କର।

Copyright information for OriULB